ରାଉରକେଲାର ସେକ୍ଟର-୧୮ ମାର୍କେଟ ସିଲ୍‌: କଣ୍ଟେନମେଣ୍ଟ, ବଫର ଜୋନରେ ୪ ପ୍ଲାଟୁନ ଫୋର୍ସ ମୁତୟନ

ରାଉରକେଲା ଅଫିସ,୨୮।୪: ସୁନ୍ଦରଗଡ଼ ଜିଲା ରାଉରକେଲା ନାଲା ରୋଡ଼ରୁ ମଙ୍ଗଳବାର ପୁଣି ଆଉ ୪କରୋନା ପଜିଟିଭ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସୁନ୍ଦରଗଡ଼ରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି। ତେବେ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇବା ସହ ସେକ୍ଟର-୧୮ ମାର୍କେଟକୁ ମହାନଗର ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ଏହାସହ ସେଠାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇ ୪ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ସୂଚନା ମୁତାବକ ୪ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଦୋକାନୀ ସେକ୍ଟର-୧୮ ଦୋକାନୀଙ୍କ ସଂସ୍ପର୍ଶରେ ଆସିଥିବାରୁ ଉକ୍ତ ସେକ୍ଟର ମାର୍କେଟର ସମସ୍ତ ମାଛ, ଅଣ୍ଡା ଓ ମାଂସ ଦୋକାନକୁ ମହାନଗର ପକ୍ଷରୁ ସିଲ କରିଦିଆଯାଇଛି। ଏଥିସହ ସେକ୍ଟର ୧୮ ଅଞ୍ଚଳର ୨୦ ଜଣଙ୍କୁ ସଙ୍ଗରୋଧରେ ରହିବାକୁ କୁହାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗତ ୨୬ ତାରିଖରେ ବିଶ୍ରା ଗୁଡ଼ଗୁଡ଼ଜୋର ଅଞ୍ଚଳର ୨ ଓ ନାଲାରୋଡର ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେବେଠାରୁ ନାଲାରୋଡ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ବର୍ତ୍ତମାନ ସଂଲଗ୍ନ ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ବଫର ଜୋନ ଭାବେ ଘୋଷଣା କରାଯାଇଛି। କଣ୍ଟେନମେଣ୍ଟ ଜୋନରେ ସାଢେ ୩ ହଜାରରୁ ଊର୍ଦ୍ଧ୍ୱ ଘର ରହିଛି। ଏଥିପାଇଁ ସ୍ବାସ୍ଥ୍ୟ ପରୀକ୍ଷାରେ ୮୩ଟି ଟିମ୍‌, ସାନିଟାଇଜେସନ୍‌ରେ ୨୦ଟି ଟିମ୍‌ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇଦେବା ଲାଗି ୧୪ଟି ଟିମ୍‌ ନିୟୋଜିତ ହୋଇଥିବା ସୂଚନା ରହିଛି। ଅପରପକ୍ଷେ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ସମ୍ବଲପୁରରୁ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ଆସିଛନ୍ତି। ସୁରକ୍ଷା ଦୃଷ୍ଟିରୁ କଣ୍ଟେନମେଣ୍ଟ ଓ ବଫର ଜୋନରେ ୪ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିବା ସୂଚନା ମିଳିଛି l


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ରୋଡ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’୧୦ତାରିଖରେ ଭୁବନେଶ୍ୱରରେ ବିଶାଳ ରୋଡ ଶୋ’ କରିବେ । ସା ୬ଟାରୁ ଏହି ରୋଡ ଶୋ’ ଆରମ୍ଭ ହେବ ବୋଲି...

ରାଜପଥର ବାଇକ୍‌ ଦୁର୍ଘଟଣା, ଚାଳକ ଗୁରୁତର

ହାଟଡିହୀ,୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଆନନ୍ଦପୁର-ଭଦ୍ରକ ୫୩ ନମ୍ବର ରାଜ୍ୟ ରାଜପଥର ହାଟଡିହୀ ପୋଷ୍ଟ ଅଫିସ ନିକଟରେ ଏକ ବାଇକ୍‌ ଦୁର୍ଘଟଣା ଘଟି...

ଟ୍ବିନ୍‌ ସିଟିରେ ମେଘୁଆ ପାଗ ସହ ହାଲୁକା ବର୍ଷା, ୬ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି

ଭୁବନେଶ୍ୱର, ୭।୫: ରାଜ୍ୟରେ ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆଜି ସକାଳେ ଟ୍ବିନ୍‌ ସିଟିରେ ଆକାଶ ମେଘୁଆ ରହିବା ସହ ହାଲୁକା ବର୍ଷା ହୋଇଛି। ରାଜ୍ୟରେ...

ଅଧଘଣ୍ଟାରେ ଅଧା ରାଜଧାନୀ ପ୍ରଭାବିତ

ଭୁବନେଶ୍ୱର, ୭।୫ (ବନ୍ଦନା ସେଠୀ):ରାଜଧାନୀ ଭୁବନେଶ୍ୱରରେ ସୋମବାର କାଳବୈଶାଖୀ ତାଣ୍ଡବ ରଚିଛି। ଅଧଘଣ୍ଟାର ଝଡ଼ତୋଫାନ ସହ ବର୍ଷାରେ ଅଧା ରାଜଧାନୀ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ...

ଭାଜପା ବିରୋଧରେ ପ୍ରଚାର କରିବେ ଉଜ୍ଜଳା ଦିଦି

ଭୁବନେଶ୍ୱର,୭।୫(ଅନୁରାଧା ମହାରଣା):ରାଜ୍ୟର ଉଜ୍ଜଳା ଦିଦିମାନେ ବିଭିନ୍ନ ଦାବି ନେଇ ସୋମବାର ମାଷ୍ଟର କ୍ୟାଣ୍ଟିନ ଛକରେ ଧାରଣା ଦେଇଥିଲେ। ସେମାନଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ଅଣଦେଖା...

ଜଳସ୍ତର କମି ୧୫ ଫୁଟ୍‌ ଜାଗାରେ ୬୫ ଫୁଟ୍‌ ହେଲାଣି

ପଟ୍ଟାମୁଣ୍ଡାଇ, ୭ା୫ (କଳ୍ପତରୁ ନାୟକ):ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି...

୬ ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ

ଯାଜପୁର,୭ା୫(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକର ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଆଗକୁ କିଛି ସପ୍ତାହ...

ଦାଦନ ଖଟୁଛନ୍ତି ନଗଡ଼ା ଶିଶୁ

ଯାଜପୁର/କାଳିଆପାଣି (ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୭ା୫:ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତ ନଗଡ଼ା ଗ୍ରାମରେ ୨୦୧୬ରେ ଅପପୃଷ୍ଟିରୁ ଶିଶୁ ମୃତ୍ୟୁ ଘଟଣା ଅନ୍ତର୍ଜାତୀୟ ଖବର ପାଲଟିଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri