ଯୋଡ଼ା ସହରରେ ପଶିଲେ ୧୮ ହାତୀ

ଯୋଡ଼ା, ୨୬।୪(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ସହର ଭିତରକୁ ୧୮ଟି ହାତୀ ପଶି ଆସିଥିବାରୁ ସ୍ଥାନୀୟ ଲୋକେ ଭୟଭୀତ ହୋଇ ପଡ଼ିଛନ୍ତି। ଶନିବାର ବିଳମ୍ବିତ ରାତିରେ ଏହି ହାତୀମାନେ ଯୋଡା ଭ୍ୟୁ-ନର୍ସରୀ ପାର୍କ ନିକଟକୁ ପଶି ଆସିଥିଲେ । ହାତୀପଲ ସେଠାରେ ପାର୍କର ତାର ବାଡ ଭାଙ୍ଗିବା ସହିତ ପାର୍କର ଦେଖାଶୁଣା ଦାୟିତ୍ୱରେ ଥିବା ମାଳୀଙ୍କ ଘରକୁ ଭାଙ୍ଗି ଦେଇଥିଲେ। ବିଭିନ୍ନ ଗଛଡାଳ ଭାଙ୍ଗି ଫଳମୂଳ ଖାଇଦେବା ସହିତ ଫୁଲଗଛ ଗୁଡିକୁ ଦଳି ଚକଟି ମଧ୍ୟ ଦେଇଥିଲେ। ଦୀର୍ଘ ୨ ଘଣ୍ଟା ପରେ ହାତୀପଲ ନିକଟସ୍ଥ ଜଙ୍ଗଲକୁ ଚାଲିଯାଇଥିଲେ। ମାସେ ପୂର୍ବରୁ ଏହି ହତୀପଲ ଝାଡଖଣ୍ଡ ଅଞ୍ଚଳରୁ ଆସି ବୈତରଣୀ ରିଜର୍ଭ ଫରେଷ୍ଟ ଅଞ୍ଚଳରେ ବିଚରଣ କରୁଛନ୍ତି। ୪ ହାତୀ ଏହି ପଲରୁ ଅଲଗା ହୋଇ ବିଛାକୁଣ୍ଡି ଜଙ୍ଗଲରେ ବିଚରଣ କରୁଥିଲେ । ମାତ୍ର ଶନିବାର ପୁଣି ଥରେ ଉକ୍ତ ୪ଟି ହାତୀ ଏହି ପଲରେ ମିଶିଥିଲେ। ତେବେ ହାତୀଙ୍କ ଗତିବିଧି ଉପରେ ବନବିଭାଗ ନଜର ରଖିଥିବା ବନପାଳ ପିଅନ ନାଏକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମିକୁ ଜବରଦଖଲ କଲା ଘରୋଇ ଶିକ୍ଷାନୁଷ୍ଠାନ: ତାଲିଲେ ଗାଁ ଲୋକେ, ଦେଲେ ଏଭଳି ଚେତାବନୀ

ପାଟଣା,୨୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷା ଖୋରି ଆରଆଇ ସର୍କଲ ଅନ୍ତର୍ଗତ ଭାଲୁଘର ମୌଜାର ହୁଡ଼ି ଓ ସରକାରୀ ଜମିକୁ ବିବେକାନନ୍ଦ...

ପୁଣି ବଦ୍ରି ପାତ୍ରଙ୍କ ବିସ୍ଫୋରଣ, ନବୀନ ପ୍ରଚାରକୁ ଗଲେ ନାହିଁ ବୋଲି ବିଜେଡି….

ଭୁବନେଶ୍ୱର,୨୯ା୧୨: ପୁଣି ଅସନ୍ତୋଷ ଝାଡିଲେ ବରିଷ୍ଠ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର । ନାଁ ନ ନେଇ ‘ପାଣ୍ଡିଆନ ଆଣ୍ଡ୍‌ କୋ’କୁ ଟାର୍ଗେଟ୍‌ କରିଛନ୍ତି । କାହିଁକି...

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri