Posted inଜାତୀୟ

୧୭ହଜାର ଫୁଟ ଉଚ୍ଚ ଚାଇନା ସୀମାରେ ରାସ୍ତା ନିର୍ମାଣ କଲା ଭାରତ: ଭିଡ଼ିଓ କନ୍‌ଫରେନ୍ସିଂରେ ଉଦ୍‌ଘାଟନ କଲେ ପ୍ରତିରକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୮।୫: କରୋନା ଭାଇରସ୍‌ ସଙ୍କଟ ମଧ୍ୟରେ ପିଥୋରଗଡ଼ରୁ ଚାଇନା ସୀମା ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରିବାରେ ସଫଳ ହୋଇଛି ଭାରତ। ଏହି ନୂତନ ସଡ଼କକୁ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଶୁକ୍ରବାର ନୂଆଦିଲ୍ଲୀରେ ଭିଡ଼ିଓ କନ୍‌ଫରେନ୍ସିଂରେ ଉଦ୍‌ଘାଟନ କରିଛନ୍ତି। ଚାଇନା ସମା ପର୍ଯ୍ୟନ୍ତ ଏହି ସଡ଼କ ସଂଯୋଗକୁ ଏକ ପ୍ରମୁଖ ସଫଳତା କହିବା ସହ ଏହାଦ୍ୱାରା ଦେଶ ମଜ୍‌ଭୁତ ହୋଇଛି ବୋଲି ରାଜନାଥ କହିଛନ୍ତି। ସୂଚନା ମୁତାବକ କୈଳାଶ-ମାନସରୋବର ଯାତ୍ରା ମାର୍ଗ ଭାବେ ପ୍ରସିଦ୍ଧ ଧର୍ଚୁଲାରୁ ଲିପୁଲେଖ(ଚାଇନା ସୀମା) ପର୍ଯ୍ୟନ୍ତ ବିଆରଓ ଦ୍ୱାରା ନିର୍ମିତ ହୋଇଥିବା ଏହି ରାସ୍ତାକୁ ଏବେ ଦେଶ ପାଇଁ ଉତ୍ସର୍ଗୀକୃତ କରାଯାଇଛି। ଏହି ସଡ଼କ ନିର୍ମାଣ ହେବା ଫଳରେ କୈଳାଶ ଯାତ୍ରା ସହଜ ହେବା ସହ ସେନା ଓ ସାମରିକ ବାହିନୀର ଗତିବିଧି ମଧ୍ୟ ସୁବିଧା ହେବ। ଏତଦ୍‌ ବ୍ୟତୀତ ସ୍ଥାନୀୟ ଲୋକମାନେ ମଧ୍ୟ ରାସ୍ତାର ସୁବିଧା ପାଇପାରିବେ ବୋଲି ରାଜନାଥ କହିଛନ୍ତି। ଏହି ଅବସରରେ ସେନାଧ୍ୟକ୍ଷ ଜେନେରାଲ ବିପିନ ରାୱତ ଓ ସ୍ଥଳ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରୱାଣେ ମଧ୍ୟ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ବିଆର୍‌ଓ ଦ୍ୱାରା ନିର୍ମାଣ ହୋଇଥିବା ଏହି ସଡ଼କ ୮୦ କିଲୋମିଟର ଧର୍ଚୁଲାରୁ ଲିପୁଲେଖକୁ ଯୋଡ଼ି ହୋଇଛି। ଏହାର ସମ୍ପ୍ରସାରଣ ୬୦୦୦ରୁ ୧୭୦୬୦ ଫୁଟ ଉଚ୍ଚ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri