Posted inରାଜ୍ୟ

୧୪ରୁ ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୧୦।୫(ବ୍ୟୁରୋ): ରାଜ୍ୟରେ ଦୁଇଦିନ ହେବ ପାରଦ ଉପର ମୁହାଁ ହୋଇଛି। କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଉପରକୁ ଉଠି ଯାଇଛି। ୧୦ ତାରିଖରୁ ୧୩ ତାରିଖ ଯାଏ ତାତି ସାମାନ୍ୟ ହ୍ରାସ ପାଇବ। ୧୪ରୁ   ପୁଣି ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେବ । ପାରଦ ୪୩ ଡିଗ୍ରୀ ସେଲ୍‌ସିୟସ ଉପରକୁ ଉଠିଯିବ ବୋଲି ପୂର୍ବାନୁମାନ କରାଯାଇଛି। ଦକ୍ଷିଣ ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପାଗ ଅନୁକୂଳ ହେଉ ନ ଥିବାରୁ ତାହା ଲଘୁଚାପରେ ପରିଣତ ହୋଇ ପାରୁ ନାହିଁ। ତେବେ ଏହାର ପ୍ରଭାବରେ ଆସନ୍ତା ୧୪ ତାରିଖରୁ ରାଜ୍ୟରେ ତାତି ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଇଛି। ତାତି ବଢ଼ିଲେ ଘୂର୍ଣ୍ଣି ବଳୟ ଆସନ୍ତା ୧୪ କିମ୍ବା ୧୫ ତାରିଖ ବେଳକୁ ଲଘୁଚାପରେ ପରିଣତ ହେବ ବୋଲି ଅନୁମାନ କରାଯାଇଛି। ଏହି ଲଘୁଚାପ ବାତ୍ୟାର ରୂପ ନେବ କି ନାହିଁ ତାହା ଆଉ ୪ ଦିନ ପରେ ଜଣାପଡ଼ିବ ବୋଲି ଅବସରପ୍ରାପ୍ତ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ ଶରତ କୁମାର ସାହୁ କହିଛନ୍ତି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ, ଉତ୍ତର ଓଡ଼ିଶା, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ରାଜ୍ୟର ଅଳ୍ପ କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।  ତେବେ ଏହି ସମୟରେ ଉପକୂଳ ଓଡ଼ିଶା ସମେତ ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, ଦେବଗଡ଼, କୋରାପୁଟ ଏବଂ ରାୟଗଡ଼ା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଝଡ଼ର ବେଗ ଘଣ୍ଟାକୁ ୩୦ରୁ ୪୦ କି.ମି. ରହିବ ବୋଲି ଅନୁମାନ କରାଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ ଆସନ୍ତା ୧୧ରୁ ୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri