ବସ୍‌ରେ ଘରକୁ ଗଲେ ୧୭୯ ଜଣ

ଅନୁଗୋଳ ଅଫିସ, ୨୯।୪ – ଅନୁଗୋଳ ଜିଲାର ବିଭିନ୍ନ ବ୍ଲକରେ କ୍ୱାରାଣ୍ଟାଇନ୍‌ରେ ଥିବା ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ କଳାହାଣ୍ଡି ଜିଲାର ୧୭୯ ଜଣ ଲୋକଙ୍କୁ ମଙ୍ଗଳବାର ସେମାନଙ୍କ ଘରକୁ ପଠାଇ ଦିଆଯାଇଛି। କ୍ୱାରାଣ୍ଟାଇନ ଅବଧି ଶେଷ ହୋଇଯାଇଥିବାରୁ ପ୍ରଶାସନ ପକ୍ଷରୁ ବସ୍‌ ଯୋଗେ ସମ୍ପୃକ୍ତ ଲୋକମାନଙ୍କୁ ପଠାଯାଇଥିବା ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା ଦେଇଛନ୍ତି।
ଲକ୍‌ଡାଉନ୍‌ ଉଲ୍ଲଂଘନ କରି ଏହି ବ୍ୟକ୍ତିମାନେ ବିଭିନ୍ନ କାର୍ଯ୍ୟରେ ଆସିଥିବା ବେଳେ ସେମାନଙ୍କୁ ଅନୁଗୋଳ ଜିଲାରେ ପର୍ଯ୍ୟାୟକ୍ରମେ ସଙ୍ଗରୋଧରେ ରଖାଯାଇଥିଲା। ତେବେ ସମ୍ପୃକ୍ତ ୧୭୯ଜଣଙ୍କ ୧୪ ଦିନିଆ କ୍ୱାରାଣ୍ଟାଇନ ସମୟ ଶେଷ ହୋଇଥିବାରୁ ସେମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯିବା ସହ ୫ଟି ବସ୍‌ ଯୋଗେ ନିଜ ନିଜ ଜିଲାକୁ ପଠାଇ ଦିଆଯାଇଛି। ସୁନ୍ଦରଗଡ଼ ପାଇଁ ୨ଟି ବସ୍‌ରେ ପାଲଲହଡ଼ା, ବଅଁରପାଳ, କଣିହଁା ବ୍ଲକରେ ସଙ୍ଗରୋଧ ଶେଷ କରିଥିବା ୬୯ ଜଣ, ଦେବଗଡ଼ ପାଇଁ ୨ଟି ବସ୍‌ରେ ପାଲଲହଡ଼ା, ବଅଁରପାଳ, କଣିହଁା ବ୍ଲକରେ ଥିବା ୬୮ ଜଣ ଓ କେନ୍ଦୁଝର ପାଇଁ ଗୋଟିଏ ବସ୍‌ରେ ବଅଁରପାଳ, ପାଲଲହଡ଼ା, କିଶୋରନଗରରେ ଥିବା ୪୨ ଜଣଙ୍କୁ ପଠାଇ ଦିଆଯାଇଛି। କ୍ୱାରାଣ୍ଟାଇନ୍‌ରେ ଥିବା ଅନ୍ୟମାନଙ୍କୁ ମଧ୍ୟ ଏପରି ପର୍ଯ୍ୟାୟକ୍ରମେ ସେମାନଙ୍କ ଜିଲାକୁ ପଠାଇ ଦିଆଯିବ ବୋଲି ଜିଲାପାଳ କହିଛନ୍ତି। ଅନୁଗୋଳ ଆଞ୍ଚଳିକ ପରିବହନ ଅଧିକାରୀ ଜିତେନ୍ଦ୍ର କୁମାର ଭୋଇ ଆବଶ୍ୟକ ବସ୍‌ ବ୍ୟବସ୍ଥା କରିଥିଲେ। ସମସ୍ତ ବସ୍‌ ଜିଲା କାର୍ଯ୍ୟାଳୟକୁ ଆସିବା ପରେ ଲୋକମାନଙ୍କୁ ନେଇ ସେମାନଙ୍କ ଜିଲାକୁ ଗସ୍ତ କରିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri