ଘରକୁ ଘର ବୁଲି ବହି ବାଣ୍ଟିଲେ ଶିକ୍ଷୟିତ୍ରୀଶିକ୍ଷକ: ଅବୁଝା ହେଲେ ପଚାରିବାକୁ ଦେଲେ ଫୋନ୍‌ ନମ୍ବର

କୃଷ୍ଣପ୍ରସାଦ, ୧୯।୪ (ଡି.ଏନ.ଏ.): କରୋନା ଯୋଗୁ ଜାରି ହୋଇଥିବା ଲକ୍‌ଡାଉନ ଲାଗି ଶିକ୍ଷାର୍ଥୀଙ୍କ ପାଠପଢାରେ ଡୋରି ବନ୍ଧା ହୋଇଛି। ପାଠ ପଢିବାର ସୁଯୋଗ ସୃଷ୍ଟି କରିବା ପାଇଁ ଗଣଶିକ୍ଷା ବିଭାଗ ଶିକ୍ଷୟିତ୍ରୀଶିକ୍ଷକମାନେ ଶିକ୍ଷାର୍ଥୀମାନଙ୍କ ଘରକୁ ଯାଇ ସେମାନଙ୍କ ଆବଶ୍ୟକ ବହି ଦେବାକୁ ନିର୍ଦ୍ଦେଶ ରହିଛି। ଏହି ଆଇନକୁ କାର୍ଯ୍ୟକାରୀ କରି କୃଷ୍ଣପ୍ରସାଦ ବ୍ଲକରେ ଆରମ୍ଭ ହୋଇଛି ଶିକ୍ଷକମାନଙ୍କ ପାଠ୍ୟ ପୁସ୍ତକ ବଣ୍ଟନ। ମାଲୁଦ ସାଧନକେନ୍ଦ୍ରରେ ସିଆରସିସି ରମାକାନ୍ତ ଜେନାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଶିକ୍ଷୟିତ୍ରୀଶିକ୍ଷକମାନେ ଶିକ୍ଷାର୍ଥୀଙ୍କ ଘରକୁ ଘର ବୁଲି ପାଠ୍ୟପୁସ୍ତକ ବଣ୍ଟିଛନ୍ତି। ବହି ବଣ୍ଟନ କରି ମାଲୁଦ ସରକାରୀ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ପ୍ରବୀଣା ଦାସ ଏବଂ ଅର୍ଜୁନ ଦାସ ଉକ୍ତ ବହିକୁ ଘରେ ରହି ପିଲାମାନେ ପ୍ରତିଦିନ ପଢିବାକୁ କହିଥିଲେ। ବୁଝି ନ ହେଲେ ବୁଝିବା ପାଇଁ ସମସ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କ ଟେଲିଫୋନ ନଂ. ନେଇ ଫୋନ ମାଧ୍ୟମରେ ସେମାନଙ୍କ ସହ ଯୋଗାଯୋଗ କରିବା ପାଇଁ ଅଭିଭାବକଙ୍କୁ କହିଥିବା ଜଣାପଡିଛି। ଉକ୍ତ ବହି ବଣ୍ଟନ କୃଷ୍ଣପ୍ରସାଦ ବ୍ଲକର ସମସ୍ତ ବିଦ୍ୟାଳୟରେ ଆରମ୍ଭ ହୋଇଛି। ଏଭଳି କାର୍ଯ୍ୟକୁ ଅଭିଭାବକ, ଶିକ୍ଷାବିତ୍‌ମାନେ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri