ଦ୍ୱିତୀୟ ପର୍ଯ୍ୟାୟରେ ୭୨ହଜାର ୪୭ଟଙ୍କା ସହାୟତା ରାଶି ପ୍ରଦାନ

ସିମୁଳିଆ,୧୯ା୪(ଡି.ଏନ.ଏ.)-କରୋନା ସହାୟତା ପାଇଁ ବାଲେଶ୍ୱର ଜିଲା ସିମୁଳିଆବାସୀ ପ୍ରୟାସ ଜାରି ରଖିଛନ୍ତି। ଶନିବାର ସିମୁଳିଆ ବ୍ଲକର ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୨୨ହଜାର ୫ଶହ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ପ୍ରଦାନ କରାଯାଇଛି ।  ବରିଷ୍ଠ ମଞ୍ଚର ସଭାପତି ଚତୁର୍ଭୂଜ ପାଣିଗ୍ରାହୀ, ଉପସଭାପତି ବୀରେନ୍ଦ୍ର କୁମାର ନାୟକ, ସମ୍ପାଦକ ମହେନ୍ଦ୍ରନାଥ ମହାପାତ୍ର, ପଦ୍ମଲୋଚନ ସାହୁ, ହରିନାରାୟଣ ପଣ୍ଡା, ଦୀନବନ୍ଧୁ ପାଢୀ ପ୍ରମୁଖ ଏହି ଅର୍ଥରାଶିକୁ ବିଡିଓ ଡ. ନରହରି ବେହେରାଙ୍କୁ ପ୍ରଦାନ କରିଥିଲେ ।  ସେହିପରି ମାର୍କୋଣା ସରସ୍ବତୀ ଶିଶୁ ମନ୍ଦିରର ନବମ ଶ୍ରେଣୀର ଛାତ୍ରୀ ଅଭିପ୍ସା ମିଶ୍ର ନିଜ ସଞ୍ଚିତ ରାଶି ୧୧ଶହ ୨ଟଙ୍କା ବିଡିଓଙ୍କୁ ପ୍ରଦାନ କରିଛନ୍ତି । ମାର୍କୋଣା କାନାରା ବ୍ୟାଙ୍କର ପୂର୍ବତନ ଶାଖା ଅଧିକାରୀ ତଥା ମାର୍କୋଣା ଅଞ୍ଚଳର ତପନ କୁମାର ଦାସ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧ହଜାର ଓ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୨ହଜାର ୧ଟଙ୍କା ପ୍ରଦାନ କରିଛନ୍ତି। ସେହିପରି କଟକ ବଡ ମେଡିକାଲର ଅବସରପ୍ରାପ୍ତ ବରିଷ୍ଠ ଷ୍ଟାଫନର୍ସ ତଥା ମାର୍କୋଣା ଅଞ୍ଚଳର ଜୟନ୍ତୀରାଣୀ ପାଢୀ ଓ ତାଙ୍କ ସ୍ବାମୀ ବରିଷ୍ଠ ଖବରଦାତା ଓ ସାମାଜିକ କର୍ମୀ ହରିଶଚନ୍ଦ୍ର ସ ଉଭୟ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ମୋଟ ୨୪ହଜାର ୨ଶହ ୨୨ଟଙ୍କା ସହାୟତା ରାଶି ପ୍ରଦାନ କରିଛନ୍ତି ା ପ୍ରଥମ ପର୍ଯ୍ୟାୟରେ ବିଭିନ୍ନ ଜନସାଧାରଣଙ୍କ ପକ୍ଷରୁ ୧ଲକ୍ଷ ୫ହଜାର ଟଙ୍କା ପ୍ରଦାନ କରାଯାଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ୭୨ହଜାର ୪୭ଟଙ୍କା ପ୍ରଦାନ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri