Posted inଖେଳ

ପସନ୍ଦ ବ୍ୟାଟ୍ସମ୍ୟାନଙ୍କ ନାମ କହିଲେ ୱିଲିୟମସନ

ଓ୍ବେଲିଂଟନ, ୨୮ା୪: ‘କ୍ରିକେଟିଂ ବ୍ରେନ୍‌’ ପାଇଁ ବିଶ୍ୱ କ୍ରିକେଟରେ ପରିଚିତ ଲାଭ କରିଥିବା ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ୱିଲିୟମସନ ନିଜେ ଜଣେ ମ୍ୟାଚ ବିଜେତା। ସେ କ୍ରିଜ୍‌ରେ ଥିବା ପର୍ଯ୍ୟନ୍ତ ଦଳର ବିଜୟ ଆଶା ବଳବତ୍ତର ରହିଥାଏ। ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ସନ୍‌ରାଇଜର୍ସ ହାଇଦ୍ରାବାଦ ପକ୍ଷରୁ ଦୀର୍ଘଦିନଧରିି ଖେଳି ଆସିଥିବା କେନ୍‌ ନିକଟରେ ନିଜ ଟିମ୍‌ମେଟ୍‌ ଡେଭିଡ୍‌ ୱାର୍ନରଙ୍କ ସହ ଇନ୍‌ଷ୍ଟାଗ୍ରାମ ଲାଇଭ୍‌ ସେସନରେ ଏକ ପ୍ରଶ୍ନର ଉତ୍ତରରେ ନିଜ ମନ ପସନ୍ଦର ବ୍ୟାଟ୍ସମ୍ୟାନଙ୍କ ନାମ ପ୍ରକାଶ କରିଛନ୍ତି। ବିଶ୍ୱ କ୍ରିିକେଟରେ ବର୍ତ୍ତମାନର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ କିଏ ବୋଲି ପ୍ରଶ୍ନ କରିଥିଲେ ୱାର୍ନର। ଜବାବରେ ୱିଲିୟମସନ କହିଥିଲେ ଯେ, କୌଣସି ଜଣଙ୍କ ନାମ ନେବା କଷ୍ଟକର। ତେବେ ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଓ ଦକ୍ଷିଣ ଆଫ୍ରିକା ଗ୍ରେଟ୍‌ ଏବି ଡି’ଭିଲର୍ସ ମୋ ମତରେ ଶ୍ରେଷ୍ଠ। ଡି’ଭିଲର୍ସ ଏବେ କେବଳ ଫ୍ରାଞ୍ଚାଇଜ୍‌ କ୍ରିକେଟ ଖେଳୁଥିଲେ ହେଁ ସେ ଜଣେ ସାମର୍ଥ୍ୟବାନ ଖେଳାଳି। ଆମ ସମୟରେ ଅନେକ କ୍ବାଲିଟି ଖେଳାଳି ରହିଥିବାବେଳେ ଡି’ଭିଲର୍ସ ସ୍ବତନ୍ତ୍ର। ଜଣେ ଭଲ ଖେଳାଳି ସହିତ ଭଲ ମଣିଷ ମଧ୍ୟ। କୋହଲି ସମସ୍ତ ଫର୍ମାଟରେ ସଫଳତା ପାଇଁ ଭୋକିଲା ଥାଆନ୍ତି। ତାଙ୍କ ଖେଳ ଦେଖିବାକୁ ଏବଂ ସେଥିରୁ କିଛି ଶିଖିବାକୁ ଇଚ୍ଛାହୁଏ। ପ୍ରଦର୍ଶନ ଦ୍ୱାରା ସେ ଭାରତୀୟ ଦଳକୁ ଏକ ଭିନ୍ନ ସୋପାନରେ ପହଞ୍ଚାଇ ଦେଇଛନ୍ତି ବୋଲି ୱିଲିୟମସନ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri