ଦିଗପହଣ୍ଡି କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ଅଭିଯୋଗ: ସୁରଟ ଫେରନ୍ତାଙ୍କ ହୋହଲ୍ଲା

ଦିଗପହଣ୍ଡି,୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଆଦିବାସୀ ହଷ୍ଟେଲ କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ପ୍ରତିବାଦରେ ସୋମବାର ସକାଳେ ବହୁସଂଖ୍ୟକ ସୁରଟ ଫେରନ୍ତା ହୋହଲ୍ଲା କରିଥିଲେ। ତଦାରଖ ଦାୟିତ୍ୱରେ ଥିବା ପୂର୍ବତନ ସରପଞ୍ଚ ଅସିତ କୁମାର ସାହୁ ଓ ସ୍ବେଚ୍ଛାସେବୀବୃନ୍ଦ ସେଠାରେ ପହଞ୍ଚି ବୁଝାଇବାକୁ ଚେଷ୍ଟା କରିଥିଲେ। ମାତ୍ର ସେମାନଙ୍କୁ ଅସଦ୍‌ ବ୍ୟବହାର ପ୍ରଦର୍ଶନ କରିବାସହ ଧମକ ଦେଇଥିଲେ। ଖବର ପାଇ ବିଡିଓ ହଳଧର ଶବର ପୋଲିସ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିଥିବା ଜଣାପଡିଛି। ଶୋଇବା ପାଇଁ ଖଟିଆ, ପାଇଖାନା ଆଦିର ବ୍ୟବସ୍ଥା ନାହିଁ। ପାନୀୟଜଳ ବ୍ୟବସ୍ଥା ନ ଥିବା ବେଳେ ଗାଧୋଇବାକୁ ମଧ୍ୟ ପାଣି ନ ଥିବା ସେମାନେ ଅଭିଯୋଗ କରିଥିଲେ। ପ୍ରତିବାଦରେ ସେମାନେ ଜଳଖିଆ ଖାଇବୁ ନାହିଁ ବୋଲି ଜିଦ୍‌ ଧରିଥିଲେ। ବିଡିଓ ବୁଝାଶୁଝା କରିବାପରେ ସେମାନେ ଜଳଖିଆ ଖାଇଥିଲେ।
ଏ ନେଇ ବିଡିଓଙ୍କୁ ପଚାରିବାରୁ, ସେଠାରେ ଜିଲାର ବିଭିନ୍ନ ବ୍ଲକ ଅଧୀନ ଗ୍ରାମର ୨୧୦ ଜଣ ସୁରଟ ଫେରନ୍ତା ରବିବାର ରାତିରେ ପହଞ୍ଚିଥିଲେ। ସେମାନଙ୍କ ପାଇଁ ସବୁ ପ୍ରକାରର ବ୍ୟବସ୍ଥା କରାଯାଇଛି। ଏଭଳି ଅଭିଯୋଗର କୌଣସି ସତ୍ୟତା ନ ଥିବା ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇନର ବିଭିନ୍ନ ଦିଗ ଉପରେ ସଚେତନ କରାଇଲେ ଅତିରିକ୍ତ ଜିଲା ଦୌରାଜଜ୍‌

ଛତ୍ରପୁର/ଗଞ୍ଜାମ,୨ା୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ତାଲୁକ ଆଇନ ସେବା କମିଟି ପକ୍ଷରୁ ଗଞ୍ଜାମସ୍ଥିତ ଗ୍ରାସିମ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ ପରିସରରେ ‘ପରିବେଶଗତ ନ୍ୟାୟ’ ସମ୍ବନ୍ଧୀୟ ଏକ ଆଇନ...

ରିଅଲ ମାଡ୍ରିଡ୍‌ର ବଢ଼ିଲା ଚିନ୍ତା: ଏମ୍‌ବାପେ ଆହତ

ପ୍ୟାରିସ,୨ା୧: ରିଅଲ ମାଡ୍ରିଡ୍‌ ଫରଓ୍ବାର୍ଡ କିଲିଆନ ଏମ୍‌ବାପେଙ୍କ ବାମ ଆଣ୍ଠୁ ଆଘାତ ଲାଗିଛି। ଏ ନେଇ ସ୍ପାନିଶ କ୍ଲବ ପକ୍ଷରୁ କୁହାଯାଇଛି। ତେବେ ତାଙ୍କୁ ରିକଭର...

ନୂଆବର୍ଷରେ ଖୁସି ଖବର, ଶସ୍ତା ହେଲା ଘରୋଇ ଗ୍ୟାସ

ନୂଆଦିଲ୍ଲୀ,୨।୧: ନୂଆବର୍ଷ ଆରମ୍ଭ ହେବା ପୂର୍ୱରୁ, ଗ୍ୟାସ ଗ୍ରାହକଙ୍କ ପାଇଁ ଏକ ଖୁସି ଖବର। ସାର୍ୱଜନୀନ କ୍ଷେତ୍ରର କମ୍ପାନୀ ଗେଲ ଗ୍ୟାସ ଲିମିଟେଡ ଘରୋଇ ରୋଷେଇ...

ଉଠୁଛିପଡ଼ୁଛି ବଡ଼ଦାଣ୍ଡ: ମେଡିକାଲ ଛକରେ ମୃତଦେହ ରଖି…

ପୁରୀ,୨।୧(ଅଜିତ୍‌ ମହାନ୍ତି): ପୁରୀ ଦୁର୍ଘଟଣାରେ ୫ ବର୍ଷୀୟ ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମେଡିକାଲ ଛକରେ ମୃତଦେହ ରଖି ସ୍ଥାନୀୟ ଲୋକ ଧାରଣାରେ ବସିଛନ୍ତି।...

ପୁରୀ ବଡ଼ଦାଣ୍ଡରେ ନାବାଳକଙ୍କ ମୃତ୍ୟୁ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ,୨।୧: ପୁରୀ ବଡ଼ଦାଣ୍ଡରେ ବୋଲେରୋ ଓ ସ୍କଟି ଧକ୍କାରେ ନାବାଳକଙ୍କ ମୃତ୍ୟୁ ହୋଇଛି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ...

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

୧୫ ଅଗଷ୍ଟରୁ ଚାଲିବ ଦେଶର ପ୍ରଥମ ବୁଲେଟ ଟ୍ରେନ, ଜାଣନ୍ତୁ କେତେ ହେବ ଏହାର ଭଡ଼ା

ନୂଆଦିଲ୍ଲୀ,୨।୧: ଭାରତୀୟ ରେଲଓ୍ବେ ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ବ୍ୟବସ୍ଥା, ଏବଂ ଲକ୍ଷ ଲକ୍ଷ ଯାତ୍ରୀ ପ୍ରତିଦିନ ଟ୍ରେନରେ ଯାତ୍ରା କରନ୍ତି। ସମୟ ସହିତ, ରେଲଓ୍ବେ...

ଆଖିରେ ଆଖିଏ ଲୁହ ନେଇ ବିଦାୟ ନେଲେ ଏହି କ୍ରିକେଟର, ଖୋଲିଲେ ଗୁମର

ନୂଆଦିଲ୍ଲୀ,୨।୧: ପାକିସ୍ତାନରେ ଜନ୍ମିତ ଅଷ୍ଟ୍ରେଲିୟ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଉସମାନ ଖ୍ବାଜା ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଶେଷ ଥର ପାଇଁ ସିଡନୀ କ୍ରିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri