ବାହାର ଫେରନ୍ତାଙ୍କ ପାଇଁ ଆଜିଠୁ ପଞ୍ଜୀକରଣ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ ମେ ୩ ପର୍ଯ୍ୟନ୍ତ ଜାରି ରହିଛି। ଲକ୍‌ଡାଉନ୍‌ ହଟିବା ପରେ ନିଜ ରାଜ୍ୟକୁ ଫେରିବେ ପ୍ରବାସୀ ଓଡ଼ିଆ। ଏନେଇ ଶୁକ୍ରବାରଠାରୁ ପଞ୍ଜୀକରଣ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଫର୍ମ ଜାରି କରାଯାଇଛି। ଓଡ଼ିଶା ଫେରିଲେ ସେମାନଙ୍କ ରହିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ପଞ୍ଚାୟତ ସ୍ତରରେ କ୍ୱାରାଣ୍ଟାଇନ୍‌ ସେଣ୍ଟରର ପ୍ରସ୍ତୁତି କାର୍ଯ୍ୟ ମଧ୍ୟ ଏବେ ଜୋର୍‌ସୋରରେ ଚାଲିଛି। ଏସବୁ କାର୍ଯ୍ୟର ତଦାରଖ ପାଇଁ ସରପଞ୍ଚଙ୍କ ନେତୃତ୍ୱରେ ୫ ଜଣିଆ ଟିମ୍‌ ଗଠନ ହେବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି।
ସେ କହିଛନ୍ତି, ମଝିରେ ମାତ୍ର ୧୦ ଦିନ ବାକି ରହିଛି। ଲକ୍‌ଡାଉନ୍‌ରେ ବିଭିନ୍ନ ରାଜ୍ୟରେ ଫସିଥିବା ପ୍ରାୟ ୫ଲକ୍ଷ ଓଡ଼ିଆ ଫେରିବେ। ଏଠାରେ ପହଞ୍ଚତ୍ବା ପରେ ସିଧାସଳଖ ନିଜ ପଞ୍ଚାୟତରେ ପ୍ରସ୍ତୁତ ହୋଇ ରହିଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଯିବେ। ସେଠାରେ ସେମାନେ ୧୪ଦିନ ସଙ୍ଗରୋଧ ଭାବେ ରହିବେ। ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା କରିବ। କରୋନା ଲକ୍ଷଣ ଦେଖାଦେଲେ ଟେଷ୍ଟିଂ ପାଇଁ ନମୁନା ପଠାଯିବ। ରିପୋର୍ଟ ପଜିଟିଭ୍‌ ଆସିଲେ ସେମାନଙ୍କୁ କୋଭିଡ୍‌ ମେଡିକାଲକୁ ସ୍ଥାନାନ୍ତର କରାଯିବ।
ତେବେ ଫେରିବା ପୂର୍ବରୁ ନାମ ପଞ୍ଜୀକରଣ କରିବେ। ଏଥିପାଇଁ ଉଭୟ ଅନ୍‌ଲାଇନ୍‌ ଓ ଅଫଲାଇନ୍‌ର ବ୍ୟବସ୍ଥା କରାଯାଇଛି। ନିଜେ କିମ୍ବା ଅନ୍ୟକେହି ଆବଶ୍ୟକ ତଥ୍ୟ ଦେଇ ପଞ୍ଜୀକରଣ କରିପାରିବେ। ଉକ୍ତ ଫର୍ମରେ ଓଡ଼ିଶା ଫେରନ୍ତାଙ୍କ ନାଁ, ଗାଁ ଓ ଠିକଣା ସହ ସମ୍ପୂର୍ଣ୍ଣ ଯାତ୍ରା ବିବରଣୀ ଉଲ୍ଲେଖ କରିବାକୁ କୁହାଯାଇଛି। ଏହାସହ ସେ ଦାଦନ ଶ୍ରମିକ, ଛାତ୍ର, ପର୍ଯ୍ୟଟକ ନା ଅନ୍ୟ କେଉଁ ଶ୍ରେଣୀର ସେ କଥା ବି ଉଲ୍ଲେଖ କରିବେ। ପଞ୍ଜୀକରଣ ପରେ ଜିଲା ନୋଡାଲ ଅଧିକାରୀ ଅନଲାଇନ୍‌ ପୋର୍ଟାଲରେ ସବିଶେଷ ତଥ୍ୟ ଅପଲୋଡ୍‌ କରିବେ। ଏନେଇ ଗୁରୁବାର ରାଜ୍ୟ ଆନ୍ତଃ ମନ୍ତ୍ରୀସ୍ତରୀୟ ବୈଠକରେ ସବିଶେଷ ଆଲୋଚନା ହୋଇଛି। ପଞ୍ଜୀକରଣ ତଦାରଖ ପାଇଁ ସରପଞ୍ଚଙ୍କ ନେତୃତ୍ୱରେ ଏକ ୫ଜଣିଆ କମିଟି ରହିବ। ଏହି କମିଟିରେ ସରପଞ୍ଚଙ୍କ ସହ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ, ଗ୍ରାମ ରୋଜଗାର ସେବକ ଓ ୨ଜଣ ଶିକ୍ଷକ ରହିବେ ବୋଲି ମନ୍ତ୍ରୀ ଜେନା ସୂଚନା ଦେଇଛନ୍ତି। ସେପଟେ ଓଡ଼ିଶା ଫେରିବା ପୂର୍ବରୁ ସମସ୍ତଙ୍କର ଆଗୁଆ କୋଭିଡ୍‌ ଟେଷ୍ଟ ବ୍ୟବସ୍ଥା କରିବାକୁ କେନ୍ଦ୍ରକୁ ପ୍ରସ୍ତାବ ଦିଆଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି।

ହାତରେ ଲାଗିବ କ୍ୱାରାଣ୍ଟାଇନ୍‌ ଷ୍ଟାମ୍ପ

ପଞ୍ଜୀକୃତ ହୋଇଥିବା ବାହାର ଫେରନ୍ତାଙ୍କୁ ସିଧା ପୌର ସଂସ୍ଥା କିମ୍ବା ପଞ୍ଚାୟତ କ୍ୱାରାଣ୍ଟାଇନ୍‌ରେ ରଖାଯିବ। ତେବେ ଏହା ପୂର୍ବରୁ ସେମାନଙ୍କ ହାତରେ କ୍ୱାରାଣ୍ଟାଇନ୍‌ ଆରମ୍ଭ ତାରିଖକୁ ଏକ ଷ୍ଟାମ୍ପ୍‌ ଜରିଆରେ ଲଗାଯିବ। ଏହା ସହଜରେ ଲିଭବ ନାହିଁ, ୨୦ଦିନରୁ ଊର୍ଦ୍ଧ୍ୱ ରହିବ। କ୍ୱାରାଣ୍ଟାଇନ୍‌ରୁ ବାହାରକୁ ଗଲେ ସହଜରେ ଧରାପଡିଯିବେ। ଏଥିସହ ଅନ୍ୟମାନଙ୍କ ଅବଗତି ନିମନ୍ତେ ସମ୍ପୃକ୍ତ ବ୍ୟକ୍ତିଙ୍କ ଘର ସମ୍ମୁଖରେ ମଧ୍ୟ ଏକ ନିର୍ଦ୍ଦିଷ୍ଟ ଷ୍ଟିକର ଲଗାଯିବ। ଏନେଇ ଗୁରୁବାର ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ କୁମାର ଜେନା ଗୁରୁବାର ଉଭୟ ପଞ୍ଚାୟତିରାଜ ବିଭାଗ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କୁ ଚିଠି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri