ସମ୍ବଲପୁର,୧୮ା୪(ବ୍ୟୁରୋ): କୋଭିଡ-୧୯ ମେଡିକାଲରେ ନିୟୋଜିତ ଡାକ୍ତରଙ୍କ ପାଇଁ ସମସ୍ତ ସୁବିଧା ଯୋଗାଇ ଦେବାକୁ ଜିଲା ପ୍ରଶାସନକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସେମାନଙ୍କ ଖାଇବା, ରହିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ କୁହାଯାଇଛି । ହେଲେ ଭିମ୍ସାରରେ କୋଭିଡ୍ ରୋଗୀଙ୍କ ପାଇଁ ନିଯୁକ୍ତ ଡାକ୍ତରଙ୍କ ପାଇଁ କର୍ତ୍ତୃପକ୍ଷ ଏହାକୁ ପାଳନ କରୁନାହାନ୍ତି । ଶନିବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଏଠାକୁ ଗସ୍ତରେ ଆସିଥିବା ବେଳେ ଜୁନିୟର ଡାକ୍ତର ସଂଘ ଏଭଳି ଅଭିଯୋଗ କରିଛି। ଏହାପରେ ମନ୍ତ୍ରୀ ଦାସ କର୍ତ୍ତୃପକ୍ଷଙ୍କୁ ତାଗିଦ କରିଛନ୍ତି। କରୋନା ମୁକାବିଲାରେ ନିୟୋଜିତ ଡାକ୍ତରମାନଙ୍କ ଠିକ୍ ଭାବେ ଖାଇବା ଓ ରହିବା ବ୍ୟବସ୍ଥା କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ହେଲେ କର୍ତ୍ତପକ୍ଷ ଅଭିଯୋଗ ଫାଙ୍କିବାକୁ ଚେଷ୍ଟା କରିଥିଲେ। ଡାକ୍ତରମାନଙ୍କୁ ଠିକ୍ ଭାବେ ଖାଦ୍ୟ ଦିଆଯାଉଥିବା ଏକ ଫଟୋ ମନ୍ତ୍ରୀ ଦାସଙ୍କୁ କର୍ତ୍ତପକ୍ଷ ଦେଖାଇବାକୁ ଉଦ୍ୟମ କରିଥିଲେ। ମନ୍ତ୍ରୀ ଦାସ କିନ୍ତୁ ଏଥିରେ ବିଶ୍ୱାସ ନ କରି ଓଲଟି କର୍ତ୍ତପକ୍ଷଙ୍କ ଉପରେ ବିରକ୍ତି ପ୍ରକାଶ କରିଥିଲେ।
Posted inHome, Home Left, ଆମ ଜିଲା ଖବର, ସମ୍ବଲପୁର View All
କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ
ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ...
ଶୀତରେ ଥରୁଛି କଳାହାଣ୍ଡି
ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...
ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ
ଆଡିଲେଡ୍,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...
୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…
ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...
ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…
ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...
ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍ ପରୀକ୍ଷା
ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...
ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...
ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI
ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...
Archives


