Posted inଖେଳ

ସଚିନଙ୍କ ୧୦୦ ଶତକ ରେକର୍ଡକୁ ଭାଙ୍ଗିପାରିବେ କୋହଲି: ବ୍ରେଟ୍‌ ଲି

ମୁମ୍ବାଇ, ୨୫।୪ (ପି.ଟି.): ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ୧୦୦ ଅନ୍ତର୍ଜାତୀୟ ଶତକ ହାସଲ ରେକର୍ଡକୁ ଭାରତୀୟ ଅଧିନାୟକ ବିରାଟ କୋହଲି ଭାଙ୍ଗିପାରିବେ ବୋଲି ପୂର୍ବତନ ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ବ୍ରେଟ୍‌ ଲି କହିଛନ୍ତି। ତେବେ ଏଥପାଇଁ କୋହଲି ଆଉ ୭-୮ ବର୍ଷ ନିରବଚ୍ଛିନ୍ନ ଭାବେ ଖେଳିବା ସହ ଏହି ଫର୍ମକୁ ବଜାୟ ରଖିବାକୁ ପଡିବ। ଦିନିକିଆରେ ସଚିନ ସର୍ବାଧିକ ୪୯ଟି ଶତକ ହାସଲ କରି ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ଏହି ଦୃଷ୍ଟିକୋଣରୁ ଦେଖିବାକୁ ଗଲେ କୋହଲି ୨୪୮ଟି ଦିନିକିଆ ଖେଳି ଏପର୍ଯ୍ୟନ୍ତ ୪୩ଟି ଶତକ ହାସଲ କରିସାରିଲେଣି।
ସେହିପରି ଟେଷ୍ଟ ଫର୍ମାଟ୍‌ରେ ମଧ୍ୟ ସଚିନ ସର୍ବାଧିକ ୫୧ଟି ଶତକ ହାସଲ କରି ବିଶ୍ୱ ରେକର୍ଡ କରିଛନ୍ତି। ତେବେ କୋହଲି ୮୬ଟି ଟେଷ୍ଟ ଖେଳି ଏପର୍ଯ୍ୟନ୍ତ ୨୭ଟି ଶତକ ହାସଲ କରିଛନ୍ତି। କୋହଲିଙ୍କ ପାଖରେ ପ୍ରତିଭା, ଫିଟ୍‌ନେସ୍‌ ଓ ମାନସିକ ଦୃଢତା ରହିଛି। ମାନସିକ ଦୃଢତାର କାରଣରୁ କୋହଲି ବିଦେଶରେ ମଧ୍ୟ ଅତି ସହଜରେ ଶତକ ହାସଲ କରିଛନ୍ତି। ତେଣୁ ସେ ସଚିନଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ ନୁହେଁ ବୋଲି ଲି କହିଛନ୍ତି। ଲି କ୍ୟାରିୟରରେ ୭୬ ଟେଷ୍ଟ, ୨୨୧ଟି ଦିନିକିଆ ମ୍ୟାଚ୍‌ ଖେଳିଛନ୍ତି।
ଆଗକୁ ଆଉ ୭-୮ ବର୍ଷ ଏହି ଭଳି ଖେଳ ଜାରି ରଖିଲେ କୋହଲି ନିଶ୍ଚିତ ଭାବେ ସଚିନଙ୍କ ରେକର୍ଡ ଭାଙ୍ଗିବେ। କ୍ରମାଗତ ୨୪ ବର୍ଷ ଖେଳିବା ପରେ ସଚିନ ୨୦୧୩ରେ ଅବସର ଘୋଷଣା କରିଥିଲେ। ସେ କ୍ରିକେଟର ପ୍ରାୟ ସବୁ ବ୍ୟାଟିଂ ରେକର୍ଡ ଭାଙ୍ଗିବାରେ ସକ୍ଷମ ହୋଇଥିଲେ। ସଚିନଙ୍କ ପଦାନୁସରଣ କରି କୋହଲି ଏବେ ସାରା ବିଶ୍ୱରେ ବହୁ ପରିମାଣରେ ରନ୍‌ ସଂଗ୍ରହ କରୁଛନ୍ତି ବୋଲି ଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri