ଜଙ୍ଗଲରେ ଚାଲିଥିଲା ଭାଟି, ୮ ଗିରଫ

ଅନୁଗୋଳ ଅଫିସ/କଣିହାଁ, ୮।୫ – ଅନୁଗୋଳ ଜିଲା ରେଙ୍ଗାଲି ଥାନା ଲୋଧାଝରି ଶାଳ ଜଙ୍ଗଲରେ ଭାଟି କରାଯାଇ ଦେଶୀ ମଦ ରନ୍ଧା ଯାଉଥିବା ବେଳେ ଅବକାରୀ କର୍ମଚାରୀମାନେ ଚଢ଼ାଉ କରି ବିପୁଳ ପରିମାଣର ମଦ ଜବତ କରିଛନ୍ତି। ଏଥିସହ ସେଠାରୁ ୮ ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା ସୂଚନା ମିଳିଛି।
ମଦ ରନ୍ଧାଯାଉଥିବା ସମ୍ପର୍କରେ ଏସ୍‌ପି କ୍ରୀଷ୍ଣା ନାୟକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇବା ପରେ ଜିଲା ଅବକାରୀ ମୋବାଇଲ ସ୍କ୍ବାଡ୍‌ ସହ ତାଳଚେର ରେଞ୍ଜ ଅବକାରୀ ଅଧିକାରୀମାନେ ସେଠାରେ ଚଢ଼ାଉ କରିଥିଲେ। ଘଟଣାସ୍ଥଳରୁ ୮ ଜଣ ହାଡିବନ୍ଧୁ ବେହେରା, ସନାତନ ପ୍ରଧାନ, ଦୀପକ ଗୋଛାୟତ, ବିଷ୍ଣୁ ଭୋଇ, ବିଶ୍ୱନାଥ ମୂର୍ତ୍ତି, ପ୍ରବୀଣ ଗୋଛାୟତ, ରାଜୁ ଗୋଛାୟତ ଓ ମୁନା ନାୟକଙ୍କୁ କାବୁ କରାଯାଇଥିବାବେଳେ ୬ ଜଣ ଫେରାର ହୋଇଯାଇଥିବା ଅବକାରୀ ଏସ୍‌ପି ନାୟକ ସୂଚନା ଦେଇଛନ୍ତି। ଉକ୍ତ ଭାଟିରୁ ୩୨୫ ଲିଟର ଦେଶୀ ମଦ ଓ ୫ ହଜାର କେଜି ପୋଚ, ୫ଟି ମୋଟର ସାଇକେଲ ଜବତ କରାଯାଇଥିବା ଅବକାରୀ ଏସ୍‌ପି ସୂଚନା ଦେଇଛନ୍ତି। ସେହିପରି ଆଠମଲ୍ଲିକ ଅଞ୍ଚଳରୁ ହିମାଂଶୁ ମେହେର ନାମକ ଜଣେ ବ୍ୟକ୍ତିଙ୍କଠାରୁ ମଦ ଜବତ ପରେ ତାଙ୍କୁ ଗିରଫ କରାଯାଇଛି। କଣିହଁା ବ୍ଲକ ସମଲ ଥାନା ଅଞ୍ଚଳରେ ଥିବା ଡେରାଗୋଳାର ଏକ ଢାବାରେ ପୋଲିସ ଚଢ଼ାଉ କରି ବିଦେଶୀ ମଦ ସହ ଚୋରାରେ ବିକ୍ରି କରାଯାଉଥିବା ଡିଜେଲ ଜବତ କରିଛି ବୋଲି ଥାନା ଅଧିକାରିଣୀ ଚାରୁଲତା ବେହେରା ସୂଚନା ଦେଇଛନ୍ତି। ଅନୁଗୋଳ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ସମଲ ପୋଲିସର ଏକ ଟିମ୍‌ ଏହି ଚଢ଼ାଇ କରିଥିଲା। ଏହି ଘଟଣାରେ ୩ ଜଣଙ୍କୁ ଅଟକ ରଖାଯାଇ ଅଧିକ ଖୋଳତାଢ଼ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...

ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ

ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...

ଚିଲିକାରେ ଅଘଟଣ: ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କ ଜୀବନ ଗଲା…

କୃଷ୍ଣପ୍ରସାଦ,୧।୧ (କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡା ଚିଲିକାରେ ନୂଆ ବର୍ଷରେ ଏକ ଅଘଟଣ ଘଟିଛି। ସାତପଡା ଠାରୁ ଜହ୍ନିକୁଦା...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri