ମାଲ୍‌ ପରିବହନରେ ପୂର୍ବତଟ ରେଳପଥର ପ୍ରୋତ୍ସାହନ: ମେ ୩ ଯାଏ ଲାଗୁ ହେବ

ଭୁବନେଶ୍ୱର,୨୪।୪(ବ୍ୟୁରୋ): କରୋନା ମୁକାବିଲା ପରିପ୍ରେକ୍ଷୀରେ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ନିମନ୍ତେ ପଣ୍ୟ ଉପଭୋକ୍ତାଙ୍କୁ ସୁବିଧା ପ୍ରଦାନ ସହ ଲଜିଷ୍ଟିକ୍‌ ସହାୟତା ଯୋଗାଇଦେବା ନିମନ୍ତେ ରେଳ କର୍ତ୍ତୃପକ୍ଷ ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ପଣ୍ୟ ଓ ପାର୍ସଲ୍‌ ଟ୍ରାଫିକ୍‌ କ୍ଷେତ୍ରରେ ବିଳମ୍ବଶୁଳ୍କ, ରହଣି ମାହାସୁଲ ଏବଂ କଣ୍ଟେନର ଟ୍ରାଫିକ୍‌ ନିମନ୍ତେ ବିଳମ୍ବଶୁଳ୍କ ଓ ଭିତ୍ତିଭୂମି ବ୍ୟବହାର ମୂଲ୍ୟ ଇତ୍ୟାଦି ବୃଦ୍ଧି ହେବ ନାହିଁ। ଏହା ମାର୍ଚ୍ଚ ୨୨ରୁ ମେ ୩ ମଧ୍ୟରେ ଲାଗୁ ହେବ। ଉପଭୋକ୍ତାମାନଙ୍କୁ ଗୁଡ୍‌ସେଡ୍‌କୁ ବ୍ୟକ୍ତିଗତ ଭାବେ ନ ଆସିବା ଓ ପଞ୍ଜୀକୃତ ପ୍ରକ୍ରିୟାକୁ ଅଧିକ ସୁବିଧାପ୍ରଦ କରିବାକୁ ପଣ୍ୟର ଚାହିଦା ହିସାବରେ ଇଲେକ୍‌ଟ୍ରୋନିକ୍‌ ପଞ୍ଜୀକରଣ (ଇଆଇଡି), ଇଲେକ୍‌ଟ୍ରୋନିକ୍ସ ଟ୍ରାନ୍ସମିିଶନ ଦ୍ୱାରା ପଣ୍ୟ ପରିବହନ ସୂଚନା ବ୍ୟବସ୍ଥା (ଫୋଏସ୍‌) ମାଧ୍ୟମରେ ରେଲୱେ ରସିଦ ପ୍ରଦାନ ଏବଂ ପଣ୍ୟ ବିତରଣ ଇଟିଆର୍‌ଆର୍‌ର ଇ-ସରେଣ୍ଡର ମାଧ୍ୟମରେ କରାଯିବ। ଏହି ସୁବିଧା ପଣ୍ୟ ସହାୟତାକାରୀ, ଲୌହ ଏବଂ ଇସ୍ପାତ, ଲୁହାପଥର ଓ ଲୁଣ ପରିବହନକାରୀକୁ ମଧ୍ୟ ଯୋଗାଇ ଦିଆଯିବ।
ଇଲେକ୍‌ଟ୍ରୋନିକ୍ସ ପଞ୍ଜୀକରଣ ଦ୍ୱାରା ରେଲ୍‌ୱେ ରସିଦ୍‌ (ଇଟିଆର୍‌ଆର୍‌)ର ଇ-ସରେଣ୍ଡର ଦ୍ୱାରା ସାମଗ୍ରୀ ପ୍ରଦାନ କରାଯାଇଛି। ସେଠାରେ ଯେତେ ସମ୍ଭବ ଇ-ରେଲ୍‌ୱେ ରସିଦ୍‌ ପ୍ରଦାନ କରାଯିବ। ସେହିଭଳି ମାର୍ଚ୍ଚ ୨୨ରୁ ମେ ୩ ପର୍ଯ୍ୟନ୍ତ ଖାଲି କଣ୍ଟେନର ଓ ଖାଲି ଫ୍ଲାଟ୍‌ସ ଚଳାଚଳ ଖର୍ଚ୍ଚ ଉପରେ କର ଧାର୍ଯ୍ୟ କରାଯିବ ନାହିଁ। କଣ୍ଟେନର୍‌ ଟ୍ରାଫିକ୍‌ ପାଇଁ ବ୍ୟୟ କରିବାକୁ ହବ୍‌ ଓ ସ୍ପୋକ୍‌ ପଦ୍ଧତିରେ ରିହାତି ଦିଆଯିବ। ବୋଝେଇ ମାଲ୍‌ ଖଲାସ ପାଇଁ ବିଳମ୍ବ ଯୋଗୁ ଇନ୍‌ଲ୍ୟଣ୍ଡ୍‌ କଣ୍ଟେନର୍‌ ଡିପୋ (ଆଇ.ସି.ଡି) ବାଧାପ୍ରାପ୍ତ ହୋଇଥିବା ଦୃଷ୍ଟିରୁ ଟେଲିସ୍କୋପିକ୍‌ ସୁବିଧା ପାଇବା ପାଇଁ ସମୟସୀମା ୫ ଦିନରୁ ୧୫ଦିନକୁ ବୃଦ୍ଧି କରାଯିବ ଅର୍ଥାତ୍‌ ଏହା ଏପ୍ରିଲ୍‌ ୧୬ରୁ ମେ’ ୩୦ପର୍ଯ୍ୟନ୍ତ ବଳବତ୍ତର ରହିବ। ସେହିଭଳି ମାଲ୍‌ ପରିବହନ କ୍ଷେତ୍ରରେ ଆନ୍ତଃ ଜୋନ୍‌ ଓ ଜୋନାଲ୍‌ ଟ୍ରାଫିକ୍‌ ନିମନ୍ତେ ୬୦୦ କିମିର ମିନିରେକ୍‌ ଥିବା ଦୂରତା ଅବରୋଧକୁ ୧୫୦୦ କିମି ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ରେକ୍‌ ବୋଝେଇର ଦୁଇସ୍ଥାନରୁ ବିନାଭିଡ଼ ସମୟରେ ୨୦୦ କିମି ଏବଂ ଭିଡ଼ ସମୟରେ ୪୦୦ କିମି ଦୂରତା ଅବରୋଧକୁ କୋହଳ କରି ବର୍ତ୍ତମାନ ୫୦୦ କିମି ପର୍ଯ୍ୟନ୍ତ ଯେକୌଣସି ସମୟରେ ମାଲ୍‌ ପରିବହନ କରିହେବ। ଏହି କୋହଳ ବ୍ୟବସ୍ଥା ସେପ୍ଟେମ୍ବର ୩୦ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri