ଶ୍ରମିକ ଟ୍ରେନ୍‌ରେ ୯୦% ଯାତ୍ରୀଙ୍କୁ ଅନୁମତି

ନୂଆଦିଲ୍ଲୀ,୪ା୫(ପି.ଟି.): ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟରେ ଅଟକିଥିବା ଶ୍ରମିକମାନଙ୍କୁ ସେମାନଙ୍କ ରାଜ୍ୟରେ ପହଞ୍ଚାଇବା ପାଇଁ ରେଲଓ୍ବେ ପକ୍ଷରୁ ଶ୍ରମିକ ସ୍ପେଶିଆଲ୍‌ ଟ୍ରେନ୍‌ ଚଳାଚଳ କରୁଛି। ଏହି ଟ୍ରେନ୍‌ ଯାତ୍ରୀ ପରିବହନ ସାମର୍ଥ୍ୟର ୯୦ ପ୍ରତିଶତ ଶ୍ରମିକଙ୍କୁ ନେବା ଲାଗି ରେଲଓ୍ବେ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ସ୍ଥାନୀୟ ରାଜ୍ୟ ସରକାର ଯାତ୍ରୀମାନଙ୍କୁ ଟିକେଟ ଦେବେ ଓ ସେ ବାବଦ ଭଡ଼ା ସେମାନଙ୍କଠାରୁ ଆଦାୟ କରି ରେଳ ବିଭାଗକୁ ପ୍ରଦାନ କରିବେ। ଯେଉଁ ରାଜ୍ୟର ଶ୍ରମିକ ଟ୍ରେନ ଛାଡ଼ିବ ସେହି ରାଜ୍ୟ ସରକାର ଯାତ୍ରୀମାନଙ୍କ ପାଇଁ ପର୍ଯ୍ୟାପ୍ତ ସୁରକ୍ଷା ବନ୍ଦୋବସ୍ତ କରିବେ। ଏହି ଟ୍ରେନ୍‌ ଗନ୍ତବ୍ୟ ସ୍ଥଳ ବ୍ୟତୀତ ଅନ୍ୟ କୌଣସି ଷ୍ଟେଶନରେ ଅଟକିବ ନାହିଁ। ଟ୍ରେନ୍‌ ଭିତରେ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ କୁହାଯାଇଛି। ଏତଦ୍‌ବ୍ୟତୀତ ଟ୍ରେନ୍‌ରେ ଯାତ୍ରୀ ସଂଖ୍ୟା ୯୦ ପ୍ରତିଶତରୁ କମ୍‌ ହେବା ଉଚିତ ନୁହେଁ। ଏଥିପାଇଁ ସମ୍ପୃକ୍ତ ରାଜ୍ୟ ଯୋଜନା ପ୍ରସ୍ତୁତ କରିବାକୁ ମାର୍ଗଦର୍ଶିକାରେ କୁହାଯାଇଛି। ସେହିପରି ଟ୍ରେନ୍‌ ଛାଡ଼ିବାକୁ ଥିବା ଷ୍ଟେଶନରେ ହିଁ ରାଜ୍ୟ ସରକାର ଶ୍ରମିକମାନଙ୍କ ପାଇଁ ଖାଦ୍ୟ ପ୍ୟାକେଟ ଓ ପାନୀୟ ଜଳ ଯୋଗାଇଦେବେ। ଯାତ୍ରୀମାନଙ୍କ ପାଇଁ ଫେସ୍‌ ମାସ୍କ ବାଧ୍ୟତାମୂଳକ। ଏଥିସହିତ ସମସ୍ତ ଯାତ୍ରୀଙ୍କୁ ଆରୋଗ୍ୟ ସେତୁ ଆପ୍‌ ଡାଉନ୍‌ଲୋଡ୍‌ କରି ବ୍ୟବହାର କରିବା ନିମନ୍ତେ ରାଜ୍ୟ ସରକାର ପ୍ରୋତ୍ସାହିତ କରିବେ। ୧୨ ଘଣ୍ଟାରୁ ଅଧିକ ଟ୍ରେନ ଯାତ୍ରା ପାଇଁ ରେଲଓ୍ବେ ପକ୍ଷରୁ ଗୋଟିଏ ମିଲ୍‌ ଯୋଗାଇ ଦିଆଯିବ। ଗନ୍ତବ୍ୟ ସ୍ଥଳରେ ଯାତ୍ରୀମାନେ ପହଞ୍ଚତ୍ବା ପରେ ସମ୍ପୃକ୍ତ ରାଜ୍ୟ କର୍ତ୍ତୃପକ୍ଷ ସେମାନଙ୍କୁ ଗ୍ରହଣ କରିବେ। ସେମାନଙ୍କ ସ୍କ୍ରିନିଂ, କ୍ୱାରାଣ୍ଟାଇନ ଓ ଷ୍ଟେଶନଠାରୁ ଅନ୍ୟ ସ୍ଥାନକୁ ନେବା ଓ ସୁରକ୍ଷା ବ୍ୟବସ୍ଥା ସେହି ରାଜ୍ୟ ସରକାର କରିବେ। ସୁରକ୍ଷା ଓ ସ୍ବଚ୍ଛତା ନିୟମର ଉଲ୍ଲଂଘନ ହେଲେ ରେଲଓ୍ବେ କର୍ତ୍ତୃପକ୍ଷ ଶ୍ରମିକ ସ୍ପେଶିଆଲ ଟ୍ରେନ୍‌ ଚଳାଚଳକୁ ବନ୍ଦ କରିଦେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri