Posted inଜାତୀୟ

ସୁଧୁରୁନି ପାକିସ୍ତାନ: ୧୧ ମାସରେ କଶ୍ମୀରରେ ବଡ଼ ଧରଣର ୪ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୩।୬: ପାକିସ୍ତାନ ଭାରତ ଉପରେ ଦାଉ ସାଧୁଛି। ଭାରତ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ପାଇଁ ପାକିସ୍ତାନ ପଟୁ କୌଣସି ଆନ୍ତରିକତା ନାହିଁ। ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ଓ ବାଲାକୋଟ୍‌ ଏୟାର ଷ୍ଟାଇକ୍‌ ପରେ ମଧ୍ୟ ପାକିସ୍ତାନ ସୁଧୁରି ପାରିନାହିଁ। ପୂର୍ବରୁ ପୁଲାଓ୍ବାମାରେ ଆତଙ୍କବାଦୀ ଆକ୍ରମଣ ଘଟିଥିବାବେଳେ ଏବେ ଅନନ୍ତନାଗରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଗତ ୧୧ ମାସ ମଧ୍ୟରେ କଶ୍ମୀରରେ ଏଭଳି ବଡ଼ ଧରଣର ୪ଟି ଆକ୍ରମଣ ହୋଇଛି। ୨୦୧୪ରୁ ୨୦୧୮ ମଧ୍ୟରେ ଜମ୍ମୁ-କଶ୍ମୀରରେ ଛୋଟବଡ଼ ୧୨ଶହ ୧୩ଟି ଆତଙ୍କବାଦୀ ଆକ୍ରମଣ ଘଟିଛି। ଏଥିରେ ଏକ ଶହ ୮୩ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ୮ଶହ ୩୮ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ସେହିପରି ଏହି ଆକ୍ରମଣରେ ଏକ ଶହ ୯୮ ଜଣ ଯବାନ ଶହୀଦ୍‌ ହୋଇଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ଗତ ୩ ବର୍ଷ ମଧ୍ୟରେ ପାକିସ୍ତାନ ୪ ହଜାର ୨ ଶହ ୮୧ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସେହିପରି ଏହି ସମୟ ମଧ୍ୟରେ ୭୪ଟି ଅନୁପ୍ରବେଶ ଘଟଣା ଘଟିଛି। ଅସ୍ତ୍ରବିରତି ଉଲ୍ଲଂଘନରେ ଭାରତର ୭୦ ଯବାନ ଏବଂ ୭୦ ସାଧାରଣ ଲୋକଙ୍କର ମୃତ୍ୟୁ ଘଟିଛି। ସେହିପରି ଏହି ଘଟଣାରେ ୨ଶହ ୫୬ ଯବାନ ଏବଂ ୩ଶହ ୭୩ ସଧାରଣ ଲୋକ ଆହତ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ପାକିସ୍ତାନର ଏଭଳି କାର୍ଯ୍ୟ ଦ୍ୱାରା ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଳାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri