ଅନୁଗୋଳ ଅଫିସ, ୭।୫ – ଅନୁଗୋଳ ହୁଲୁରିସିଂହା ଅଞ୍ଚଳରେ ଘଟିଥିବା ନବଜାତ ଶିଶୁପୁତ୍ର ବିକ୍ରି ଅଭିଯୋଗ ଘଟଣା ସମ୍ପର୍କରେ ଜିଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ) ଗୌରୀ ଶଙ୍କର ବେହେରା ଅନୁଗୋଳ ଜିଲାପାଳ ଓ ପୋଲିସକୁ ରିପୋର୍ଟ ପ୍ରଦାନ କରିଛନ୍ତି। ଏଥିସହ ଶିଶୁପୁତ୍ରକୁ କିଣିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପୋଲିସକୁ ଚିଠି ଲେଖାଯାଇଥିବା ଡିସିପିଓ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ହୁଲୁରିସିଂହାରେ ଭଡ଼ାରେ ରହୁଥିବା ଯାଜପୁର ଜିଲାର ଜଣେ ମହିଳାଙ୍କ ପୂର୍ବରୁ ଦୁଇଟି ସନ୍ତାନ ରହିଛନ୍ତି। ଗତ ସପ୍ତାହରେ ମହିଳା ଜଣକ ତୃତୀୟ ସନ୍ତାନ ପ୍ରସବ କରିଥିଲେ। କିନ୍ତୁ ଆର୍ଥିକ ଅନଟନ ଯୋଗୁ ସେ ଶିଶୁଟିକୁ ଅନ୍ୟଜଣଙ୍କୁ ୨୦ ହଜାର ଟଙ୍କାରେ ବିକ୍ରି କରିଦେଇଥିବା ଅଭିଯୋଗ ହୋଇଥିଲା। ଏ ନେଇ ଖବର ପାଇବା ପରେ ଡିସିପିଓ ବେହେରା ଶିଶୁଟିକୁ ଉଦ୍ଧାର କରିବା ସହ ମେଡିକାଲରେ ଭର୍ତ୍ତି କରିଥିଲେ। ଏ ନେଇ ସେ ମଙ୍ଗଳବାର ରାତିରେ ଫୋନ୍ ଯୋଗେ ଜିଲାପାଳଙ୍କୁ ଅବଗତ କରିଥିବା ବେଳେ ବୁଧବାର ଜିଲାପାଳଙ୍କୁ ଲିଖିତ ରିପୋର୍ଟ ପ୍ରଦାନ କରିଛନ୍ତି। ଚିକିତ୍ସାଧୀନ ଶିଶୁପୁତ୍ର ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଆଦୃତ ଶିଶୁ ସଦନରେ ରଖାଯିବ। ଏହାପରେ ଆଇନ ଅନୁଯାୟୀ ପରବର୍ତ୍ତୀ ଥଇଥାନ ବ୍ୟବସ୍ଥା କରାଯିବ ବୋଲି ଡିସିପିଓ ବେହେରା ପ୍ରକାଶ କରିଛନ୍ତି।
Posted inଅନୁଗୋଳ, ଆମ ଜିଲା ଖବର View All
ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା
ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍ଭି...
ଆର୍ଡିଙ୍କ ଅଚାନକ କଲେଜ ପରିଦର୍ଶନ
ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...
୩ ଦିନ ହେଲା ଅଟକି ରହିଛି ଟ୍ରକ୍, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ
ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...
ସରପଞ୍ଚଙ୍କ ଘରୁ ଲୁଟ୍
ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...
ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍: ଆଉ ତା’ପରେ ଘଟିଗଲା…
ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...
ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର
ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...
ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…
ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...
ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ
ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...
Archives


