ବନ୍ଦ ଘରୁ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ମଦ ଜବତ

ଖୋର୍ଦ୍ଧା ଅଫିସ,୨୫ା୪: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପଲ୍ଲା ତୋଟାପଡାସ୍ଥିତ ଏକ ବନ୍ଦ ଘରର ତାଲା ଭାଙ୍ଗି ପୋଲିସ ଓ ଅବକାରୀ ବିଭାଗ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ନାମୀଦାମୀ କମ୍ପାନୀର ବିଦେଶୀ ମଦ ଶୁକ୍ରବାର ଜବତ କରିଛି। ଘର ମଧ୍ୟରେ ଭର୍ତ୍ତି ହୋଇ ପ୍ରାୟ ୨ ହଜାର ପେଟି ବିୟର ଓ ୬ ଶହ ବୋତଲରୁ ଊର୍ଦ୍ଧ୍ୱ ବିଭିନ୍ନ କମ୍ପାନୀର ବିଦେଶୀ ମଦ ରହିଥିଲା। ଏହି ଘଟଣାରେ ପୋଲିସ ଜଣେ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ହେଲେ ଏତେ ପରିମାଣର ମଦ କେଉଁଠାରୁ ଆସି ଘରେ ରହିଥିଲା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପୋଲିସ ଘଟଣାସ୍ଥଳରେ ଲାଗିଥିବା ସିସିଟିଭି ଫୁଟେଜକୁ ଯାଞ୍ଚ କରୁଛି। ଏହାକୁ ନେଇ ଅବକାରୀ ବିଭାଗର ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଶୁକ୍ରବାର ମଧ୍ୟାହ୍ନରେ ଏସ୍‌ପି ଅଜେୟ ପ୍ରତାପ ସ୍ବାଇଁ ବିଶେଷ ସୂତ୍ରରୁ ଖବରପାଇ ଅତିରିକ୍ତ ଏସ୍‌ପି, ଏସ୍‌ଡିପିଓ ସୁଶୀଲ କୁମାର ମିଶ୍ର, ଆଦର୍ଶ ଥାନା ଅଧିକାରୀ ଉମାଶଙ୍କର ସିଂଙ୍କ ସମେତ ଉକ୍ତ ବନ୍ଦ ଘର ଉପରେ ଚଢାଉ କରିଥିଲେ। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ତାଲା ଭାଙ୍ଗିଥିଲେ। କୋଠରି ଭିତରେ ବିଦେଶୀ ମଦ ପେଟି ଭର୍ତ୍ତି ହୋଇ ରହିଥିଲା। ଏ ନେଇ ଏସ୍‌ପି ସ୍ବାଇଁ କୁହନ୍ତି, ଘଟଣାର ତଦନ୍ତ ଜାରି ରଖିଛି। ଲକ୍‌ଡାଉନ ଯୋଗୁ ମାର୍ଚ୍ଚ ୨୨ଠାରୁ ମଦ କାରବାର ବନ୍ଦ ରହିଛି। ତେବେ ଏତେ ପରିମାଣର ମଦ କେଉଁଠୁ ଆସିଲା, କିଏ ଏଠାରେ ଗଚ୍ଛିତ ରଖିଛି ଓ ଏହାର ମାଷ୍ଟରମାଇଣ୍ଡ କିଏ, ତାହାର ଖୋଳତାଡ ଚାଲିଛି। ନିକଟରେ ରହିଥିବା ମଦ କାଉଣ୍ଟରକୁ ସିଲ୍‌ କରିବାକୁ ଅବକାରୀ ବିଭାଗକୁ ଏସ୍‌ପି ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି।
ମିଳିଥିବା ସୂଚନା ଅନୁସାରେ, ଜାତୀୟ ରାଜପଥ ରାସ୍ତା କଡ ପଲ୍ଲା ତୋଟାପୋଡାରେ ଜଣେ ବ୍ୟବସାୟୀ ମଦ ବିକ୍ରି ଲାଗି ୨ ବର୍ଷ ତଳେ ଲାଇସେନ୍ସ ପାଇଥିଲେ। ମାର୍ଚ୍ଚ ୩୦ରେ ମଦ ଦୋକାନ ଲାଇସେନ୍ସରେ ଅବଧି ସରିଛି। ତେବେ ଦୋକାନ ଖୋଲିବା ଦିନଠାରୁ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁ ଏହା ବନ୍ଦ ରହିଛି। ଅନ୍ୟପକ୍ଷେ ସମ୍ପୃକ୍ତ ବ୍ୟବସାୟୀ ଦୋକାନ ବନ୍ଦ ସତ୍ତ୍ୱେ ପ୍ରତି ମାସର ମଦ କୋଟା ଉଠାଇ ଚାଲିଥିବା ଅବକାରୀ ଇନ୍ସପେକ୍ଟର ରଞ୍ଜନ ନାୟକ ସ୍ବୀକାର କରିଛନ୍ତି। ଅପରପକ୍ଷରେ ପୋଲିସ ଦ୍ୱାରା ଜବତ ମଦ ପୂର୍ବରୁ ପ୍ରତି ମାସରେ ଉଠାଯାଇଥିବା ମଦକୁ ଏଠାରେ ଗଚ୍ଛିତ ରଖାଯାଇଥିବା ନେଇ ଦୋକାନର ଜଣେ କର୍ମଚାରୀ ପୋଲିସକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri