ହ୍ବାଟ୍ସଆପ୍‌ରେ ପାଠପଢ଼ିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ନେଇ ବିଦ୍ୟାଳୟଗୁଡ଼ିକ ବନ୍ଦ ରହିଛି। ଛାତ୍ରୀଛାତ୍ରଙ୍କ ପାଠପଢ଼ା ଠପ୍‌ ହୋଇଯାଇଛି। କେତେକ ଘରୋଇ ସ୍କୁଲ୍‌ରେ ଅନ୍‌ଲାଇନ୍‌ ଜରିଆରେ ପାଠପଢ଼ା ଯାଉଛି। ଏହି ଅନ୍‌ଲାଇନ ପାଠପଢ଼ାକୁ ରାଜ୍ୟର ସମସ୍ତ ସରକାରୀ ସ୍କୁଲ୍‌ରେ ଲାଗୁ କରିବା ପାଇଁ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ସମସ୍ତ ସରକାରୀ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ହ୍ବାଟ୍ସଆପ୍‌ ଜରିଆରେ ଶିକ୍ଷାଦାନ ପାଇଁ ‘ଓଡ଼ିଶା ଶିକ୍ଷା ସଂଯୋଗ’ ନାମରେ ଏକ କାର୍ଯ୍ୟକ୍ରମ ଆରମ୍ଭ କରିବା ପାଇଁ ବୁଧବାର ସମସ୍ତ ଜିଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ପକ୍ଷରୁ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ ଏହି ନିର୍ଦ୍ଦେଶ ଦେଇଛନ୍ତି।
ରାଜ୍ୟର ସମସ୍ତ ବିଦ୍ୟାଳୟ ମାର୍ଚ୍ଚ ୧୭ରୁ ବନ୍ଦ ରହିଛି। ତେଣୁ ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ଲକ୍ଷ୍ୟରେ ରଖି ଟିଭି ଏବଂ ଅନ୍‌ଲାଇନ କିମ୍ବା ଡିଜିଟାଲ ଶିକ୍ଷାଦାନର ପଦ୍ଧତିକୁ ଗ୍ରହଣ କରିବାକୁ ନିଷ୍ପତ୍ତି ନିଆଯାଇଛି। ଦଶମ ଶ୍ରେଣୀ ପାଇଁ ବିଜ୍ଞାନ, ଗଣିତ, ଇଂଲିଶ ଏବଂ ଭୂଗୋଳର ପାଠ୍ୟକ୍ରମର କିଛି ଭିଡିଓ ଦୂରଦର୍ଶନ ଓଡ଼ିଆରେ ପ୍ରସାରିତ ହେଉଛି। ଏହି କାର୍ଯ୍ୟକ୍ରମ ମେ’ ୧୨ରେ ଶେଷ ହେବ। ବିଭିନ୍ନ ବିଷୟର ଅଧିକ ଭିଡିଓ ରେକର୍ଡିଂ ଏବଂ ପ୍ରସାରଣ ପାଇଁ ପଦକ୍ଷେପ ନିଆଯାଉଛି। ବିଭିନ୍ନ ସ୍ତରରେ ହ୍ବାଟ୍ସଆପ୍‌ ଗ୍ରୁପ୍‌ ମାଧ୍ୟମରେ ଶିକ୍ଷାଦାନ ପଦ୍ଧତିକୁ ଆପଣାଇବା ପାଇଁ ନିଷ୍ପତ୍ତି ହୋଇଛି। ଅନ୍‌ଲାଇନ୍‌ରେ ଏହା ଛାତ୍ରୀଛାତ୍ରଙ୍କ ପାଇଁ ସହଜ ହେବ। ଏହିପରି ଏକ କାର୍ଯ୍ୟକ୍ରମ ଯଥା ‘ଶିକ୍ଷା ସଂଯୋଗ’ ଖୋର୍ଦ୍ଧା ଜିଲାରେ ୧୯ ଏପ୍ରିଲରୁ ଆରମ୍ଭ ହୋଇଛି। ‘ଓଡ଼ିଶା ଶିକ୍ଷା ସଂଯୋଗ’ ନାମରେ ରାଜ୍ୟର ଅନ୍ୟାନ୍ୟ ଜିଲାରେ ଏଭଳି କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛି। ପାଠ୍ୟସୂଚୀ ପ୍ରସ୍ତୁତ ସହ ସମୟ ନିର୍ଘଣ୍ଟହେବ। ଜିଲା ଶିକ୍ଷା ଅଧିକାରୀଙ୍କ ଠାରୁ ଆରମ୍ଭ କରି ଛାତ୍ରୀଛାତ୍ରଙ୍କ ପର୍ଯ୍ୟନ୍ତ ବିଭିନ୍ନ ହ୍ବାଟ୍ସଆପ୍‌ ଗ୍ରୁପ୍‌ ଗଠନ କରାଯିବ। ସେଥିରେ ପାଠ୍ୟ ଉପକରଣ ପ୍ରଦାନ କରାଯିବ। ମେ’ ୭ତାରିଖ ସୁଦ୍ଧା ଏହି କାର୍ଯ୍ୟକ୍ରମ ଲାଗୁ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri