ବାଲେଶ୍ୱର ଅଫିସ, ୨୮।୪-ବାଲେଶ୍ୱର ଜିଲାରେ କୋଭିଡ଼-୧୯ ଭୂତାଣୁ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଫଳରେ ଲୋକଙ୍କ ମଧ୍ୟରେ ଏକପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପରାମର୍ଶକ୍ରମେ ବାଲେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀର କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକଙ୍କ ଆହ୍ବାନକ୍ରମେ ଜିଲାର ସମସ୍ତ ନିର୍ବାଚନମଣ୍ଡଳୀକୁ ଲକ୍ଡାଉନ୍ ଅଞ୍ଚଳରେ ଲୋକମାନଙ୍କୁ ଖାଦ୍ୟ ଓ ମାସ୍କ ବଣ୍ଟନ କରାଯାଇଥିଲା। ସୋମବାର ମହିଳା କଂଗ୍ରେସ ତରଫରୁ ସହରର ଦାମୋଦରପୁର, ବାରବାଟୀ, ବାଲିଘାଟରାସ୍ତା, ଦୌଡ଼ିଭଙ୍ଗା ପ୍ରମୁଖ ଅଞ୍ଚଳରେ ୧୫ଶହରୁ ଊର୍ଦ୍ଧ୍ୱ ଲୋକଙ୍କୁ ମାସ୍କ ବଣ୍ଟନ କରାଯାଇଛି। ସେହିପରି ରେମୁଣାର ବିଭିନ୍ନ ସ୍ଥାନରେ ୨ହଜାର ଲୋକଙ୍କୁ ଖାଦ୍ୟ ବଣ୍ଟନ କରାଯାଇଛି। ପିସିସିର ପୂର୍ବତନ ସାଧାରଣ ସମ୍ପାଦକ ତଥା ଜିଲା କଣ୍ଟ୍ରୋଲରୁମ୍ ଇନଚାର୍ଜ ସଞ୍ଜୀବ ଗିରି, ନଗର କମିଟି ସଭାପତି ପଦ୍ମଲୋଚନ ଲେଙ୍କା, ରାଜ୍ୟମହିଳା କଂଗ୍ରେସ ପୂର୍ବତନ ସାଧାରଣ ସମ୍ପାଦକ ଅର୍ଚ୍ଚନା ନନ୍ଦୀ, ଅପର୍ଣ୍ଣା କର, ମଞ୍ଜୁ ବର୍ଦ୍ଧନ, ବାସନ୍ତୀ ନାୟକ, ପ୍ରତାପ ସେଠୀ, ସୁବ୍ରତ ଦାସ, ତୁଷାରକାନ୍ତ ତପସ୍ବୀ,ଜିଲ୍ଲା ପୂର୍ବତନ ଉପସଭାପତି ଗୋପୀନାଥ ପାଢ଼ୀ, ସମିତିସଭ୍ୟ ରଞ୍ଜନ ଦାସ, ଜ୍ଞାନରଞ୍ଜନ ମହାନ୍ତି, ଗୌତମ ସାହୁ, ଦେବଦତ ଦାସ ପ୍ରମୁଖ ଉପସ୍ଥିତ ରହି ପଥଚାରୀମାନଙ୍କୁ ମାସ୍କ ବଣ୍ଟନ କରିଥିଲେ।
ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ
ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...
ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…
ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...
୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି
ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...
ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍ପେଣ୍ଡ ହେଲେ ୨ ଏଏନଏମ
ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...
ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା
ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...
ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ
ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...
ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍
ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ । ତେବେ ଧରାପଡିବା ପରେ ଯୁବକ...
ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ
ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...
Archives


