Posted inପୁରୀ

ମେ ୮ରୁ ପୁରୀ ଜିଲାରେ ରବି ଧାନ ସଂଗ୍ରହ

ପୁରୀ ଅଫିସ, ୨୮ା୪: ଆସନ୍ତା ମେ ୮ ତାରିଖରୁ ପୁରୀ ଜିଲାର ଚାଷୀଙ୍କଠାରୁ ରବି ଧାନ ସଂଗ୍ରହ କରାଯିବ। ଏହି ଧାନ ସଂଗ୍ରହ କିପରି ସୁରୁଖୁରରେ ହେବ ସେ ନେଇ ମଙ୍ଗଳବାର ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥର ୧୨୫ଟି ମଣ୍ଡିରେ ଧାନ ସଂଗ୍ରହ ହେବ। ଏଥିପାଇଁ ଆସନ୍ତା ୫ ତାରିଖରୁ ପ୍ରଚାର କରାଯିବ । ତେବେ ଧାନ ଦେବା ବେଳେ ଚାଷୀଙ୍କ ମଧ୍ୟରେ ଯେପରି ସାମାଜିକ ଦୂରତ୍ୱ ରକ୍ଷା କରାଯାଇପାରିବ ତାହା ଉପରେ ପ୍ରଶାସନ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି ।  ବୈଠକରେ ଜିଲା ଯୋଗାଣ ଅଧିକାରୀ ତୁଷାରକାନ୍ତ ଦେଓଙ୍କ ସମେତ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ। ତେବେ କୃଷକ ପ୍ରତିନିଧି ଅଶୋକ କୁମାର ପ୍ରଧାନ କହିଛନ୍ତି, ଅମଳ ପରେ ଧାନ ରଖିବା ପାଇଁ ଅନେକ ଚାଷୀଙ୍କ ସୁବିଧା ନାହିଁ। ସେହିପରି ପ୍ରାକୃତିକ ବିପର୍ଯ୍ୟୟ ସମ୍ଭାବନାକୁ ନେଇ ଚାଷୀ ବାଧ୍ୟ ହୋଇ ବେପାରୀମାନଙ୍କୁ କୁଇଣ୍ଟାଲ ପିଛା ୧୨୦୦ରୁ ୧୩୦୦ ଟଙ୍କାରେ ଧାନ ବିକୁଛନ୍ତି। ଫଳରେ କୁଇଣ୍ଟାଲ ପିଛା ପ୍ରାୟ ୫୦୦ ଟଙ୍କା କ୍ଷତି ସହୁଛନ୍ତି। ତେଣୁ ସରକାର ଜିଲାକୁ ଅଧିକ ଟାର୍ଗେଟ ଦେବା ଦରକାର। ସେହିପରି ପୂର୍ବରୁ ସପ୍ତାହକୁ ମାତ୍ର ୩ ଦିନ ଧାନ ସଂଗ୍ରହ କରାଯାଉଥିଲା। ଯେହେତୁ ଏଥର ଗୋଟିଏ ମଣ୍ଡିରେ ଦିନକୁ କେବଳ ୩୦ଜଣ ଚାଷୀ ଧାନ ଦେଇପାରିବେ ବୋଲି ନିୟମ ହୋଇଛି ସେଥିପାଇଁ ସପ୍ତାହକୁ ୬ ଦିନ ଧାନ ସଂଗ୍ରହ ହେଉ ବୋଲି ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

ପୁରୀ ଲୋକ ସଭା ଆସନ ପାଇଁ ଜୟ ନାରାୟଣ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଭୁବନେଶ୍ୱର,୪ା୫: କଂଗ୍ରେସ ଜୟ ନାରାୟଣ ପଟ୍ଟନାୟକଙ୍କୁ ପୁରୀ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାର୍ଟି ପାଣ୍ଠି ନ ମିଳିବାରୁ ହେତୁ ସୁଚରିତା...

ସମୀର ଦାଶଙ୍କୁ ପ୍ରାର୍ଥୀ କରିବା ପାଇଁ ସମର୍ଥକଙ୍କ ଶେଷ ପ୍ରୟାସ, ସମୂହ ଇସ୍ତଫା ଦେଲେ ସମର୍ଥକ!

ପୁରୀ,୪ା୫: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନଙ୍କ ଶେଷ ପର୍ଯ୍ୟାୟ ତାଲିକା ଘୋଷଣା କରି ସାରିଥିଲେ ମଧ୍ୟ ଆଶା...

କେନାଲରେ ଆସିଲା ପାଣି: ଉପକୃତ ହେବେ ଚାଷୀ

ଡେଲାଙ୍ଗ,୩।୫(ରଶ୍ମିରଞ୍ଜନ ପ୍ରଧାନ): କେନାଲ ପାଣି ପାଇଁ ବହୁ ପ୍ରତୀକ୍ଷା ପରେ ଏବେ ତା’ର ଅନ୍ତ ଘଟିଛି। ମାଛପଡ଼ା ମାଇନରରେ କେନାଲ ପାଣି ଛଡ଼ାଯିବାରୁ ତାହା ଶେଷମୁଣ୍ଡରେ...

କାମ ଦେଲାନି ଚାପ, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ସର୍ଫିଙ୍ଗ ପର୍ଯ୍ୟଟନ ମାନଚିତ୍ରରେ କୋଣାର୍କ

କୋଣାର୍କ,୩୦।୪(ଜ୍ୟୋତିରାଜ ମହାନ୍ତି):ସମୁଦ୍ରର ନୀଳ ଢ଼େଉରେ ଦୁଃସାହସିକ ଜଳକ୍ରୀଡ଼ା ସର୍ଫିଙ୍ଗ ପାଇଁ ଖାଲି ବିଦେଶ ନୁହେଁ, ଭାରତର ଯୁବବର୍ଗଙ୍କ ଆଗ୍ରହ ବଢ଼ିବାରେ ଲାଗିଛି। ପୁରୀ-କୋଣାର୍କ ବେଳାମାର୍ଗରେ ଅବସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri