ଫୁଟିଲା ପାରିଜାତ

ଚିତ୍ରଡ଼ା,୩୦।୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ନୂଆଝାଳିଆ ପଞ୍ଚାୟତ କାନ୍ଦଣା ଗ୍ରାମର ଶିକ୍ଷକ ମେଘନାଦ ସିଙ୍କ ବଗିଚାରେ ବିରଳ ପାରିଜାତ ଫୁଲ ଫୁଟିଛି। ଏହାକୁ ଦେଖିବା ପାଇଁ ସେଠାରେ ସ୍ଥାନୀୟ ଲୋକଙ୍କ ଭିଡ଼ ଜମୁଛି। ମେଘନାଦ ବର୍ତ୍ତମାନ ଉଫାଲ ଗଡ଼ିଆ ଉପ୍ରା ବିଦ୍ୟାଳୟରେ ପ୍ରଧାନଶିକ୍ଷକ ଭାବେ କାର୍ଯ୍ୟରତ ଅଛନ୍ତି। ବିଭିନ୍ନ ପ୍ରକାର ଫୁଲ ଏବଂ ଫଳ ଗଛ ଲଗାଇବାରେ ସେ ଖୁସି ଅନୁଭବ କରିନ୍ତି। ସେ ତାଙ୍କ ବଗିଚାରେ ପାରିଜାତ ସମେତ ଲିଚୁ, ରୁଦ୍ରାକ୍ଷ, ସପେତା, ଓଉ, ବଉଳ, ନାଗେଶ୍ୱର, ଅଶୋକ, କାମିନୀ, ଚମ୍ପା, ତେଜପତ୍ର, ସ୍ଥଳପଦ୍ମ, ରବର, ଅପରାଜିତା ଆଦି ବିଭିନ୍ନ ଗଛ ଲଗାଇଛନ୍ତି। ମଙ୍ଗଳବାର ଭୋର ସମୟରେ ପାରିଜାତ ଫୁଲଟି ଫୁଟି ଥିବା ଦେଖିବାକୁ ମିଳିଥିଲା। ମେଘନାଦ ସେହି ଗଛଟିକୁ ପଶ୍ଚିମବଙ୍ଗର କାଁଥିରୁ ଗତ ୫ ବର୍ଷ ତଳେ ଆଣିଥିଲେ। ଏହି ଫୁଲଟିକୁ ଚିତ୍ରଡା ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ଅଧ୍ୟାପକ ଅନୁପ କୁମାର ମହାକୁଡ଼ଙ୍କୁ ଦେଖାଇବାରୁ ଏହା ପାରିଜାତ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ପାଇଁ ବନ୍ଦ ରହିବ ଭିତରକନିକା

ରାଜନଗର,୩ା୫(ଭାସ୍କର ରାଉତରାୟ):ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରମାନଙ୍କର ପ୍ରଜନନ ଋତୁ ପାଖେଇ ଆସୁଛି। ଏହାକୁ ଆଖି ଆଗରେ ରଖି...

କଂଗ୍ରେସ ଭୋଟ ସୁରକ୍ଷା ପ୍ରତିମାଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ

ଜଗତ୍‌ସିଂହପୁର,୩ା୫ (ପ୍ରମୋଦ କୁମାର ନାୟକ): ୨୦୨୪ ନିର୍ବାଚନ ନେଇ ପ୍ରମୁଖ ରାଜନୈତିକ ଦଳ ଯଥା ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ରଣନୀତି ପ୍ରସ୍ତୁତ ଚାଲିଛି।...

ପ୍ରାକୃତିକ ବିପର୍ଯ୍ୟୟ କ୍ଷତି ଆଶଙ୍କାରେ ଜିଲାବାସୀ

କେନ୍ଦ୍ରାପଡ଼ା,୩ା୫(ଜଗନ୍ନାଥ ଧଳ): ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ଜିଲାକୁ ବନ୍ୟା, ବାତ୍ୟା ସହ...

ବାଘ, ଭାଲୁଙ୍କ ପାଇଁ କୁଲର

ସମ୍ବଲପୁର,୩ା୫(ପ୍ରମୋଦ ବହିଦାର):ବନ୍ୟପ୍ରାଣୀଙ୍କୁ ପ୍ରବଳ ଗ୍ରୀଷ୍ମ ପ୍ରବାହରୁ ରକ୍ଷା କରିବା ପାଇଁ ସମ୍ବଲପୁର ପ୍ରାଣୀ ଉଦ୍ୟାନରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଗତ ଏକ ସପ୍ତାହ ଧରି ସମ୍ବଲପୁରରେ...

୨ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଫେଲ୍‌

ଝୁମ୍ପୁରୀ,୩ା୫(ସରୋଜ ନାୟକ): ଦଶରଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଫେଲ୍‌ ମାରିଥିବା ଜଣାପଡ଼ିଛି। ଏହି ଦୁଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ...

ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ପୋଷ୍ୟ ପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି

କଟକ,୨ା୫ (କାର୍ତ୍ତିକ ସାହୁ): ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ଗ୍ରହଣ କରିଥିବା ପୋଷ୍ୟପୁତ୍ରଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ମିଳିପାରିବ ବୋଲି ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି।...

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି...

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri