ଆସିବେ ୨୭ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ

ଢେଙ୍କାନାଳ ଅଫିସ, ୭।୫ – ଢେଙ୍କାନାଳ ଜିଲାକୁ ଆସିବେ ୨୭ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ। ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। କୌଣସି ପରିସ୍ଥିତିରେ ପ୍ରବାସୀଙ୍କ ବିଶୃଙ୍ଖଳାକୁ ବରଦାସ୍ତ କରାଯିବନି। ବିଶୃଙ୍ଖଳିତ ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ସୂଚନା ଦେଇଛନ୍ତି। ଏ ନେଇ ଜିଲାପାଳ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମସ୍ତ ବିଡିଓ, ତହସିଲଦାର, ନୋଡାଲ ଅଫିସରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।
ଇତିମଧ୍ୟରେ ଜିଲାକୁ ୨୭ ହଜାର ପ୍ରବାସୀ ଓଡ଼ିଆ ଫେରିବାକୁ ନାମ ପଞ୍ଜୀକରଣ କରିସାରିଲେଣି। ପର୍ଯ୍ୟାୟକ୍ରମେ ସେମାନଙ୍କୁ ଅଣାଯିବ। ସେମାନେ ଆସିବା ପରେ ୧୪ଦିନ କ୍ୱାରାଣ୍ଟାଇନ୍‌ରେ ରହିବେ। କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ପ୍ରବାସୀଙ୍କୁ ସୁଷମ ଖାଦ୍ୟ ଯୋଗାଇ ଦିଆଯିବ। ଆବଶ୍ୟକସ୍ଥଳେ ମନୋରଞ୍ଜନ ଲାଗି ଟେଲିଭିଜନ ସାଙ୍ଗକୁ ଅନ୍ୟାନ୍ୟ ସୁବିଧା କରାଯିବ। ସେମାନଙ୍କ ସ୍ବାସ୍ଥ୍ୟର ଯତ୍ନ ପ୍ରମୁଖ ଦାୟିତ୍ୱ ହେବ। କେନ୍ଦ୍ର ପରିଚାଳନା ଦାୟିତ୍ୱଧାରୀ କର୍ମଚାରୀ କ୍ୱାରାଣ୍ଟାଇନ୍‌ରେ ଥିବା ପ୍ରବାସୀଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବେ। ପ୍ରବାସୀଙ୍କୁ ଶୃଙ୍ଖଳିତ କରିବା ଦିଗରେ ସମ୍ପୃକ୍ତ ପଞ୍ଚାୟତର ସରପଞ୍ଚମାନେ ସମସ୍ତ ପ୍ରକାର ଉଦ୍ୟମ କରିବାକୁ ଜିଲାପାଳ ନିବେଦନ କରିଛନ୍ତି।
ସଙ୍ଗରୋଧ କେନ୍ଦ୍ରରେ ଥିବା ବ୍ୟକ୍ତିମାନେ ବିଶୃଙ୍ଖଳା କଲେ ସେମାନଙ୍କୁ ଅନ୍ୟ ସେଣ୍ଟରକୁ ସ୍ଥାନାନ୍ତର କରାଯିବ। ସେମାନଙ୍କ ବିରୋଧରେ ଲକ୍‌ଡାଉନ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କ୍ୱାରାଣ୍ଟାଇନ୍‌ କେନ୍ଦ୍ରର ସୁରକ୍ଷା, ସୀମା ସିଲ୍‌ ଏବଂ ୧୨ ଘଣ୍ଟିଆ ୧୪୪ ଧାରା ବଳବତ୍ତର ଥିବାରୁ ପୋଲିସ ପାଟ୍ରୋଲିଂ କଡ଼ାକଡ଼ି କରାଯାଇଛି। ସେହିପରି ପଡ଼ୋଶୀ ଯାଜପୁର ଜିଲା ରେଡ୍‌ଜୋନ୍‌ ଘୋଷିତ ହୋଇଛି। ତେଣୁ ସୀମାନ୍ତ ଭୁବନ ଏବଂ ଗଁଦିଆ ଅଞ୍ଚଳବାସୀ ଉକ୍ତ ଅଞ୍ଚଳକୁ ପ୍ରଶାସନର ବିନା ଅନୁମତିରେ ଯାଇପାରିବେ ନାହିଁ। ଯାଜପୁର ଜିଲାବାସୀଙ୍କ ଆସିବାକୁ ଚାହିଁଲେ ସମାନ କଟକଣା ଲାଗୁ ହେବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri