Posted inଖେଳ

କୋଭିଡ-୧୯: ଫିଫା ବିଶ୍ୱକପ୍‌ ଆମ୍ବାସାଡର ସଂକ୍ରମିତ

ଦୋହା,୧।୫(ଏଏଫ୍‌ପି): କାତାରରେ ଆୟୋଜନ ହେବାକୁଥିବା ୨୦୨୨ ଫିଫା ବିଶ୍ୱକପ୍‌ର ଜଣେ ଆମ୍ବାସାଡର କରୋନ ଭାଇରସ୍‌ ପଜିଟିଭ୍‌ ବୋଲି ଜଣାପଡିଛି। ବିଶ୍ୱକପ୍‌ର ଅନ୍ୟତମ ଆମ୍ବାସାଡର ତଥା ପୂର୍ବତନ କାତାର ମିଡ୍‌ପିଲ୍ଡର ୫୪ ବର୍ଷୀୟ ଆଡେଲ ଖାମିସ୍‌ ଦୁର୍ଭାଗ୍ୟବଶତଃ କୋଭିଡ-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଛି। ଏ ନେଇ ଟୁର୍ନାମେଣ୍ଟ ଆୟୋଜକ ଟୁଇଟ୍‌ କରି ସୂଚନା ଦେଇଛନ୍ତି।
ଏଥିସହିତ ୩ଟି ଷ୍ଟାଡିୟମ ନିର୍ମାଣରେ ସାମିଲ ରହିଥିବା ମୋଟ ୮ ଜଣ ବ୍ୟକ୍ତି କୋଭିଡ-୧୯ ସଂକ୍ରମିତ ହୋଇଛନ୍ତି। ତେବେ ଏପ୍ରିଲ ୧୭ ତାରିଖ ପରଠାରୁ ଆୟୋଜନମାନେ ଏ ସଂକ୍ରାନ୍ତରେ କୌଣସି ଅପ୍‌ଡେଟ ଦେଇନାହାନ୍ତି। କାତାରରେ ଏପର୍ଯ୍ୟନ୍ତ ୧୩, ୪୦୯ ଜଣ ସଂକ୍ରମିତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧,୩୭୨ଜଣ ଆରୋଗ୍ୟ ଲାଭ କରିଛନ୍ତି। ତେବେ ୧୦ଜଣ ଏଥିରେ ମୃତ୍ୟୁବରଣ କରିଛନ୍ତି।
ବିଶ୍ୱକପ୍‌ ଆୟୋଜନ ପାଇଁ କାତାରରେ ନିର୍ମାଣ କାର୍ଯ୍ୟ ପୂରା ଦମ୍‌ରେ ଆଗେଇ ଚାଲିଛି। ନିର୍ମାଣ କାର୍ଯ୍ୟରେ ନିୟୋଜିତ ହୋଇଥିବା ଶ୍ରମିକ ଓ ଅନ୍ୟ ଷ୍ଟାଫ୍‌ମାନଙ୍କ ସ୍ବାସ୍ଥ୍ୟ ଓ ନିରାପତ୍ତାକୁ ଗୁରୁତ୍ୱ ଦିଆଯାଉଛି ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି।
ଖାମିସ୍‌ଙ୍କ ସମେତ ଅଷ୍ଟ୍ରେଲିଆର ଟିମ୍‌ କାହିଲ ଓ ବାର୍ସିଲୋନା ଲିଜେଣ୍ଡ ଜାଭି ହେର୍ନାଣ୍ଡିଜ୍‌ ମଧ୍ୟ ବିଶ୍ୱକପ୍‌ ପାଇଁ ଆମ୍ବାସାଡର ନିଯୁକ୍ତ ହୋଇଛନ୍ତି। କରୋନା ଭାଇରସ୍‌ କାରଣରୁ ସ୍ବାସ୍ଥ୍ୟ ଜନିତ ବିପର୍ଯ୍ୟୟ ସତ୍ତ୍ୱେ ନିର୍ମାଣ କାର୍ଯ୍ୟ ଚାଲୁ ରହିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri