ସୁରଟରୁ ଗର୍ଭବତୀ ମହିଳାଙ୍କ ସହ ୫ ପ୍ରବାସୀ ଓଡ଼ିଆ ହାଟଡିହୀ ଫେରିଲେ

ହାଟଡିହୀ,୪।୫(ଡି.ଏନ୍‌.ଏ.): ସୁରଟରୁ ଭଦ୍ରକ ଆସୁଥିବା ବସ୍‌ରେ ଗତ ଶନିବାର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଗେଡ଼ମା ପଞ୍ଚାୟତର ୫ ପ୍ରବାସୀ ଓଡ଼ିଆ ଫେରିଛନ୍ତି। ରବିବାର ବ୍ଲକ ପ୍ରଶାସନ ସେମାନଙ୍କୁ ଭଦ୍ରକରୁ ହାଟଡିହୀ ଆଣିଥିଲେ। ପରେ ସମସ୍ତଙ୍କୁ ପଞ୍ଚାୟତ କାରାଣ୍ଟାଇନ କେନ୍ଦ୍ରରେ ରଖାଯାଇଛି। ସେମାନଙ୍କ ମଧ୍ୟରେ ଜଣେ ୯ ମାସର ଗର୍ଭବତୀ ଥିବାରୁ ପଞ୍ଚାୟତର ଏକ ଅଲଗା ଗୃହରେ ଉଭୟ ସ୍ବାମୀସ୍ତ୍ରୀଙ୍କୁ ରଖାଯାଇଥିବା ଜଣାପଡ଼ିଛି। ଗର୍ଭବତୀ ମହିଳାଙ୍କ ଚିକିତ୍ସା ଲାଗି ସ୍ବାସ୍ଥ୍ୟ ବିଭାଗକୁ ପଞ୍ଚାୟତ ତରଫରୁ ସୂଚନା ଦିଆଯାଇଥିବା ପିଇଓ ଅମୂଲ୍ୟ ପହି କହିଛନ୍ତି। ସମସ୍ତଙ୍କ ପାଇଁ ପଞ୍ଚାୟତ ତରଫରୁ ଖାଇବାକୁ ଦେବା ସହ ସରକାରୀ ନିୟମ ଅନୁସାରେ ସମସ୍ତ ସୁବିଧା ଯୋଗାଇ ଦିଆଯାଉଥିବା ପିଇଓ ପହି ଓ ସରପଞ୍ଚ ଆନନ୍ଦ ଚନ୍ଦ୍ର ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri