ଆଉ ମାସେ ବଢିବ ଲକ୍‌ଡାଉନ!

ନୂଆଦିଲ୍ଲୀ,୨୭।୪: କରୋନା ଭାଇରସ ସଂକ୍ରମଣ ରୋକିବାକୁ ଦେଶରେ ଚାଲିଥିବା ଲକ୍‌ଡାଉନ ୨.୦ର ଅବଧି ପୂରଣ ହେବାକୁ ଆଉ ମାତ୍ର ୬ ଦିନ ବାକି ରହିଛି। ଇତିମଧ୍ୟରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହୋଇଛନ୍ତି। ଏହି ଆଲୋଚନାରେ କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିବାକୁ ପ୍ରସ୍ତାବ ଦେଇଥିବା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍‌ଡାଉନ ଅବଧିକୁ ଆଉ ମାନେ ବୃଦ୍ଧି କରିବାକୁ ଦାବି କରିଥିବା ଜଣାପଡିଛି। ନବୀନଙ୍କ ନିକଟରେ ଉପସ୍ଥିତ ଥିବା ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ କହିଛନ୍ତି ଲକ୍‌ଡାଉନ ଅବଧିକୁ ବୃଦ୍ଧି କରାଯାଉ ହେଲେ ବାଣିଜି୍ୟକ କାରବାରରେ କିଛିଟା କୋହଳ କରାଯାଉ। ସେହିପରି ମେଘାଳୟ ମୁଖ୍ୟମନ୍ତ୍ରୀ ମଧ୍ୟ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିବାକୁ ପ୍ରସ୍ତାବ ଦେଇନ୍ତି। ପାଖାପାଖି ୧୦ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଏହି ପ୍ରସ୍ତାବ ଦେଇଥିବା ବେଳେ କେତେଜଣ କହିଛନ୍ତି ସଂକ୍ରମିତ ହାରକୁ ନେଇ ରେଡ୍‌ ଜୋନ୍‌, ଏଲୋ ଜୋନ୍‌ ଓ ଗ୍ରୀନ୍‌ ଜୋନ୍‌ରେ ବିଭିନ୍ନ ଅଞ୍ଚଳକୁ ବିଭକ୍ତ କରାଯିବା ପରେ ସେହି ଅନୁଯାୟୀ ଲକ୍‌ଡାଉନ ନିୟମରେ କୋହଳ କରାଯାଉ। ଆଉ କେତେଜଣ ମୁଖ୍ୟମନ୍ତ୍ରୀ ଏହି ଆଲୋଚନାରେ ନିଜ ନିଜ ରାଜ୍ୟର କରୋନା ସଂକ୍ରମଣ ସ୍ଥିତି ଉପରେ ଆଲୋଚନା କରିବା ସହ ଟେଷ୍ଟିଂ ଉପରେ ମଧ୍ୟ ଗୁରୁତ୍ୱ ଦେବାକୁ ପ୍ରସ୍ତାବ ଦେଇଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ଆଲୋଚନା ପରେ ୨-୩ ଦିନ ମଧ୍ୟ ଏହାକୁ ନେଇ ରଣନୀତି ପ୍ରସ୍ତୁତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହୁଏତ ସପ୍ତାହର ଶେଷ ବେଳକୁ ପୁଣିଥରେ ଦେଶବାସୀଙ୍କୁ ସମ୍ବୋଧନ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri