ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ : ପ୍ରତିବାଦରେ ସିଡିପିଓଙ୍କ ଅଫିସ୍‌ ଘେରାଉ

ତାଳଚେର, ୧୩ା୬(ନି.ପ୍ର.) – ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରାଯାଇଥିବା ଅଭିଯୋଗ କରି ପ୍ରତିବାଦରେ ବୁଧବାର ତାଳଚେର ବ୍ଲକ ଅଙ୍ଗନଓ୍ବାଡି କର୍ମୀ ସଂଘ ପକ୍ଷରୁ ସ୍ଥାନୀୟ ସିଡିପିଓଙ୍କ ଅଫିସକୁ ଘେରାଉ କରାଯାଇଥିଲା। ଏହାକୁ ନେଇ ସେଠାରେ ଉତ୍ତେଜନା ଦେଖାଦେଇଥିଲା।
ଅଭିଯୋଗ ମୁତାବକ, ମଙ୍ଗଳବାର ସିଡିପିଓଙ୍କ ଅଫିସରେ ପ୍ରୋଜେକ୍ଟ ମିଟିଙ୍ଗ ଥିଲା। ଏଥିିରେ ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ରର କର୍ମୀମାନେ ଯୋଗ ଦେଇଥିଲେ। ବୈଠକ ଚାଲିଥିବା ବେଳେ ଅଙ୍ଗାରୁଆ ହରିଜନସାହି କେନ୍ଦ୍ରର କର୍ମୀ ଦିଆଯାଉଥିବା ଛତୁଆ ନିମ୍ନମାନର ବୋଲି ପିଲାଙ୍କ ପରିବାର ପକ୍ଷରୁ ଅଭିଯୋଗ ହେଉଥିବା କହିଥିଲେ। ଏଥିରେ ସିଡିପିଓ ଉତ୍‌କ୍ଷିପ୍ତ ହୋଇ ତାଙ୍କୁ ଗାଳିଗୁଲଜ କରିବା ସହ ଦୁର୍ବ୍ୟବହାର କରିଥିଲେ ବୋଲି ଅଙ୍ଗନଓ୍ବାଡି କର୍ମୀ ଜଣକ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ସଂଘକୁ ଜଣାଇବା ପରେ ସଂଘର ସଭାପତି ପୁଷ୍ପାଞ୍ଜଳି ସାହୁଙ୍କ ନେତୃତ୍ୱରେ ସମସ୍ତ କର୍ମୀ ଏକଜୁଟ ହୋଇ ସିଡିପିଓଙ୍କ ଅଫିସକୁ ଘେରାଉ କରିଥିଲେ। ଖବରପାଇ ତାଳଚେର ବିଡିଓ ନେତ୍ରାନନ୍ଦ ମଲ୍ଲିକ, ସହକାରୀ ଜିଲାପାଳ ଗୌରି ନାଏକ ସେଠାରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରିଥିଲେ। ଉପଜିଲାପାଳ ଅନୁପସ୍ଥିତ ଥିବାରୁ ଛୁଟି ପରେ ଏ ସମ୍ପର୍କରେ ଆଲୋଚନା କରାଯାଇ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦିଆଯିବା ପରେ ସେମାନେ ଆନ୍ଦୋଳନରୁ ଓହରିଥିଲେ। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରକାଶ କରିଥିଲେ। ଏ ସମ୍ପର୍କରେ ସିଡିପିଓ ଲୀଳାବତୀ ନାଗଙ୍କୁ ଯୋଗାଯୋଗ କରିବାରେ ସେ ଅଭିଯୋଗକୁ ଅସ୍ବୀକାର କରିଛନ୍ତି। ସେ ଅଙ୍ଗନଓ୍ବାଡି କର୍ମୀଙ୍କୁ କୌଣସି ପ୍ରକାରର ଦୁର୍ବ୍ୟବହାର କରି ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ...

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri