ରେଡ୍‌ ଜୋନ୍‌ରୁ ଚୌଦ୍ୱାର ଫେରିଥିଲେ: ପୌରପାଳିକା ତରଫରୁ ଘରେ ଲାଗିଲା ହୋମ୍‌ କ୍ୱାରାଣ୍ଟାଇନ ସୂଚନା ଫଳକ

ଚୌଦ୍ୱାର,୨ା୫(ଡି.ଏନ୍‌.ଏ.): କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ କଟକ ଜିଲା ଚୌଦ୍ୱାର ପୌରପାଳିକା ତରଫରୁ ଗାନ୍ଧିଛକସ୍ଥିତ ପୌର ଟାଉନ ହଲରେ କ୍ୱାରାଣ୍ଟାଇନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। କିଛି ଦିନ ହେବ ବାହାର ରାଜ୍ୟ ବିହାରରୁ ଜଣେ ବ୍ୟକ୍ତି ଏବଂ ରେଡ୍‌ ଜୋନ ଭାବେ ସ୍ଥାନ ପାଇଥିବା ଯାଜପୁର ଜିଲାରୁ ଜନୈକା ମହିଳା ଆସି ସରକାରଙ୍କ ପାଖରେ କୌଣସି ତଥ୍ୟ ନ ଦେଇ ଚୌଦ୍ୱାର ଅଞ୍ଚଳରେ ରହୁଛନ୍ତି। ଏହାକୁ ନେଇ ପଡ଼ୋଶୀଙ୍କ ଭିତରେ ଭୟ ସୃଷ୍ଟି ହୋଇଥିଲା। ପରେ ପଡ଼ୋଶୀ ପୌର ନିର୍ବାହୀ ଅଧିକାରୀଙ୍କୁ ଅବଗତ କରାଇଥିଲେ। ନିର୍ବହୀ ଅଧିକାରୀ ପ୍ରଦୀପ୍ତ କୁମାର ବେହେରା ସରକାରଙ୍କ ନିର୍ଦ୍ଦେଶନାମା ଅନୁସାରେ ଶୁକ୍ରବାର ୨ ବ୍ୟକ୍ତିଙ୍କ ଘର ସମ୍ମୁଖରେ ହୋମ୍‌ ଅଣ୍ଡର କ୍ୱାରାଣ୍ଟାଇନର ସୂଚନାଫଳକ ଲଗାଇଥିବା ଜଣାପଡିଛି। ଅନ୍ୟପକ୍ଷରେ ଆଗକୁ କୌଣସି ବ୍ୟକ୍ତି ବାହାର ରାଜ୍ୟରୁ ଅଥବା ରେଡ୍‌ ଜୋନ ଜିଲାରୁ ଲୁଚିଛପି ଆସି ବସବାସ କଲେ ସମ୍ପୃକ୍ତ ପରିବାରକୁ ହୋମ୍‌ ଅଣ୍ଡର କ୍ୱାରାଣ୍ଟାଇନ ଘୋଷଣା କରାଯିବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିର୍ବାହୀ ଅଧିକାରୀ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି...

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

ଘରକୁ ଘର ବୁଲି ନିର୍ବାଚନ ପ୍ରଚାର କଲେ ଭକ୍ତ ଦାସ

କେସିଙ୍ଗା,୬।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ୯ ପଞ୍ଚାୟତରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭକ୍ତ ଚରଣ ଦାସ ଜନସମ୍ପର୍କ ପଦଯାତ୍ରା କରିବା ସହ ନିର୍ବାଚନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri