ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିବେ କେରଳରୁ ଫେରୁଥିବା ପ୍ରବାସୀ ଓଡ଼ିଆ, ଅଧିକାରୀ କଲେ ସମୀକ୍ଷା

ଜଟଣୀ,୨।୫(ଡି.ଏନ୍‌.ଏ.): କେରଳରୁ ଆସୁଥିବା ପ୍ରବାସୀ ଓଡ଼ିଆ ସ୍ବତନ୍ତ୍ର ଟ୍ରେନରେ ଶନିବାର ରାତିରେ ଖୋର୍ଦ୍ଧା ରୋଡ୍‌ ଷ୍ଟେଶନରେ ପହଞ୍ଚିବେ। ଗଞ୍ଜାମ ଓ କୋରାପୁଟ ଜିଲାକୁ ଛାଡ଼ି ଅନ୍ୟ ଜିଲାର ୫ ଶହ ପ୍ରବାସୀ ଓଡ଼ିଆ ଏହି ଷ୍ଟେଶନରେ ଓହ୍ଲାଇ ବସ୍‌ ଯୋଗେ ବିଭିନ୍ନ ଜିଲା ଅନ୍ତର୍ଗତ ନିଜ ଗ୍ରାମକୁ ଫେରିବେ। ଏଥିପାଇଁ ଜଟଣୀସ୍ଥିତ ଖୋର୍ଦ୍ଧାରୋଡ୍‌ ରେଳ ଡିଭିଜନ ମୁଖ୍ୟ ଦପ୍ତର ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟ ଓ ରେଲୱେର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ଆଲୋଚନା କରିଥିଲେ। କେନ୍ଦ୍ରାଞ୍ଚଳ ଆର୍‌ଡିସି, ଖୋର୍ଦ୍ଧା ଜିଲ୍ଲାପାଳ, ଖୋର୍ଦ୍ଧାରୋଡ଼ ଡିଭିଜନର ଡିଆର୍‌ଏମ୍‌ଙ୍କ ସମେତ ରାଜ୍ୟ ଓ ରେଲୱେର ବରିଷ୍ଠ ପ୍ରଶାସନିକ ଏବଂ ପୋଲିସ ଅଧିକାରୀ ଉପସ୍ଥିତ ରହିଥିଲେ। ଟ୍ରେନ ଏଠାରେ ପହଞ୍ଚିବା ପରେ ଲକ୍‌ଡାଉନ୍‌ର ସମସ୍ତ ନିୟମକୁ ପାଳନ କରି ଫେରିଥିବା ପ୍ରବାସୀ ଓଡିଆଙ୍କୁ କିପରି ସେମାନଙ୍କ ଘରେ ପହଞ୍ଚାଯିବ ସେନେଇ ଆଲୋଚନାରେ ସ୍ଥାନ ପାଇଥିଲା। ଟ୍ରେନରୁ ଓହ୍ଲାଇବା ପରେ ଆଶ୍ରୟ ନେବା ସ୍ଥାନ, ଅଲିଭା କାଳୀ ମରାଯିବା, ବସ ରହିବା ସ୍ଥାନ ଆଦି ବୁଲି ଅନୁଧ୍ୟାନ କରିବା ସହ ପ୍ରସ୍ତୁତି ଉପରେ ସମୀକ୍ଷା କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri