କରୋନା ସଙ୍କଟରେ ବି ଟେଷ୍ଟ୍‌ କିଟ୍‌ ବିକ୍ରିରେ ୧୪୫ ପ୍ରତିଶତ ଲାଭ ନେଇଛନ୍ତି ଆମଦାନୀକାରୀ

ନୂଆଦିଲ୍ଲୀ,୨୭।୪: କରୋନା ସଂକ୍ରମଣ ନେଇ ଭାରତରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ସଂକ୍ରମିତଙ୍କୁ ଚିହ୍ନଟ ପାଇଁ ଚାଇନାରୁ ଆସିଥିବା ଟେଷ୍ଟ୍‌ କିଟ୍‌ ବିକ୍ରିରେ ଆମଦାନୀକାରୀ ୧୪୫ ପ୍ରତିଶତ ଲାଭ ନେଇଥିବା କୁହାଯାଉଛି। ଚାଇନାରୁ ଏହି କିଟ୍‌ ୨୪୫ ଟଙ୍କାରେ କିଣା ଯାଇଥିବାବେଳେ ଭାରତୀୟ ମେଡିକାଲ ରିସର୍ଚ୍ଚ ପରିଷଦ(ଆଇସିଏମ୍‌ଆର୍‌)କୁ ଏହା ୬୦୦ ଟଙ୍କାରେ ବିକ୍ରି କରାଯାଇଛି। ଆଇସିଏମ୍‌ଆର୍‌ ପକ୍ଷରୁ ୫ ଲକ୍ଷ କିଟ୍‌ ଲାଗି ଅର୍ଡର ଦିଆଯାଇଥିଲା। ଏହି ଖବର ଜଣାପଡ଼ିବା ପରେ ଦିଲ୍ଲୀ ହାଇକୋର୍ଟ ଏହାର ବିଚାର କରି କିଟ୍‌କୁ ୪୦୦ ଟଙ୍କାରେ ବିକ୍ରି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାଦ୍ୱାରା ମଧ୍ୟ ବିତରକଙ୍କର ୬୧ ପ୍ରତିଶତ ଲାଭ ହେଉଥିବା ବିଚାରପତି ନାଜ୍‌ମି ଓ୍ବଜିରି କହିଛନ୍ତି। ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌ର ଏକମାତ୍ର ବିତରକ ଭାବେ ରେୟର ମେଟାବୋଲିକ୍ସ୍‌ ପକ୍ଷରୁ କିଟ୍‌ ଆମଦାନୀ କରିଥିବା ମେଟ୍ରିକ୍ସ୍‌ ଲ୍ୟାବ ବିରୋଧରେ ଏକ ଜନସ୍ବାର୍ଥ ମାମଲା ଦିଲ୍ଲୀ ସୁପ୍ରିମ୍‌ କୋର୍ଟରେ ଦାଖଲ କରାଯାଇଥିଲା। ସୂଚନାଯୋଗ୍ୟ, ଟେଷ୍ଟ୍‌ କିଟ୍‌ ଗୁଡ଼ିକ ଚାଇନାର ଓ୍ବାଡଫୋ ବାୟୋଟେକ୍‌ଠାରୁ ଆମଦାନୀ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂ ହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂ ହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ, ଦେବାଶିଷ ଓ ଦେବୀଙ୍କ ସହ ଥିବା ନେତାଙ୍କୁ ତାଲିକାରୁ ବାଦ୍

କଟକ: ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କ ମଧ୍ୟରେ ମତଭେଦ ଦେଖାଯାଉଥିବା ବେଳେ ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ ଦେଖାଯାଇଛି । BYJD(ବିଜୁ ଯୁବ...

ଉନ୍ନାଓ ଗଣବଳାତ୍କାର ମାମଲା: ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୧୨: ଦିଲ୍ଲୀ ହାଇକୋର୍ଟ ସମ୍ପ୍ରତି ଉନ୍ନାଓ ବଳାତ୍କାର ମାମଲାରେ ଅଭିଯୁକ୍ତ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେଙ୍ଗାରଙ୍କ ଦଣ୍ଡାଦେଶକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ହାଇକୋର୍ଟ ସେଙ୍ଗାରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri