ପାତ୍ରପୁର,୩ା୫(ଡି.ଏନ୍.ଏ.)- ପାତ୍ରପୁର ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଆନ୍ଧ୍ର ପ୍ରଦେଶର ଶ୍ରୀକାକୁଲମ୍ ଜିଲାର ବ୍ୟକ୍ତି ଶିକ୍ଷକତା କରୁଛନ୍ତି। ଲକ୍ଡାଉନ ଯୋଗୁ ଛୁଟି ଘୋଷଣା ପରେ ସେମାନେ ଘରକୁ ପଳାଇଥିଲେ। ଏବେ ଦରମା ବନ୍ଦ ହେବା ଖବର ପାଇ ପାତ୍ରପୁର ଫେରିଛନ୍ତି। କେତେଜଣ ସମ୍ପର୍କୀୟଙ୍କ ଘରେ ଓ ଆଉ କେତେଜଣ ଭଡାଘରେ ରହିଛନ୍ତି। ଶ୍ରୀକାକୁଲମ ଜିଲାରେ ୩ ଜଣ କରୋନା ପଜିଟିଭି ଚିହ୍ନଟ ହୋଇଥିବାରୁ ପାତ୍ରପୁରବାସୀ ଏବେ ଆନ୍ଧ୍ର ଶିକ୍ଷକଙ୍କୁ ନେଇ ଆତଙ୍କିତ ହୋଇ ପଡିଛନ୍ତି। ଚିଡିପୁଡି ବିଦ୍ୟାଳୟର ଜଣେ ଆନ୍ଧ୍ର ବାସିନ୍ଦା ଶିକ୍ଷୟିତ୍ରୀ ପାତ୍ରପୁରସ୍ଥିତ ନିଜ ଭଡ଼ା ଘରକୁ ଆସିଥିବାବେଳେ ସାହିଲୋକେ ପୁରାଇ ଦେଇ ନ ଥିଲେ। ପରେ ବିଡ଼ିଓ ପହଞ୍ଚତ୍ ଭଡ଼ାଘରେ ସଙ୍ଗରୋଧରେ ରହିବାକୁ କହିବାରୁ ପରିସ୍ଥିତି ଶାନ୍ତ ପଡିଥିଲା। ଆଉଜଣେ ଶିକ୍ଷକ ସପଙ୍ଗ ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ରହୁଥିବାବେଳେ ବୁରାତାଲ, ତୁମ୍ବା, ପାତ୍ରପୁର ଆଦି ବିଦ୍ୟାଳୟରେ ମଧ୍ୟ କେତେଜଣ ଶିକ୍ଷକ ରହୁଛନ୍ତି। ଏନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି। ବିଇଓ କୁରେଶୁ ସେଠୀଙ୍କୁ ପଚାରିବାରୁ, ଆମ ନଜରରେ ୧୦ ଜଣ ଆସିଛନ୍ତି। ଆମେ ସେମାନଙ୍କ ଦରମା ବନ୍ଦ କରିଛୁ, କେତେଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ହୋମ୍ କ୍ବାରାଣ୍ଟାଇନ ଓ ସଙ୍ଗରୋଧ ଗୃହରେ ରଖାଯାଇଛି। ନିଜଆଡୁ କ୍ୱାରାଣ୍ଟାଇନରେ ନ ରହିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ
ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...
୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ
ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...
ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...
ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…
ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...
ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ
ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...
ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍: ପୁରୁଷୋତ୍ତମପୁର ଏସ୍ଡିପିଓ, ଗଞ୍ଜାମ ଥାନା ପ୍ରଥମ
ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍ ନେଟ୍ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍ଏସ୍) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍...
ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …
ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...
Archives


