ମୁକାବିଲା ପାଇଁ ପ୍ରସ୍ତୁତ ରୁହ

ଢେଙ୍କାନାଳ ଅଫିସ, ୭।୫ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ଭିଡିଓ କନଫରେନ୍ସିଂ ହଲ୍‌ରେ ମଙ୍ଗଳବାର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଲାଗି ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ବର୍ଷା ଋତୁକୁ ଦୃଷ୍ଟିରେ ରଖି ଜୁନ୍‌ ପ୍ରଥମ ସପ୍ତାହ ମଧ୍ୟରେ ସମସ୍ତ ନାଳନର୍ଦ୍ଦମା ସଫା କରାଯିବ। ଦୁର୍ବଳ ନଦୀବନ୍ଧ ମରାମତି ଉପରେ ଗୁରୁତ୍ୱ ଦିଆଯିବ। ବର୍ଷା ବିପତ୍ାତର ସଫଳ ମୁକାବିଲା ଲାଗି କଣ୍ଟ୍ରୋଲ ରୁମ୍‌ରେ ପ୍ରଶିକ୍ଷିତ କର୍ମଚାରୀ ନିୟୋଜିତ ରହିବେ। ଜିଲାରେ ପ୍ରତିଦିନ ବର୍ଷାର ପରିମାଣ ରେକର୍ଡ କରାଯିବ। ଦୁର୍ଗମ ଓ ବନ୍ୟାକ୍ଳିଷ୍ଟ ଅଞ୍ଚଳରେ ଆବଶ୍ୟକ ଖାଦ୍ୟପଦାର୍ଥ ଏବଂ ଜରୁରୀ ସାମଗ୍ରୀ ମହଜୁଦ ରହିବ। ବୁଡ଼ି ଅଞ୍ଚଳରେ ଉଦ୍ଧାରକାରୀ ଦଳ ମୁତୟନ ହେବେ। କ୍ଷତିଗ୍ରସ୍ତ ଅଞ୍ଚଳରେ ପାନୀୟ ଜଳ ସହିତ ଜରୁରିକାଳୀନ ସେବା ଯୋଗାଇ ଦିଆଯିବ। ଆବଶ୍ୟକସ୍ଥଳେ ବିଭିନ୍ନ ଘାଟରେ ଅନୁମତିପ୍ରାପ୍ତ ବୋଟ୍‌ ରଖାଯିବ। ଜୁନ୍‌ ୧୦ ସୁଦ୍ଧା ବନ୍ୟାବାତ୍ୟା ଆଶ୍ରୟସ୍ଥଳୀରେ ପାଣି, ବିଜୁଳି, ଆନୁଷଙ୍ଗିକ ବ୍ୟବସ୍ଥା କାର୍ଯ୍ୟକ୍ଷମ କରିବା ଲାଗି ଜିଲାପାଳ ବିଡିଓଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଭାଗୀୟ ଅଧିକାରୀମାନେ ପରସ୍ପର ମଧ୍ୟରେ ସମନ୍ବୟ ରଖିବା ଏବଂ ଏଥିରେ ସ୍ବେଚ୍ଛାସେବୀଙ୍କ ସହଯୋଗ ନେବାକୁ ପରାମର୍ଶ ଦିଆଯାଇଛି। ପୌରାଞ୍ଚଳ ପ୍ରମୁଖ ସ୍ଥାନରେ ଜମୁଥିବା ବର୍ଷାଜଳ ନିଷ୍କାସନ କରିବା, ଡ୍ରେନ୍‌ଗୁଡ଼ିକର ମରାମତି କରିବା ଲାଗି ଢେଙ୍କାନାଳ ବିଧାୟକଙ୍କ ପ୍ରତିନିଧି ଦେବାଶିଷ ମିଶ୍ର ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏଥିସହ ଜିଲାର ସମସ୍ତ ବହୁମୁଖୀ ଆଶ୍ରୟସ୍ଥଳରେ ଆବଶ୍ୟକ ସାମଗ୍ରୀ ମହଜୁଦ୍‌ ରଖିବାକୁ ପ୍ରସ୍ତାବ ଦେଇଥିଲେ। ବିଡିଓ ଏବଂ ଅଧିକାରୀମାନେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନାରେ ସାମିଲ ହୋଇଥିଲେ।
ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ସୌଦାମିନୀ ସେଠୀ, ପିଡି ଡିଆରଡିଏ ନରୋତ୍ତମ ବେହେରା, ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, ଆପାତ୍‌କାଳୀନ ଅଧିକାରୀ ଶଶାଙ୍କ ଶେଖର ମିଶ୍ର, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରଞ୍ଜନ କୁମାର ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ,...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri