ବନ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ, ୩ ଗିରଫ

ଯୋଡା, ୨୧।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜାମୁପାଣିଠାରେ ବନ ବିଭାଗ ପକ୍ଷରୁ ଚୋରା କାଠ ବୋଝେଇ ଡମ୍ପର ଜବତ ବେଳେ ବନ କର୍ମଚାରୀମାନେ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବାମେବାରୀ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ.୪୯/୨୦୨୦) ରୁଜୁ କରି ଉକ୍ତ ଗ୍ରାମର ରଇଦାସ ଗାଗରାଇ, ସନାତନ ଗାଗରାଇ ଓ ବୁଧରାମଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟଚାଲାଣ କରିଥିବା ବାମେବାରୀ ଓଆଇସି ଅମିତାବ୍‌ ଦାସ ସୂଚନା ଦେଇଛନ୍ତି।
ସୋମବାର ରାତି ୯ଟାରେ ବନ କର୍ମଚାରୀଙ୍କ ସହିତ ହାତୀ ଘଉଡାଇବା ପାଇଁ ଯାଇଥିବା ସମୟରେ ଜାମୁପାଣି ଜଙ୍ଗଲରେ ଏକ ଡମ୍ପରରେ କାଠ ବୋଝେଇ କରି ଚୋରା ଚାଲାଣ ହେଉଥିବା ବେଳେ ବନକର୍ମଚାରୀ ମାନେ ଡମ୍ପରଟିକୁ ଅଟକାଇଥିଲେ। ଏହି ସମୟରେ ନିକଟସ୍ଥ ଜାମୁପାଣୀ ଗ୍ରାମର ପ୍ରାୟ ୧୦ ରୁ ୧୫ ଜଣ ଲୋକ ଆସି ବନ କର୍ମଚାରୀଙ୍କ ଉପରେ ଅତର୍କିତ ଭାବେ ମରଣାନ୍ତକ ଆକ୍ରମଣ କରିଥିଲେ।  ଏହି ଆକ୍ରମଣରେ ବାମେବାରୀ ଫରେଷ୍ଟ ସେକ୍ସନର ଡ୍ରାଇଭର କୁଳମଣି ଆପଟ ଏବଂ ଦୁଇ ବନ କର୍ମଚାରୀ ଚନ୍ଦନ ବାରିକ ଓ ରବିନନ୍ଦନ ମହାନ୍ତ ଗୁରୁତର ହୋଇଥିଲେ। ବନବିଭାଗ ପକ୍ଷରୁ ଚୋରା କାଠ ବୋଝେଇ ଡମ୍ପରଟିକୁ ଜବତ କରି କାଳିମାଟି ବିଟ୍‌ ହାଉସରେ ରଖାଯାଇଥିବା ବେଳେ ଗୁରୁତର ଆହତ ହୋଇଥିବା ବନକର୍ମଚାରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri