ସବୁ ସେକ୍ଟରକୁ ପ୍ୟାକେଜ ଦେବେ ସରକାର

ନୂଆଦିଲ୍ଲୀ,୮।୫: କୋଭିଡ୍‌-୧୯ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ କ୍ଷେତ୍ରକୁ ସରକାର ପ୍ୟାକେଜ ପ୍ରଦାନ କରିବେ। ଏ ନେଇ ବର୍ତ୍ତମାନ ବିଚାର ହେଉଥିବା ବେଳେ ଶୀଘ୍ର ଘୋଷଣା କରାଯିବ ବୋଲି କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ନୀତିନ ଗଡକରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, କେବଳ ଦେଶର ଅଣୁ କ୍ଷୁଦ୍ର ମଧ୍ୟ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)କୁ ପ୍ୟାକେଜ ପ୍ରଦାନ ନେଇ ଯୋଜନା ନାହିଁ। ଯୋଜନାରେ ସବୁ କ୍ଷେତ୍ରକୁ ସାମିଲ କରାଯିବ। ଅର୍ଥ ବ୍ୟବସ୍ଥାକୁ ତ୍ୱରାନ୍ବିତ କରିବା ଲାଗି ସରକାର ପ୍ୟାଜେକ ଘୋଷଣା କରନ୍ତୁ ବୋଲି ଦାବି ହୋଇ ଆସୁଛି। ଦେଶର ଅଭିବୃଦ୍ଧି କ୍ଷେତ୍ରରେ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରର ଯୋଗଦାନ ୨୯% ରହିଛି। ସେହିଭଳି ଏମ୍‌ଏସ୍‌ଏମ୍‌ଇ ରପ୍ତାନି କ୍ଷେତ୍ରକୁ ୪୮% ଅଂଶୀଦାର ରହିଛି। ରୋଜଗାର ପ୍ରଦାନ କ୍ଷେତ୍ରରେ ଏହି କ୍ଷେତ୍ରର ଉଲ୍ଲେଖନୀୟ ଭୂମିକା ରହିଛି। ହେଲେ କୋଭିଡ୍‌ କମ୍ପାନୀଗୁଡିକର ଅଣ୍ଟା ଭାଙ୍ଗି ଦେଇଛି। ଲକ୍‌ଡାଉନ ଯୋଗୁ ଅନେକ ଦିନ ଧରି କମ୍ପାନୀଗୁଡିକ ବନ୍ଦ ହୋଇ ପଡିଲାଣି। ଲକ୍‌ଡାଉନ ପରେ ମଧ୍ୟ ସ୍ଥିତି ସ୍ବାଭାବିତ ହେବ ନାହିଁ ବୋଲି ବଜାର ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି। ଏଭଳି ବିଭିନ୍ନ ସ୍ଥିତିକୁ ସରକାର ଏବେ ବିଚାରକରି ପ୍ୟାକେଜ ଘୋଷଣା କରିବାକୁ ଯୋଜନା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ରୋଗୀଙ୍କୁ ଲାତ ମୁଥ ମାରିଲେ ଡାକ୍ତର, ଭିଡିଓ ଭାଇରାଲ ପରେ ମୁଖ୍ୟମନ୍ତ୍ରୀ…..

ନୂଆଦିଲ୍ଲୀ,୨୩।୧୨: ହିମାଚଳ ପ୍ରଦେଶର ସବୁଠାରୁ ବଡ଼ ଡାକ୍ତରଖାନାରେ ଜଣେ ରୋଗୀ ଏବଂ ଜଣେ ଡାକ୍ତରଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ...

ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ, ବାଂଲାଦେଶରେ ଦୀପୁଙ୍କ ବନ୍ଧୁମାନେ ବିଶ୍ୱାସଘାତକତା କରି…

ବାଂଲାଦେଶର ମୈମନସିଂ ଜିଲାର ଏକ କପଡ଼ା କାରଖାନାରେ କାମ କରୁଥିବା ୨୭ ବର୍ଷୀୟ ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସଙ୍କୁ ଗୁରୁବାର (ଡିସେମ୍ବର ୧୬) ଦିନ...

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ...

ପ୍ରବଳ କୁହୁଡି ଯୋଗୁ ଦେଖାଗଲାନି ରାସ୍ତା: ଗଛରେ ପିଟିହେଲା ପରିବା ବୋଝେଇ ମିନିଟ୍ରକ, ଘଟଣାସ୍ଥଳରେ…

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଏକ ପନିପରିବା ବୋଝେଇ ମିନିଟ୍ରକ ଦୁର୍ଘଟଣା ଘଟି ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି। ପ୍ରକାଶଯେ,...

ଠକ ସଂସ୍ଥାର ୩ ଅଧିକାରୀ ଅଟକ: ଚାକିରି, ଋଣ କରାଇଦେବେ କହି ନେଉଥିଲେ ଟଙ୍କା

ପାରଳାଖେମୁଣ୍ଡି,୨୩ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ ଚାକିରି ଆଉ ସେମାନଙ୍କ ପାଇଁ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲରେ ଟଙ୍କା...

ଶୀତଦିନେ ମୁହଁ ଘୋଡ଼ାଇ ଶୋଉଥିଲେ ସାବଧାନ! ଏହି ବ୍ୟକ୍ତିଙ୍କ ପାଇଁ ହୋଇପାରେ….

ନୂଆଦିଲ୍ଲୀ,୨୩।୧୨: ପ୍ରାୟତଃ, ଶୀତ ମାସରେ, ଆମେ ଶୋଇବା ସମୟରେ ଆମର ସମ୍ପୂର୍ଣ୍ଣ ମୁହଁକୁ କମ୍ବଳରେ ଘୋଡ଼ାଇ ରଖିଥାଉ କାରଣ ଏହା ଆମକୁ ଆରାମଦାୟକ ଏବଂ ଗରମ...

ଟାର୍ଗେଟରେ କ୍ରିକେଟରଙ୍କ ପରିବାର, ପତ୍ନୀ ପିଲାଙ୍କୁ ମିଳିଲା ହତ୍ୟା ଧମକ

ସିଡ଼ନୀ,୨୩।୧୨: ଡିସେମ୍ବର ୧୪ରେ ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଘଟିଥିବା ଭୟଙ୍କର ଗଣ ଗୁଳିକାଣ୍ଡ ସମଗ୍ର ଦେଶକୁ ଚକିତ କରିଦେଇଥିଲା। ପ୍ରାୟ ୩୦ ବର୍ଷ ମଧ୍ୟରେ...

ଟି-୨୦ ବିଶ୍ୱକପ ପରେ ବଦଳିବେ ଅଧିନାୟକ! ସୂର୍ଯ୍ୟକୁମାରଙ୍କ ପରେ ଏହି ୩ ଖେଳାଳିଙ୍କ ମଧ୍ୟରୁ ଜଣଙ୍କୁ ମିଳିପାରେ ଦାୟିତ୍ୱ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ ଦଳ ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ୨୦୨୬ ଟି୨୦ ବିଶ୍ୱକପ ଖେଳିବ। କିନ୍ତୁ, ତାଙ୍କ ଚୟନ ପରଠାରୁ, ଏହି ଟୁର୍ନାମେଣ୍ଟ ଅଧିନାୟକ ଭାବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri