ଲଘୁଚାପ ବିଳମ୍ବିତ: ୭ ଯାଏ ସ୍ବଳ୍ପ ବର୍ଷା, ୧୧ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୪।୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏବେ ଲଘୁଚାପ ଦାନା ବାନ୍ଧୁଛି। ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ସମୁଦ୍ର ପତ୍ତନଠାରୁ ଟ୍ରପୋସ୍ପିୟର ମଧ୍ୟଭାଗ ପର୍ଯ୍ୟନ୍ତ ଲମ୍ବିଥିବା ସୂଚନା ମିଳିଛି। ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଦିବାରାତ୍ର ତାରତମ୍ୟରେ ମେଘବଳୟର ପ୍ରଭାବ ଏବଂ ସମୁଦ୍ର ପତ୍ତନରୁ ଉଚ୍ଚତା ସହ ବାୟୁର ନିୟମିତ ଦିଗ ପରିବର୍ତ୍ତନର ତୀବ୍ରତା ବୃଦ୍ଧି ଯୋଗୁ ସୃଷ୍ଟି ହୋଇଥିବା ଏହି ଲଘୁଚାପର ଘନୀଭୂତ ପ୍ରକ୍ରିୟା ବିଳମ୍ବିତ ହେଉଛି ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
ରବିବାର ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ ଆସନ୍ତା ୭ ତାରିଖ ମଧ୍ୟରେ ଏହି ଲଘୁଚାପ ଘନୀଭୂତ ହୋଇ ୱେଲମାର୍କଡ୍‌ ପ୍ରେସରରେ ପରିଣତ ହେବାର ସମ୍ଭାବନା ରହିଛି। ଏପରିକି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ଲଘୁଚାପ ଆସନ୍ତା ୭ ତାରିଖ ଯାଏଁ ଉତ୍ତର-ପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରବିବାରଠାରୁ ୭ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ। ବିଶେଷକରି ଉତ୍ତର, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି। ଭଦ୍ରକ, ବାଲେଶ୍ୱର, ଯାଜପୁର କେନ୍ଦୁଝର ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ଗଜପତି, ଗଞ୍ଜାମ, ରାୟଗଡ଼ା, କଳାହାଣ୍ଡି ଓ କନ୍ଧମାଳରେ ବର୍ଷା ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ସେହିପରି ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୧୧ଟି ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଗୋଟେ କିମ୍ବା ଦୁଇଟି ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ରବିବାର ସାରୁ ସୋମବାର ସନ୍ଧ୍ୟା ସୁଦ୍ଧା ଉପକୂଳ ଓଡିଶା, ଅନୁଗୋଳ, ସୁନ୍ଦରଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, କୋରାପୁଟ, କଳାହାଣ୍ଡି, ରାୟଗଡା, ନୂଆପଡ଼ାର ଗୋଟେ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଥିବା କୁହାଯାଇଛି। ସେହିଭଳି କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କଟକ, ପୁରୀ, ରାୟଗଡା, ଗଜପତି, କନ୍ଧମାଳ, କଳାହାଣ୍ଡି, କେନ୍ଦ୍ରାପଡ଼ା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri