କଳିଙ୍ଗା ଘାଟିରେ ବସ୍‌ ଦୁର୍ଘଟଣାଗ୍ରସ୍ତ, ୨ ମୃତ: ପ୍ରବାସୀ ଓଡ଼ିଆଙ୍କୁ ନେଇ ସୁରଟରୁ ଫେରୁଥିଲା

ଭଞ୍ଜନଗର,୨ା୫(ଡି.ଏନ୍‌.ଏ.)- ପ୍ରବାସୀ ଓଡ଼ିଆଙ୍କୁ ସୁରଟରୁ ନେଇ ଫେରୁଥିବା ଏକ ବସ ଶନିବାର ରାତିରେ ଗଞ୍ଜାମ-କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବୁଗୁଡ଼ା ଅଞ୍ଚଳର ଚିତ୍ତରଞ୍ଜନ ସେଠୀ ଓ ସନ୍ତୋଷ ସେଠୀ। ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଥିବା ଅନ୍ୟ ୭୦ଜଣଙ୍କୁ ଅନ୍ୟ ଏକ ବସ୍‌ରେ ଆଣି କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ପଠାଯାଇଛି। ଗଞ୍ଜାମ ଓ କନ୍ଧମାଳ ପୋଲିସ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଚଳାଇଛନ୍ତି।
ଲକ୍‌ଡାଉନ ଯୋଗୁ ସୁରଟରେ ଫସିରହିଥିବା ଲୋକେ ଗତ ୬ ଦିନ ହେଲା ବସ୍‌ ଯୋଗେ ଭିଟାମାଟିକୁ ଫେରିବାରେ ଲାଗିଛନ୍ତି। ଏଭଳି ସ୍ଥିତିରେ ପ୍ରବାସୀ ଓଡିଆଙ୍କୁ ନେଇ ଆସୁଥିବା ‘ଶ୍ରୀ ପଟେଲ’ ନାମକ ବସ୍‌ (ନଂ.ଜିଜେ୧୮ଏକ୍ସ-୨୬୯୩)ର ଚାଳକ କଳିଙ୍ଗା ଘାଟି ଅନ୍ଧାରିକୋଟ ମନ୍ଦିର ନିକଟ ବୁଲାଣିରେ ହଠାତ୍‌ ବ୍ରେକ୍‌ ଦେଇଥିଲେ। ଫଳରେ ଚାଳକ କ୍ୟାବିନ୍‌ରେ ବସିଥିବା ଚିତ୍ତରଞ୍ଜନ ଓ ସନ୍ତୋଷ ଆଗ କାଚରେ ପିଟି ହୋଇଯାଇଥିଲେ। କାଚ ଭାଙ୍ଗି ଯିବାରୁ ଉଭୟେ ଚକା ତଳେ ପଡ଼ିଯାଇଥିଲେ। ଘଟଣାସ୍ଥଳରେ ଚିତ୍ତରଞ୍ଜନଙ୍କ ମୃତ୍ୟୁ ଘଟିଥିବାବେଳେ ସନ୍ତୋଷ ଗୁରୁତର ହୋଇଥିଲେ। ତାଙ୍କୁ ଆମ୍ବୁଲାନରେ ଭଞ୍ଜନଗର ମେଡ଼ିକାଲକୁ ଅଣାଯାଇଥିଲା। ସେଠାରେ ସନ୍ତୋଷଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଭଞ୍ଜନଗର ବିଡ଼ିଓ ଅନିଲ କୁମାର ସେଠୀ ପୋଲିସ ଫୋର୍ସ ସହ ଘଟଣାସ୍ଥଳରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri