ଯାଜପୁରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଲା, ସୁସ୍ଥ ହେଲେ ୫୬

ଭୁବନେଶ୍ୱର,୨ା୫(ବ୍ୟୁରୋ) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ଶନିବାର ଅପରାହ୍ନରେ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଛି। ଆକ୍ରାନ୍ତ ଜଣକ ଯାଜପୁର ଜିଲା ବରୀ ବ୍ଲକର। ସେ ଜଣେ ୬୨ ବର୍ଷୀୟ ବୃଦ୍ଧ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି। ଆକ୍ରାନ୍ତ ଜଣକ କୋଲକାତା ଫେରନ୍ତା। ତାଙ୍କଠାରେ କରୋନାର କୌଣସି ଲକ୍ଷଣ ଦେଖାଦେଇ ନ ଥିଲେ ମଧ୍ୟ ସେ କ୍ୱାରାଣ୍ଟାଇନ୍‌ରେ ଥିଲେ। ଅନ୍ୟପକ୍ଷରେ ରେଡ୍‌ ଜୋନ୍‌ରେ ଥିବା ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୪୮ରେ ପହଞ୍ଚିଛି।
ସୂଚନାଯୋଗ୍ୟ, ରାଜ୍ୟରେ ମେ’ ୧ ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ମୋଟ୍‌ ୩୬ ହଜାର ୫୯୩ଟି ଆରଟି ପିସିଆର ଟେଷ୍ଟିଂ ହୋଇଛି । ଏପର୍ଯ୍ୟନ୍ତ ୧୫୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୫୬ ଜଣ ସୁସ୍ଥ ହୋଇଛନ୍ତି। କେବଳ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri