ଶ୍ରମିକମାନେ ୧୨ ଘଣ୍ଟା କାର୍ଯ୍ୟ କରିପାରିବେ

ଭୁବନେଶ୍ୱର, ୯।୫(ବ୍ୟୁରୋ): ରାଜ୍ୟ ସରକାର ୨୦୨୦ ଏପ୍ରିଲ ୨୦ରେ ଶିଳ୍ପ ଓ ବାଣିଜି୍ୟକ କାର୍ଯ୍ୟକଳାପ ପାଇଁ ଜାରି କରିଥିବା କଟକଣାକୁ କିଛି ମାତ୍ରାରେ କୋହଳ କରିଛନ୍ତି। ଶ୍ରମିକମାନେ ଦୈନିକ ୮ ଘଣ୍ଟା ବଦଳରେ ୧୨ ଘଣ୍ଟା କାମ କରି ପାରିବେ। ଶ୍ରମିକମାନଙ୍କୁ କାରଖାନାରେ ଦୈନିକ ୧୨ ଘଣ୍ଟାରୁ ଅଧିକ କିମ୍ବା ସପ୍ତାହକୁ ୭୨ ଘଣ୍ଟାରୁ ଅଧିକ ସମୟ କାମରେ ନିୟୋଜିତ କରାଯାଇ ପାରିବ ନାହିଁ। କୌଣସି ଶ୍ରମିକ ଏକାଥରରେ ୬ଘଣ୍ଟାରୁ ଅଧିକ ସମୟ କାମ କରିବା ଉପରେ କଟକଣା ଜାରି କରାଯାଇଛି। ପ୍ରତି ୬ ଘଣ୍ଟାରେ ୩୦ ମିନିଟ ପାଇଁ ବିଶ୍ରାମ ଦେବାକୁ ପଡ଼ିବ। କାରଖାନା ଆଇନର ଧାରା ୫୪ ଅନୁଯାୟୀ ଜଣେ ଶ୍ରମିକ ସପ୍ତାହକୁ ୨୪ ଘଣ୍ଟାରୁ ଅଧିକ ସମୟ ଓଭର ଟାଇମ୍‌ କରି ପାରିବେ ନାହିଁ। ଶ୍ରମିକମାନଙ୍କୁ ଦୈନିକ ୪ ଘଣ୍ଟାର ଓଭର ଟାଇମ୍‌ ମଜୁରି ଦେବାକୁ ପଡ଼ିବ। କାରଖାନାରେ ୧୩ ଘଣ୍ଟାରୁ ଅଧିକ ସମୟ ରହି ହେବ ନାହିଁ। କୌଣସି ମହିଳା ଶ୍ରମିକଙ୍କୁ ସରକାରଙ୍କ ବିନାନୁମତିରେ ସନ୍ଧ୍ୟା ୭ଟାରୁ ସକାଳ ୬ଟା ଯାଏ କାର୍ଯ୍ୟରେ ଲଗାଯାଇ ପାରିବ ନାହିଁ। ଏହି ସମୟରେ କୋଭିଡ-୧୯ ସଂକ୍ରାନ୍ତ ଗାଇଡ୍‌ଲାଇନ୍‌କୁ କଡ଼ାକଡ଼ି ପାଳନ କରିବାକୁ ସରକାର ଶିଳ୍ପ ସଂସ୍ଥାଗୁଡିକୁ ପରାମର୍ଶ ଦେଇଛନ୍ତି। ସୂଚନା ଓ ଲୋକ ସମ୍ପର୍କ ସଚିବ ସଞ୍ଜୟ କୁମାର ସିଂ ଶୁକ୍ରବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri