Posted inRasifala

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର ବଳହୀନ ବାଣୀକାରକ ବୁଧ ଯୁକ୍ତ ହେତୁ ବନ୍ଧୁ ଓ ପରିବାର ସହ କଥାରେ କଥାରେ କଳହ ଘଟିପାରେ। କର୍ମକ୍ଷେତ୍ରରେ କୈାଣସି ଘଟଣାକୁ କେନ୍ଦ୍ରକରି କିଛି ସମସ୍ୟାର ସମ୍ମୁଖୀନ ହୋଇ ପାରନ୍ତି। ଶାରିରୀକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁଁ ମନ ଖୁସି ରହିବ।
ବୃଷ
ବୃଷ
ଆଲୋଚନା କ୍ଷେତ୍ରରେ ଶେଷ ସମୟରେ ନିଷ୍ପତି ବଦଳାଇ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଶିଳ୍ପ,ବାଣିଜ୍ୟ ଓ ବ୍ୟବସାୟ ତଥା ଲେଖାପଢ଼ା ଓ ପ୍ରକାଶନ କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ। ଅତୀତ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
ମିଥୁନ
ମିଥୁନ
କାଳସର୍ପ ଯୋଗର କୁପ୍ରଭାବରେ କାର୍ଯ୍ୟହାନୀ,ମାନସିକ ଅଶାନ୍ତି ସଙ୍ଗକୁ ଶାରୀରିକ ଅସୁସ୍ଥତା ମଧ୍ୟ ଦେଖାଯାଇପାରେ। ଋଣ ପରିଶୋଧ କରିବା ସକାଶେ ବିଭିନ୍ନ ପ୍ରକାରର ଧନ୍ଦା କରିବା ସକାଶେ ମନ ବଳାଇବେ। ଆଲୋଚନା ଆଳରେ ଜଣେ ବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜି ପାରନ୍ତି।
କର୍କଟ
କର୍କଟ
କର୍ମସ୍ଥାନରେ ଉଚ୍ଚସ୍ଥ ରବି ଯୋଗୁଁ ଆର୍ଥିକ ଉନ୍ନ୍‌ତି ସଙ୍ଗକୁ ସମ୍ମାନ ଓ ସାମାଜିକ ପ୍ରତିଷ୍ଠା ପାଇପାରନ୍ତି। ଅଫିସ୍‌ କାମରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। କଳା,ସାହିତ୍ୟ,ସଙ୍ଗୀତ ତଥା ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିପାରେ।
ସି˚ହ
ସି˚ହ
ଗ୍ରହ ପ୍ରଭାବରେ ପରିବାର ସକାଶେ ସମସ୍ତ ପ୍ରକାରର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନଙ୍କୁ ସନ୍ତୁଷ୍ଟ କରିବା କଷ୍ଟକର ହୋଇପାରେ। ନିଜେ ରହୁଥିବା ସ୍ଥାନର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଶଂରେ ଭଲ ରହିବାରୁ ଆଶ୍ୱସ୍ତି ଲାଭକରିବେ। କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ।
କନ୍ୟା
ରାଶ୍ୟାଧିପତି ସହ ଚନ୍ଦ୍ରଙ୍କ ସଂଯୋଗ ହେତୁ କେତେକ ଅପୂରଣୀୟ ଆଶା ମନକୁ ବାରମ୍ଭାର ମନକୁ ଆଲୋଡିତ କରିବ। ନୂତନ ପ୍ରକଳ୍ପ,ପ୍ରଶାସନ ଓ ପରିବହନ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି। ଗୃହ ସଜ୍ଜା,ଗାଡି ମରାମତି,ପୁରୁଣା ଘରକୁ ସଜାଡିବାରେ ମନୋନିବେଶ କରିପାରନ୍ତି।
ତୁଳା
ତୁଳା
ଶନି ଓ ମଙ୍ଗଳଙ୍କ ସଂଯୋଗ ଚତୁର୍ଥଭାବସ୍ଥ ହେତୁ ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ ଉଠିପାରେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ ନତୁବା ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି। ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ।
ବିଛା
ବିଛା
ରାଶିପାଇଁ କେତୁ ଓ ବୁଧଙ୍କ ଅବସ୍ଥିତି ଆପଣଙ୍କ ଅସୁସ୍ଥମାନସିକତାର କୁପ୍ରଭାବରେ କଥାବାର୍ତ୍ତାରେ ବ୍ୟତିକ୍ରମ ସୃଷ୍ଟିହେବ। ସମୟର ପ୍ରତିକୂଳତା ହେତୁ ବିଭିନ୍ନ ପ୍ରକାରର ସମସ୍ୟା ଭିତରେ ମନ ଭାରାକ୍ରାନ୍ତ ରହିବ। ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ କୈାଣସି କାମକୁ ମୁହାଁଇବା ଠିକ୍‌ ହେବନି।
ଧନୁ
ଧନୁ
ବିଚାରଧାରାକୁ ପ୍ରବାହିତ କରି ସଠିକ୍‌ ନିଷ୍ପତି ନେବାରେ ବାଧା ସୃଷ୍ଟି କରିବ। ଫଳତଃ ପ୍ରତ୍ୟେକ କ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ପନିପରିବା ଦୋକାନୀ,ହୋଟେଲ ମାଲିକମାନେ କ୍ଷତିଗ୍ରସ୍ଥ ହୋଇପାରନ୍ତି। ସାଂଗଠନିକ କ୍ଷେତ୍ରରେ ବହୁତ ଜନ କଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ।
ମକର
ମକର
କୈାଣସି କାର୍ଯ୍ୟ କରିନପାରିବା ଯୋଗୁଁ ଅସ୍ଥିର ରହିପାରନ୍ତି। ବନ୍ଧୁଙ୍କ କଥାକୁ ସହଜରେ ଗ୍ରହଣ କଲେ କର୍ମକ୍ଷେତ୍ରରେ ସମସ୍ୟାରୁ ମୁକୁଳି ଯାଇ ପାରନ୍ତି। ଫେରିବା ବାଟରେ ସାୟାହ୍ନରେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଗଠନମୂଳକ କାମ,ଲେଖାପଢା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ ଗତି କରିବାର ବହୁ ସମ୍ଭାବନା ରହିଛି। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇ ପାରନ୍ତି। ଆଜିର ଆମଦାନୀ କାରବାର,ପରିବହନ ଓ ବ୍ୟବସାୟିକ ସ୍ଥିତି ମାନ୍ଦା ହେବନାହିଁ।
ମୀନମୀନ
ରାହୁ ଓ ବୁଧଙ୍କ ପ୍ରଭାବ ଯୋଗୁଁ ପାରିବାରିକ ସ୍ତରରେ ପଛକଥା ନଭାବି ଏହି ସମୟର ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟାକରିବା ଭଲ ହେବ। ନିଜର କାମ ସକାଶେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ,ମାଲି ମକଦ୍ଦମା, ସଂଗଠନ,ଲେଖାପଢା,ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri