Posted inଜାତୀୟ

୩ ବର୍ଷରେ ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଛନ୍ତି ୩୭୩ ଯୁବକ

ଶ୍ରୀନଗର,୧୧।୫: ଗତ ୩ ବର୍ଷ ମଧ୍ୟରେ ଆତଙ୍କବାଦୀ ସଂଗଠନରେ ୩୭୩ ଯୁବକ ଯୋଗ ଦେଇଛନ୍ତି। ୨୦୧୮ଠାରୁ ୨୦୨୦ ମେ ୩ ମଧ୍ୟରେ ଏହି ଯୁବକମାନେ ବିଭିନ୍ନ ଆତଙ୍କବାଦୀ ସଂଗଠନରେ ସାମିଲ୍‌ ହୋଇଛନ୍ତି। ୨୦୧୮ରେ ୨୧୯ ଜଣ ଆତଙ୍କବାଦୀ ସଂଗଠନରେ ଯୋଗଦେଇଥିଲେ। ୨୦୧୯ରେ ଯୁବକଙ୍କ ଯୋଗଦେବା ହାର କମ୍‌ ଥିଲା। ଏହି ବର୍ଷ ୧୧୯ ଜଣ ଯୁବକ ଆତଙ୍କବାଦୀ ସଂଗଠନରେ ସାମିଲ୍‌ ହୋଇଥିଲେ। ତେବେ ଚଳିତ ୨୦୨୦ ବର୍ଷର ମେ ୩ ସୁଦ୍ଧା ୩୫ ଜଣ ଯୁବକ ଆତଙ୍କବାଦୀ ସଂଗଠନରେ ଯୋଗଦେଇଥିବା କୁହାଯାଉଛି। ସେହିପରି ୨୦୧୮ରେ ୨୧୫ ଏବଂ ୨୦୧୯ରେ ୧୫୨ ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ନିହତ ହୋଇଥିଲେ। ଚଳିତ ବର୍ଷ ମେ ୩ ସୁଦ୍ଧା ୬୪ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ୨୨ ଜଣ ହିଜବୁଲ୍‌ ମୁଜାହିଦ୍ଦିନ୍‌ ସଂଗଠନର ଥିବାବେଳେ ୮ ଜଣ ଲଶ୍କର-ଇ-ତୋଏବା, ୮ ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ସଂଗଠନର ବୋଲି ଚିହ୍ନଟ କରାଯାଇଛି। ସେହିପରି ୩ ଜଣ ଅସାଂର-ଗଜବତ୍‌- ଇ- ହିନ୍ଦ୍‌ ଏବଂ ୩ ଜଣ ଇସଲାମିକ୍‌ ଷ୍ଟେଟ୍‌ ସଂଗଠନର ବୋଲି କୁହାଯାଉଛି। ଅପରପକ୍ଷରେ ୨୦ ଜଣ ଆତଙ୍କବାଦୀଙ୍କୁ ଚିହ୍ନଟ କରାଯାଇପାରି ନାହିଁ। ଚଳିତ ବର୍ଷ ଦକ୍ଷିଣ କଶ୍ମୀରରେ ସର୍ବାଧିକ ୪୪ଜଣ ଆତଙ୍କବାଦୀଙ୍କ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିଲା MGNREGA ନାଁ

ଭୁବନେଶ୍ୱର,୧୨।୧୨: କେନ୍ଦ୍ର ସରକାର ଶୁକ୍ରବାର ପୁଣି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାର MGNREGA ନାଁ ବଦଳାଇ ପୂଜ୍ୟ ବାପୁ ଗ୍ରାମୀଣ ରୋଜଗାର ଯୋଜନା(Pujya...

ରାହୁଲଙ୍କ ବୈଠକରେ ଥରୁର ଅନୁପସ୍ଥିତ: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସ ଏମ୍‌ପି ଶଶି ଥରୁର ଶୁକ୍ରବାର ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦଳର ଲୋକ ସଭା ଏମ୍‌ପି ବୈଠକରେ ଯୋଗ ଦେଇ ନ ଥିଲେ।...

ଚାଲାଣ ହେଉଥିଲା କଫ୍‌ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୧୨ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶୁକ୍ରବାର ସହର ଉପକଣ୍ଠ କଟାପାଲି କେନାଲ ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। ଏହା...

ଭାରତ ବିରୋଧରେ ପାକିସ୍ତାନର ନୂଆ ଚାଲ, ସହଯୋଗ କରୁଛି ଚାଇନା!

ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଏସିଆର ସର୍ବପୁରାତନ ଆଞ୍ଚଳିକ ସଂଗଠନ ସାର୍କ ସମ୍ପର୍କରେ ପାକିସ୍ତାନ ପୁଣି ଥରେ ଭାରତ ବିରୁଦ୍ଧରେ ଏକ ବିଷାକ୍ତ ବିବୃତ୍ତି ଆରମ୍ଭ କରିଛି। ପାକିସ୍ତାନର...

‘ଧମକ ସେହିମାନେ ଦିଅନ୍ତି, ଯେଉଁମାନେ…’, SIR ବିରୋଧରେ ମମତାଙ୍କ ବୟାନକୁ ନେଇ ଭାଜପା ଖପ୍ପା!

ନୂଆଦିଲ୍ଲୀ/କୋଲକାତା,୧୨।୧୨: ପଶ୍ଚିମବଙ୍ଗରେ SIR ଉପରେ ଚାଲିଥିବା ବିବାଦ ମଧ୍ୟରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବିବୃତ୍ତି ଦେଇ ରାଜନୈତିକ ବିବାଦକୁ ଆହୁରି ବଢ଼ାଇ ଦେଇଛନ୍ତି। ଗୁରୁବାର...

ଆସନ୍ତା ୭ ଦିନ ହେବ ବର୍ଷା! ୫୫ କିଲୋମିଟର ବେଗରେ ବହିବ ପବନ

ଚେନ୍ନାଇ,୧୨।୧୨: ତାମିଲନାଡୁରେ ଉତ୍ତର-ପୂର୍ବ ମୌସୁମୀ ବାୟୁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅକ୍ଟୋବର ୧୬ରେ ଆରମ୍ଭ ହୋଇଥିବା ଉତ୍ତର-ପୂର୍ବ ମୌସୁମୀ ବାୟୁ ନଭେମ୍ବରରେ ନିରାଶାଜନକ ଥିଲା। ତଥାପି,...

ଅଶ୍ୱିନୀ ବୈଷ୍ଣବ ବଡ଼ ଘୋଷଣା: କୃଷକ ହେବେ….

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଶୁକ୍ରବାର ତିନୋଟି ପ୍ରମୁଖ ନିଷ୍ପତ୍ତି ନେଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ୨୦୨୭...

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri