କୁମ୍ପି ଭାଙ୍ଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧୦ ହଜାର ଟଙ୍କା ଦାନକଲେ ଭଉଣୀ-ଭାଇ

ତାଳଚେର,୧୯ା୪(ନି.ପ୍ର.): କରୋନା ମୁକାବିଲା ପାଇଁ ସାରା ଦେଶ ଆଜି ଏକାଠି ହୋଇଛି । କରୋନା ଯୁଦ୍ଧରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସହଯୋଗ କରିବା ଲାଗି ପିଏମ୍‌ କେୟାର୍ସ ଫଣ୍ଡ ଏବଂ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଅନେକ ବଦାନ୍ୟ ବ୍ୟକ୍ତି ଦାନ କରିବାକୁ ଆଗେଇ ଆସିଛନ୍ତି। ଠିକ୍‌ ସେହିପରି ତାଳଚେର ଭଉଣୀ-ଭାଇ କୁମ୍ପି ଭାଙ୍ଗି ଟଙ୍କା ଦାନ କରିଛନ୍ତି। ଜଗନ୍ନାଥପୁର ଗାଁର ପ୍ରଦ୍ୟୁମ୍ନ କୁମାର ମିଶ୍ରଙ୍କ ପ୍ରଥମ ଶ୍ରେଣୀରେ ପଢୁଥିବା ପୁଅ ଶୁଭମ ଓ ପଞ୍ଚମ ଶ୍ରେଣୀରେ ପଢୁଥିବା ଝିଅ ଉଲ୍ଲପୀ ସବୁଦିନ ବାପା-ମା’ଙ୍କ ପାଖରୁ ଖୁଚୁରା ଟଙ୍କା ନେଇ କୁମ୍ପିରେ ରଖିଥାନ୍ତି। ତେବେ ବର୍ତ୍ତମାନ ପରିସ୍ଥିତି ଦେଖି ଉଭୟ ଭଉଣୀ ଭାଇ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ତାଙ୍କ ସଞ୍ଚିତ ଅର୍ଥ ଦେବା ପାଇଁ ମନସ୍ଥ କରିଥିଲେ। ଏଥିରେ ତାଙ୍କ ବାପା ତାଙ୍କୁ ସହଯୋଗ କରିଥିଲେ। କୁମ୍ପି ଭାଙ୍ଗି ବ୍ୟାଙ୍କରେ ଡିମାଣ୍ଡ ଡ୍ରାଫ୍ଟ ତିଆରି କରି ସମୁଦାୟ ୧୦ ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ରବିବାର ତାଳଚେର ଉପ-ଜିଲାପାଳଙ୍କ ଜରିଆରେ ଦାନ କରିଛନ୍ତି । ଦେଶର ଏଭଳି ସଙ୍କଟ ସମୟରେ ସରକାରଙ୍କୁ ସହାୟତା କରିବା ଅତ୍ୟନ୍ତ ଜରୁରୀ ଭାବି ସେମାନେ ଏହି ଟଙ୍କା ଦେଇଥିବା କହିଛନ୍ତି । ଏହା ସହ କରୋନା ଯୁଦ୍ଧରେ ସାମିଲ ହୋଇ ନିଜ ସାମର୍ଥ୍ୟ ଅନୁଯାୟୀ ରାଜ୍ୟ ସରକାରଙ୍କୁ ସହଯୋଗ କରିବା ପାଇଁ ରାଜ୍ୟବାସୀଙ୍କୁ ସେ ନିବେଦନ କରିଛନ୍ତି। ଏଭଳି ମହତ କାର୍ଯ୍ୟ ପାଇଁ ସ୍ଥାନୀୟ ଅଞ୍ଚଳ ବାସିନ୍ଦା ସେମାନଙ୍କୁ ଅନେକ ପ୍ରଶଂସା କରିଛନ୍ତି। କେବଳ ଯେ ଟଙ୍କା ଦାନ କରିଛନ୍ତି ତାହା ନୁହେଁ, ହାତ ଧୋଇବା, ମାସ୍କ ବାନ୍ଧିବା ଏବଂ ଜରୁରୀ କାମ ନ ଥିଲେ ବାହାରକୁ ନ ବାହାରିବା ପାଇଁ ଲୋକଙ୍କୁ ଉଭୟ ସଚେତନ ମଧ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri