ଚିତ୍ରକୋଣ୍ଡା,୨୩।୪(ଡି.ଏନ୍.ଏ.)- କୃଷି ଏବଂ ଚାଷୀର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଆଦିବାସୀ ଅଞ୍ଚଳରେ ଆଦିବାସୀ ଚାଷୀଙ୍କୁ ଅନେକ ପ୍ରୋତ୍ସାହନ ଦେଉଛନ୍ତି। ମାତ୍ର ସରକାରୀ କଳର କେତେକ ନ୍ୟସ୍ତସ୍ବାର୍ଥ କର୍ମଚାରୀଙ୍କ ପାଇଁ ସରକାରଙ୍କ ଯୋଜନାରୁ ସୁଫଳ ପାଉନାହାନ୍ତି ଚାଷୀ। ଏପରି ଏକ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲ୍ଳକ ଅଞ୍ଚଳରେ। ଉକ୍ତ ଅଞ୍ଚଳରେ ଚାଷୀ ଜମିରେ ବୋରଓ୍ବେଲ ଖୋଳାଇବା ଲାଗି ପାଣି ପରୀକ୍ଷା କରିବାକୁ ସ୍ଥାନ ଚିହ୍ନଟ ଲାଗି ବିଭାଗ ନିକଟରେ ୧ହଜାର ଲେଖାଏ ଟଙ୍କା ବାନ୍ଧି ୬ବର୍ଷ ବିତିଯାଇଥିଲେ ମଧ୍ୟ ଏଯାଏ ପାଣି ପରୀକ୍ଷା ହୋଇପାରିନାହିଁ। ଏନେଇ ଚାଷୀମାନେ ବାରମ୍ବାର କାର୍ଯ୍ୟାଳୟକୁ ଦୌଡି ନିରାଶ ହୋଇଛନ୍ତି। ଜିଲା ପ୍ରଶାସନ ନିକଟରେ ଅଭିଯୋଗ କଲେ ମଧ୍ୟ କିଛି ପଦକ୍ଷେପ ନିଆଯାଉନାହିଁ।
ଖବରରୁ ଜଣାପଡିଛି ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ୩ଟି ପଞ୍ଚାୟତ ଦୋରାଗୁଡା,ଗୁଣ୍ଠାୱାଡା ଓ ନୂଆଗୁଡାର ୨୪ ଜଣ ଚାଷୀ ଜଳସେଚନ ପାଇଁ ଚାଷଜମିରେ ବୋରୱେଲ ଖୋଳିବା ପାଇଁ ମାଲକାନଗିରି ଉଠା ଜଳସେଚନ ନିଗମକୁ ଦରଖାସ୍ତ କରି ପାଣି ପରୀକ୍ଷା ଲାଗି ସ୍ଥାନ ଚିହ୍ନଟ ପାଇଁ ଗତ ୬ା୬ା୨୦୧୩ରେ ଜଣ ପିଛା ୧ହଜାର ଲେଖାଏ ମୋଟ ୨୪ହଜାର ଟଙ୍କା ଦାଖଲ କରିଥିଲେ। ପାଣି ପରୀକ୍ଷା ପରେ ବୋରୱେଲ ଖୋଳିବା ସମୟରେ ଉଠାଜଳସେଚନ ନିଗମକୁ ଏନେଇ ଏସାର ଫାଉଣ୍ଡେସନ ସହାୟତା କରିଥାନ୍ତା। ମାତ୍ର ଚାଷୀମାନେ ଟଙ୍କା ବାନ୍ଧିବାର ୬ ବର୍ଷ ବିତିଯାଇଥିଲେ ମଧ୍ୟ ମାଲକାନଗିରି ଉଠାଜଳସେଚନ ନିଗମ ପାଣି ବାହାରିବା ପାଇଁ ସ୍ଥାନ ପରୀକ୍ଷା କରି ଚିହ୍ନଟ କରୁନାହିଁ। ଏନେଇ ବାରମ୍ବାର ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ,ଜିଲା ପ୍ରଶାସନ ଓ ବିଭାଗୀୟ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ କିଛି ସୁଫଳ ମିଳିନି। ପ୍ରଶାସନ ଚାଷୀଙ୍କ ଜମିରେ ବୋରଓ୍ବେଲ ଖୋଳିବା ପାଇଁ ସ୍ଥାନ ପରୀକ୍ଷା କରି ଚିହ୍ନଟ କରୁନି କିମ୍ବା ଚାଷୀ ଦେଇଥିବା ଅର୍ଥ ଫେରସ୍ତ କରୁନାହିଁ। ଉଠାଜଳସେଚନ ନିଗମର ଅଧିକାରୀଙ୍କୁ ଚାଷୀ ମାନେ ଭେଟିବାରୁ ସେ କହିଥିଲେ ଯେ, ଆଉ ପୂର୍ବଭଳି ଦରଖାସ୍ତ ରଖି ବୋରୱେଲ ଖୋଳାଯାଉନାହିଁ। ଏବେ ଅନଲାଇନ ମାଧ୍ୟମରେ ଦରଖାସ୍ତ ଗ୍ରହଣ କରାଯାଇ ଟଙ୍କା ଜମା କଲେ ସିଧାସଳଖ ବୋରୱେଲ ଖୋଳା ଯାଉଛି। ଆଉ ପାଣି ବାହାରିବା ପାଇଁ ସ୍ଥାନ ପରୀକ୍ଷା କରିବା ଦରକାର ନାହିଁ ବୋଲି କହି ଏଥିପାଇଁ ବିଜ୍ଞାପନ ବାହାରିବା ସମୟରେ ଦରଖାସ୍ତ କରିବା ପାଇଁ କହିଥିଲେ। ତେବେ ଏଠାରେ ପ୍ରଶ୍ନ ଉଠୁଛି ଚାଷୀ ବାନ୍ଧିଥିବା ଅର୍ଥ ସେମାନେ କିପରି ଫେରିପାଇବେ। ସେ ନେଇ ଅଧିକାରୀ ଜଣକ କିଛି କହି ନ ଥିଲେ।
ଚାଷ କାମ ପାଇଁ ଯାଇଥିଲେ, ହଠାତ୍ ଜଙ୍ଗଲରୁ ମାଡ଼ିଆସିଲା ହାତୀ: ଆଉ ତା’ପରେ ଘଟିଲା…
କଲ୍ୟାଣସିଂହପୁର,୩।୧୨(ଦୀପକ କୁମାର ପରିଡ଼ା): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକର ପାରସାଲୀ ପଞ୍ଚାୟତ ଅଧୀନ ବୁଡୁଣି ଗାଁରେ ବୁଧବାର ସକାଳୁ ହାତୀ ଆକ୍ରମଣରେ ୩୨ ବର୍ଷୀୟ ବାଲା...
୬୮୬ ସ୍କୁଲ ବନ୍ଦ କାରଣରୁ ଛାତ୍ରୀଛାତ୍ରଙ୍କ ପାଠପଢାରେ ବାଧାସୃଷ୍ଟି: ଲୋକ ସଭାରେ ଉଦବେଗ ପ୍ରକାଶ କଲେ ଏମ୍ପି ସପ୍ତଗିରି
ରାୟଗଡା, ୧।୧୨(ଆଶିଷ ରଞ୍ଜନ ପଣ୍ଡା): ଅବିଭକ୍ତ କୋରାପୁଟ ଜିଲାର ରାୟଗଡା କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଭଳି ଆଦିବାସୀ ଅଧୁଷିତ ଜିଲାମାନଙ୍କରେ ବିଭିନ୍ନ ସରକାରୀ ଓ...
ମେରୁଦଣ୍ଡ, ପିଠିରେ ମାଂସ ବଢିବା ଯୋଗୁ ଚାଲିପାରୁନାହାନ୍ତି ୧୩ ବର୍ଷର ବାଳକ: ସହାୟତା ଯୋଗାଇଲେ ଜିଲାପାଳ
ରାୟଗଡା, ୧।୧୨(ଆଶିଷ ରଞ୍ଜନ ପଣ୍ଡା): ପିଠି ଏବଂ ମେରୁଦଣ୍ଡରେ ମାଂସ ବଢୁଥିବା କାରଣରୁ ୧୩ବର୍ଷର ଚନ୍ଦନ କିଲାକା ଦିବ୍ୟାଙ୍ଗ ପାଲଟିଯାଇଛନ୍ତି। ସଠିକ୍ରେ ଚାଲିପାରୁନାହାନ୍ତି। ଫଳରେ ବାପା...
୩ ବର୍ଷ ପୁଅର ମୃତଦେହ ବ୍ୟବଚ୍ଛେଦ ପାଇଁ ଡାକ୍ତରଙ୍କ ସହାୟକ ମାଗିଲେ ୨ ହଜାର ଟଙ୍କା
ରାୟଗଡ଼ା,୨୯ା୧୧(ଆଶିଷ ରଞ୍ଜନ ପଣ୍ଡା): ମାଆ ପଛେପଛେ ଯାଇ ନଦୀରେ ବୁଡ଼ି ଶୁକ୍ରବାର ଚାଲିଗଲା ୩ ବର୍ଷ ଶିଶୁପୁତ୍ରର ଜୀବନ। ଏହିଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା...
ଭାଇ ବାହା ଘରୁ ଫେରିଲା ବେଳେ ବାଟରେ ଗାଡ଼ି ଦୁର୍ଘଟଣାରେ ଚାଲିଗଲା ଭଉଣୀଙ୍କ ଜୀବନ
ରାୟଗଡା,୨୬।୧୧(ଆଶିଷ ରଞ୍ଜନ ପଣ୍ଡା): ଭାଇର ବାହାଘର ସାରି ରାୟଗଡା ଫେରିଲା ବେଳେ ଏକ ସଡ଼କ ଦୁର୍ଘଟଣାରେ ଭଉଣୀ ମୃତ୍ୟୁବରଣ କରିଥିବା ଭଳି ଦୁଃଖଦ ଘଟଣା ଘଟିଛି...
ପୁଣି ଜଣେ ୫୧ ବର୍ଷୀୟ ଦାଦନ ଶ୍ରମିକ ନିଖୋଜ, ଚିନ୍ତାରେ ପରିବାର
କଲ୍ୟାଣସିଂହପୁର, ୨୧।୧୧( ଦୀପକ କୁମାର ପରିଡ଼ା ): ଦାଦନ କାମ ପାଇଁ ଯାତ୍ରା କଲାବେଳେ ଟ୍ରେନରୁ ସମୟରେ ଓହ୍ଲାଇ ପାରି ନ ଥିବାରୁ ଏକ ୫୧...
ବସ୍ ମିଳିବନି କହି ଘରକୁ ଡାକିଲେ, ପରେ ବିବାହିତା ମହିଳାଙ୍କୁ ବୁଦାକୁ ନେଇ ବଳାତ୍କାର; କାନ୍ଦି କାନ୍ଦି…
ରାୟଗଡ଼ା,୧୯।୧୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ାରେ ଲଜ୍ଜା। ସହରରେ ଅନ୍ଧାର ରାତିରେ ଜଣେ ବିବାହିତ ମହିଳାଙ୍କୁ ବଳାତ୍କାର କରାଯାଇଛି। ଏନେଇ ବିବାହିତ ମହିଳାଜଣଙ୍କ ସ୍ବାମୀଙ୍କ ସହ ମଙ୍ଗଳବାର...
୧୧ ବର୍ଷ ପରେ ନ୍ୟାୟ…ଗୋଟିଏ ପରିବାରର ୫ ଜଣଙ୍କୁ ଆଜୀବନ କାରାଦଣ୍ଡ
ରାୟଗଡ଼ା,୧୮।୧୧(ଆଶିଷ ରଞ୍ଜନ ପଣ୍ଡା) -ଦୀର୍ଘ ୧୧ ବର୍ଷ ପରେ ରାୟଗଡ଼ା ସହର ବୁଦୁରାବାଲସା ସାହିରେ ହୋଇଥିବା ବହୁଚର୍ଚ୍ଚିତ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ରାୟଗଡ଼ା...
Archives


