ଭାଲୁ କାମୁଡ଼ାରେ ଜଣେ ଗୁରୁତର

ପାଲଲହଡ଼ା, ୨୨ା୪(ଡି.ଏନ.ଏ.)- ପାଲଲହଡ଼ା ଉପଖଣ୍ଡ ଖମାର ଥାନା ବଡସଡା ପଞ୍ଚାୟତ ଗୋପୀନାଥପୁର ଗ୍ରାମର ଅର୍ଜୁନ ପୂର୍ତ୍ତି(୪୦) ବୁଧବାର ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ ସେ ଛେଳି ଚରାଇବାକୁ ଗ୍ରାମ ନିକଟ ଜଙ୍ଗଲକୁ ଯାଇଥିବାବେଳେ ଏକ ଭାଲୁ ହାବୁଡରେ ପଡି ଯାଇଥିଲେ। ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ପ୍ରଥମେ ଖମାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ତାଙ୍କ ମୁହଁ, ହାତ, ଗୋଡରେ ଗଭୀର କ୍ଷତ ହୋଇଛି। ଖବରପାଇ ଖମାର ରେଞ୍ଜର କାଜଲ କୁମାରୀ ନାୟକ ଘଟଣାସ୍ଥଳକୁ ଯାଇ ତାଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri