ଅତ୍ୟାବଶ୍ୟକ ସାମଗ୍ରୀ ବଣ୍ଟନରେ ଅବ୍ୟବସ୍ଥା

ଢେଙ୍କାନାଳ ଅଫିସ, ୧।୫ – କରୋନା ସଙ୍କଟ ସମୟରେ ଢେଙ୍କାନାଳ ଜିଲାରେ ରାଶନ ସାମଗ୍ରୀ ବଣ୍ଟନରେ ବ୍ୟାପକ ଅବ୍ୟବସ୍ଥା ହେଉଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ଗରିବ, ଅସହାୟ ଏବଂ ଅଙ୍ଗନଓ୍ବାଡି ଶିଶୁଙ୍କ ପାଇଁ ଆସିଥିବା ଅତ୍ୟାବଶ୍ୟକ ସାମଗ୍ରୀର ବାଟମାରଣା କରାଯାଉଥିବା ଦଳୀୟ କର୍ମକର୍ତ୍ତା କହିଛନ୍ତି। ଏ ନେଇ ଭାଜପାର ଏକ ୪ଜଣିଆ ପ୍ରତିନିଧିମଣ୍ଡଳୀ ଗୁରୁବାର ପୂର୍ବାହ୍ନରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ସହ ଆଲୋଚନା କରିଛନ୍ତି।
ଆସନ୍ତା ମେ’ ୩ରେ ଲକ୍‌ଡାଉନ୍‌ ଅବଧି ଶେଷ ହେଉଛି। ଏହାପରେ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ନିୟମ ବଦଳିବା ସମ୍ଭାବନା ରହିଛି। ଏହାକୁ ନେଇ ଅନେକ ସମସ୍ୟା ଉପୁଜିବା ଆଶଙ୍କା ଦେଖାଦେଇଛି। ଏଥିଲାଗି ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ପ୍ରସ୍ତୁତି ସମ୍ପର୍କରେ ପ୍ରତିନିଧିମଣ୍ଡଳୀ ବିସ୍ତୃତ ଭାବେ ଆଲୋଚନା କରିଥିଲେ। ଜିଲାର କେତେକ ସ୍ଥାନରେ ଗରିବ ଜନସାଧାରଣ ଓ ଅଙ୍ଗନଓ୍ବାଡି ଶିଶୁଙ୍କୁ ଡାଲି, ଚାଉଳ, ରାଶନ ସାମଗ୍ରୀ ଧାର୍ଯ୍ୟ ପରିମାଣରୁ କମ୍‌ ଦିଆଯାଉଛି। ବଣ୍ଟନ ବ୍ୟବସ୍ଥାକୁ ବ୍ୟବସ୍ଥିତ କରିବା ଏବଂ ଖିଲାପକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେମାନେ ଜିଲାପାଳଙ୍କୁ ନିବେଦନ କରିଛନ୍ତି। ସେହିପରି ଲକ୍‌ଡାଉନ୍‌ ଯୋଗୁ ଫସି ରହିଥିବା ପ୍ରବାସୀ ଜିଲାକୁ ଆସିବେ। ସେମାନେ କ୍ୱାରାଣ୍ଟାଇନ୍‌ରେ ରହିବା ବାଧ୍ୟତାମୂଳକ କରାଯାଇଛି। ତେଣୁ ଉଚିତ ସଙ୍ଗରୋଧ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେବା, ମହିଳା ଏବଂ ପୁରୁଷଙ୍କ ପାଇଁ ପୃଥକ୍‌ କ୍ୱାରାଣ୍ଟାଇନ ଗୃହ, ଶୌଚାଳୟ, ଜଳ, ବିଦ୍ୟୁତ୍‌ ଯୋଗାଣ ସହ କଡ଼ା ସୁରକ୍ଷା ବ୍ୟବସ୍ଥା କରିବା ପାଇଁ ଜିଲାପାଳଙ୍କୁ ଅନୁରୋଧ କରାଯାଇଛି। କରୋନା ଲଢ଼େଇରେ ଜିଲା ପ୍ରଶାସନ, ପୋଲିସ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ପ୍ରଶଂସନୀୟ। ଏଥିରେ ଦଳୀୟ କର୍ମକର୍ତ୍ତା ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦିଆଯାଇଛି। ଜିଲା ସଭାପତି ନରେଶ ଚନ୍ଦ୍ର ମହାପାତ୍ର, ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର, ଜିଲା ଉପସଭାପତି ନବକିଶୋର ଗୁରୁ, ସମ୍ପାଦକ ମାତୃପ୍ରସାଦ ନନ୍ଦ ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri