ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥ ଅନୁକୂଳ

ବାରିପଦା ଅଫିସ, ୨୭ା୪- ଅକ୍ଷୟ ତୃତୀୟା ଅବସରରେ ଦ୍ୱିତୀୟ ଶ୍ରୀକ୍ଷେତ୍ର ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ବିଜେ ମହାପ୍ରଭୁଙ୍କ ଘୋଷଯାତ୍ରା ନିମନ୍ତେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ହୋଇଛି। ରବିବାର ରଥର ଅଖ ଓ ଚକ କାର୍ଯ୍ୟ ଆରମ୍ଭ ହୋଇଛି। ବର୍ତ୍ତମାନ କରୋନା ମହାମାରୀଙ୍କୁ ନେଇ ଲକ୍‌ଡାଉନ କାରଣରୁ ଅନୁକୂଳ କାର୍ଯ୍ୟକ୍ରମ ଓ ଏହା ସହିତ ଜଡ଼ିତ ଅନ୍ୟାନ୍ୟ ସମସ୍ତ ରୀତିନୀତି ଶ୍ରୀ ଜୀଉଙ୍କ ମନ୍ଦିର ବେଢ଼ା ଭିତରେ ହୋଇଥିଲା। ଦେବୋତ୍ତର ବିଭାଗ ଓ ମନ୍ଦିର ସେବାୟତମାନଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ୩ ରଥ ନିମନ୍ତେ ରଥ ମହାପାତ୍ରଙ୍କ ଦ୍ୱାରା ନିର୍ମିତ ଅଖ ଗୁଡ଼ିକ ମନ୍ଦିରର ଦକ୍ଷିଣ ଦ୍ୱାର ଦେଇ ଭିତରକୁ ନିଆଯାଇଥିଲା। ଏହା ପରେ ମନ୍ଦିରରେ ମହାପ୍ରଭୁଙ୍କ ନିକଟରେ ସନ୍ଧ୍ୟା ଆଳତୀ କରାଯାଇଥିଲା। ସନ୍ଧ୍ୟା ଆଳତୀ ପରେ ମୁଖ୍ୟ ସେବାୟତ ମହାପ୍ରଭୁ ବାସୁଦେବଙ୍କ ସହ ଆସି ପହଞ୍ଚିବା ପରେ ଅଖକୁ ପୂର୍ଜାଚ୍ଚନା କରାଯାଇଥିଲା। ଏହା ସହିତ ରବିବାରଠାରୁ ମହାପ୍ରଭୁଙ୍କ ୨୧ ଦିନିଆ ଚନ୍ଦନଯାତ୍ରା ଆରମ୍ଭ ହୋଇଥିଲା। ଚନ୍ଦନଯାତ୍ରାର ଶେଷ ୩ ଦିନ ହେମସାଗର ପୋଖରୀଠାରେ ଚାପଖେଳ ହେଉଥିବା ବେଳେ ମଦନମୋହନ ମନ୍ଦିର ବାହାରକୁ ଆସିବେ ନାହିଁ ବୋଲି ମୁଖ୍ୟ ପୂଜକ ଅରୁଣ କୁମାର ମିଶ୍ର କହିଛନ୍ତି। ପୋଖରୀ ଅବସ୍ଥା ଭଲ ନ ଥିବା ଓ ୩ ତାରିଖ ପରେ ଚାପ ଖେଳିବା ପାଇଁ ଯଦି ପ୍ରଶାସନ ଅନୁମତି ଦିଅନ୍ତି ତେବେ ପୋଖରୀରେ ଚାପ ଖେଳ କରାଯିବ ବୋଲି ସେ କହିଛନ୍ତି। ସାମାଜିକ ଦୂରତ୍ୱ ରକ୍ଷା କରି ପୂର୍ଜାଚ୍ଚନା କରାଯାଉଥିବା ସେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri