ବଜ୍ରପାତରେ ଗଲା ୬ ଜୀବନ

ଖୁଣ୍ଟା/କୁଆମରା/କେନ୍ଦୁଝର/ରୂପ୍‌ସା,୨୪।୪(ଡି.ଏନ୍‌.ଏ./ସ୍ବ.ପ୍ର)-ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲାରେ ଶୁକ୍ରବାର କାଳବୈଶାଖୀ ତାଣ୍ଡବ ରଚିଛି। ପ୍ରବଳ ଝଡ଼ତୋଫାନ ସାଙ୍ଗକୁ ବଜ୍ରପାତରେ ୬ ଜଣଙ୍କ ଜୀବନ ଯାଇଛି। ଜଣେ ଗୁରୁତର ଆହତ ହୋଇଥିବା ଜଣାପଡିଛି। ମୃତକମାନେ ହେଲେ ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ ବଡ଼ପଥରା ଗ୍ରାମର ଦିବ୍ୟ ଶଙ୍କର ମହାନ୍ତ, ଯାମିନୀକାନ୍ତ ମହାନ୍ତ ଓ କୌଶିକ ମହାନ୍ତ, କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ନାରଦପୁର ପଞ୍ଚାୟତ ସୁରୁପତଳା ଗ୍ରାମର ରାଣ୍ଡୁ ମୁଣ୍ଡା ଏବଂ ବଳଭଦ୍ରପୁର ଗ୍ରାମର ଊର୍ମିଳା ମୁଦି ଓ ଅନ୍ୟଜଣେ ହେଲେ ବାଲେଶ୍ୱର ଜିଲା ସଦର ବ୍ଲକ ରସଲପୁର ପଞ୍ଚାୟତ ବଡ଼ଧନାଡି ଗ୍ରାମର ସିଦ୍ଧାର୍ଥ ମାଝି।
ମଧ୍ୟାହ୍ନରେ ଖୁଣ୍ଟା ବ୍ଲକ ଅଞ୍ଚଳରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଥିଲା। ବଡ଼ପଥରା ଗ୍ରାମର ୩ ସାଙ୍ଗ ମିଶି ଗ୍ରାମ ପୋଖରୀରେ ବନିଶୀ ପକାଇ ମାଛ ଧରୁଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ଖବର ପାଇ ଖୁଣ୍ଟା ଅଗ୍ନିଶମ ବିଭାଗ ପହଞ୍ଚି ଗୁରୁତର ୩ ସାଙ୍ଗ ଦିବ୍ୟ ଶଙ୍କର, ଯାମିନୀକାନ୍ତ ଓ କୌଶିକଙ୍କୁ ଚିକିତ୍ସା ପାଇଁ ଖୁଣ୍ଟା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ର୍ତ୍ତି କରିଥିଲା। ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଛନ୍ତି। ମୃତ ଦିବ୍ୟ ଶଙ୍କର ବିବାହିତ ଥିବାବେଳେ ଅନ୍ୟ ୨ ଜଣ କଲେଜ ଛାତ୍ର। ଖୁଣ୍ଟା ଥାନା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଛି। ଏହି ଦୁଃଖଦ ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି।
ସେହିପରି କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ନାରଦପୁର ପଞ୍ଚାୟତ ଅନ୍ତର୍ଗତ ସୁରୁପତଳା ଗ୍ରାମର ରାଣ୍ଡୁ ମୁଣ୍ଡା ନାମ୍ନୀ ଜଣେ ମହିଳା ବିଲରେ କାମ କରୁଥିବା ବେଳେ ବଜ୍ରପାତରେ ଗୁରୁତର ଆହତ ହୋଇଥିଲେ। ଚିକିତ୍ସା ପାଇଁ ତାଙ୍କୁ ଝୁମ୍ପୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଉଥିବା ବେଳେ ବାଟରେ ତାଙ୍କର ପ୍ରାଣବାୟୁ ଉଡ଼ି ଯାଇଥିଲା। ବଳଭଦ୍ରପୁର ଗ୍ରାମର ଊର୍ମିଳା ମୁଦି ଓ ଯାତ୍ରୀ ମହାକୁଡ଼ ବ୍ୟାଙ୍କରୁ ଟଙ୍କା ଉଠାଇ ଘରକୁ ଫେରୁଥିବା ବେଳେ ବଜ୍ରପାତ ଯୋଗୁ ଘଟଣାସ୍ଥଳରେ ଊର୍ମିଳାଙ୍କ ମୃତ୍ୟୁ ଘଟିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଗୁରୁତର ଆହତ ଯାତ୍ରୀ ମହାକୁଡ଼ଙ୍କୁ ଚିକିତ୍ସା ପାଇଁ ଚମ୍ପୁଆ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ବାଲେଶ୍ୱର ଜିଲା ସଦର ବ୍ଲକ ରସଲପୁର ପଞ୍ଚାୟତ ବଡ଼ଧନାଡି ଗ୍ରାମର ସିଦ୍ଧାର୍ଥ ମାଝି ଜଣେ ମତ୍ସ୍ୟଜୀବୀ। ଝଡ଼ବର୍ଷା ସମୟରେ ସେ ନିଜ ଭୁଟୁଭୁଟି ପାଖକୁ ଯାଇଥିବା ବେଳେ ବଜ୍ରପାତରେ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ବସ୍ତା ଥାନା ପୋଲିସ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri