ହାଟରେ ରହିଲାନି ସାମାଜିକ ଦୂରତ୍ୱ: ପୋଲିସ ନାକେଦମ୍‌

ରତ୍ନଗିରି, (ଡି.ଏନ୍‌.ଏ.)/ବରୀ, (ସ୍ବ.ପ୍ର.) ୨୭।୪-ଯାଜପୁର ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଥିବା ବେଳେ ସୋମବାର ମଧ୍ୟାହ୍ନ ୧୨ଟା ଠାରୁ ଯାଜପୁର ଜିଲାର କେତେକ ବ୍ଲକ ଓ ଯାଜପୁର ପୌରାଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯିବା ସହ ସଟ୍‌ଡାଉନ୍‌ ଭଳି ସ୍ଥିତି ବଳବତ୍ତର ରହିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ହେଲେ ସୋମବାର ବରୀମାଉଣ୍ଡ ସାପ୍ତାହିକ ହାଟରେ ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳିଥିଲା। ୨ ଦିନ ପାଇଁ ସଟ୍‌ଡାଉନ୍‌ କରାଯାଉଥିବାରୁ ହାଟରେ ଶତାଧିକ ଲୋକ ଏକାଠି ହୋଇ ପରିବା କିଣୁଥିବା ଦେଖାଯାଇଥିଲା। କୃପାସିନ୍ଧୁ ବିଦ୍ୟାଭବନ ଖେଳ ପଡିଆରେ ଏହି ହାଟ ଚାଲିଥିବା ବେଳେ ଲୋକମାନେ ସାମଜିକ ଦୂରତ୍ୱ ଭୁଲି ଯାଇ କିଣା କିଣି କରୁଥିବା ଦେଖିବାକୁ ମିଳିଥିଲା। ଏହାଛଡ଼ା ବରୀ ମାଉଣ୍ଡଠାରୁ ବ୍ଲକ କାର୍ଯ୍ୟାଳୟକୁ ସଂଯୋଗ କରୁଥିବା ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ସଂଖ୍ୟକ ବାଇକ ରଖାଯାଇଥିବାରୁ କିଛି ସମୟ ଧରି ଆମ୍ବୁଲାନ୍ସ ମଧ୍ୟ ଅଟକି ରହିଥିଲା। ଭିଡ଼ କମ୍‌ କରିବାକୁ ଦାୟିତ୍ୱରେ ଥିବା ପୋଲିସ କର୍ମଚାରୀଙ୍କୁ ନାକେଦମ୍‌ ହେବାକୁ ପଡିଥିଲା। ଆଗାମୀ ଦିନରେ ସମଦୂରତ୍ୱ ରକ୍ଷା କ୍ଷେତ୍ରରେ ସାପ୍ତାହିକ ହାଟକୁ ଆସୁଥିବା ବାଇକ ଆରୋହୀଙ୍କ ଉପରେ କଡା ନଜର ରଖିବାକୁ ବୁଦ୍ଧିଜୀବୀମାନେ ଦାବି କରିଛନ୍ତି।
ସୂଚନାଯୋଗ୍ୟ, ଯାଜପୁରରେ ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ମଧ୍ୟରୁ ଅଧିକାଂଶ ପଶ୍ଚିମବଙ୍ଗ ଫେରନ୍ତା। ତେବେ ସୋମବାର ବରୀମାଉଣ୍ଡ ସାପ୍ତାହିକ ହାଟରେ କେତେଜଣ ପଶ୍ଚିମବଙ୍ଗ ଫେରନ୍ତା ପରିବା କିଣୁଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri