CORONAVIRUS UPDATE: ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩କୁ ବୃଦ୍ଧି: ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ଜଣଙ୍କ ଗଞ୍ଜାମର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଗଞ୍ଜାମରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ଗଞ୍ଜାମରେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ୧୮ବର୍ଷୀୟ ଯୁବକ ହୋଇଥିବା ବେଳେ ସେ ସୁରଟ ଫେରନ୍ତା ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ସୁରଟରୁ ଫେରିବା ପରେ ଯୁବକ ଜଣଙ୍କ ସରକାରୀ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ନମୂନା ଯାଞ୍ଚ ପରେ ତାଙ୍କ ରିପୋର୍ଟ କରୋନା ପଜିଟିଭ୍‌ ବାହାରିଛି। ତେବେ ଉକ୍ତ ଆକ୍ରାନ୍ତ ଯୁବକ କାହା କାହା ସଂସ୍ପର୍ଶରେ ଆସିଛନ୍ତି ସେନେଇ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ବୋଲି ସୂଚନା ରହିଛି। ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୧୭୦ରେ ପହଞ୍ଚିିଛି। ସେମାନଙ୍କ ମଧ୍ୟରୁ ୧୦୯ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୬୦ଜଣ ସୁସ୍ଥ ଏବଂ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri