କେନ୍ଦୁଝର: ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ ଶିକ୍ଷାଦାନ ଦାବି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ବିଶ୍ୱ ମହାମାରୀରେ ପରିଣତ ହୋଇଥିବା କରୋନାର ମୁକାବିଲା ପାଇଁ କେନ୍ଦୁଝର ଜିଲାର ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ବନ୍ଦ ରହିଛି। ବୁଧବାର ଜିଲାରୁ ପ୍ରଥମ କରୋନା ସଂକ୍ରମିତଙ୍କ ଚିହ୍ନଟ କରାଯାଇଛି। ତେଣୁ ଜିଲାରେ ଲକ୍‌ଡାଉନର ଅବଧି ସମ୍ପୂର୍ଣ୍ଣ ପ୍ରତ୍ୟାହର ହେବାର ସମ୍ଭାବନା ନାହିଁ। ବର୍ତ୍ତମାନ ସରକାରଙ୍କ ପକ୍ଷରୁ ଗ୍ରୀଷ୍ମ ଅବକାଶ ମଧ୍ୟ ଜାରି ରହିଛି। ତେଣୁ କେନ୍ଦୁଝର ଜିଲାର ବିଭିନ୍ନ ବିଦ୍ୟାଳୟ/ମହାବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କୁ ଅନ୍‌ଲାଇନ ଶିକ୍ଷା ପ୍ରଦାନ କରାଯାଉ ବୋଲି କେନ୍ଦୁଝର ବିକାଶ ପରିଷଦ(କେଭିପି) ପକ୍ଷରୁ ଦାବି କରାଯାଇଛି।
ନୂଆଶିକ୍ଷା ବର୍ଷ ଆଗତ ପ୍ରାୟ। ହେଲେ ଦଶମ,ଯୁକ୍ତ ୨ ଶେଷ ବର୍ଷ ଇତ୍ୟାଦିକୁ ବାଦ୍‌ ଦେଲେ ପୂର୍ବରୁ ଅନେକ ପାଠ୍ୟକ୍ରମ ସମାପ୍ତ ହୋଇ ନାହିଁ। ତେଣୁ ନିୟମିତ ପରୀକ୍ଷା ବାଧାପ୍ରାପ୍ତ ହୋଇସାରିଛି। ଏହାକୁ ଭରଣା କରିବା ପାଇଁ ଅନ୍‌ଲାଇନ ଶିକ୍ଷାଦାନର ଆବଶ୍ୟକତା ରହିଥିବା ପରିଷଦ ପକ୍ଷରୁ କୁହାଯାଇଛି। ଆବଶ୍ୟକ ପଡିଲେ ଆଗାମୀ ଶିକ୍ଷାବର୍ଷ(୨୦୨୧-୨୨)କୁ ୨୦୨୧ ସେପ୍ଟେମ୍ବରରେ ଆରମ୍ଭ କରିବା ପାଇଁ ଜାତୀୟସ୍ତରରେ ବିଚାରବିର୍ମଶ ଚାଲୁଥିବା ପରିଷଦ କହିଛି। ତେଣୁ ଚଳିତ ବର୍ଷ ଶିକ୍ଷାବର୍ଷର ଅସମାପ୍ତ ଖସଡା ଅନ୍‌ଲାଇନ ମାଧ୍ୟମରେ ପ୍ରଦାନ କରିବା ପାଇଁ ସ୍ଥାନୀୟ ଜିଲାପାଳ ଏବଂ ଉଭୟ(ଗଣଶିକ୍ଷା/ଉଚ୍ଚଶିକ୍ଷା) ବିଭାଗକୁ କେନ୍ଦୁଝର ବିକାଶ ପରିଷଦ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri