କରୋନା ଯୋଦ୍ଧାଙ୍କୁ ଅଣଦେଖା: ଏମ୍‌କେସିଜି ମେଡିକାଲ ଅଧିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନର୍ସଙ୍କ ଧାରଣା

ବ୍ରହ୍ମପୁର ଅଫିସ, ୧୧।୫ : କରୋନା ମୁକାବିଲାରେ ନର୍ସଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କୋଭିଡ଼ -୧୯ ହସ୍ପିଟାଲରେ ନର୍ସମାନେ ଦିନରାତି ଲୋକଙ୍କୁ ସେବା ଯୋଗାଇ ଆସୁଛନ୍ତି। ମାତ୍ର କାର୍ଯ୍ୟରତ ଆଗଧାଡିର ଏହି କରୋନା ଯୋଦ୍ଧାଙ୍କୁ ଏବେ ଅଣଦେଖା କରାଯାଉଛି। କୌଣସି ଆନୁସଙ୍ଗିକ ସୁବିଧା ମିଳୁ ନ ଥିବା ପ୍ରତିବାଦରେ ଗଞ୍ଜାମ ଜିଲା ଏମ୍‌କେସିଜି ମେଡିକାଲରେ କାର୍ଯ୍ୟରତ ନର୍ସ ଓ ସ୍ବାସ୍ଥ୍ୟକର୍ମୀ ତୀବ୍ର ଅସନ୍ତୋଷ ପ୍ରକାଶ କରିବା ସହ ଧାରଣାରେ ବସିଛନ୍ତି।

ଗତ ୯ଦିନ ମଧ୍ୟରେ ରାଜ୍ୟରେ ସବୁଠାରୁ ଅଧିକ କରୋନା ସଂକ୍ରମିତ ଗଞ୍ଜାମ ଜିଲାରେ ଚିହ୍ନଟ ହୋଇଛନ୍ତି। ସୋମବାର ମଧ୍ୟାହ୍ନ ସୁଦ୍ଧା ଜିଲାରେ ୧୩୭ ଜଣ ସଂକ୍ରମିତ ରହିଛନ୍ତି। ସଂକ୍ରମିତ ରୋଗୀଙ୍କୁ ସିତଲାପଲ୍ଲୀସ୍ଥିତ କୋଭିଡ ହସ୍ପିଟାଲରେ ରଖି ଚିକିତ୍ସା କରାଯାଉଛି। ସେଠାରେ ଏମ୍‌କେସିଜି ଷ୍ଟାଫ୍‌ନର୍ସ ସହ କୋଭିଡ-୧୯ ପାଇଁ ନିଯୁକ୍ତି ପାଇଥିବା ନର୍ସମାନେ କାର୍ଯ୍ୟରତ ଅଛନ୍ତି । ହେଲେ କରୋନା ରୋଗୀଙ୍କୁ ଚିକିତ୍ସା କରୁଥିବା ଏହି ନର୍ସଙ୍କୁ ସଠିକ୍‌ ସୁରକ୍ଷା ଉପକରଣ ପ୍ରଦାନ କରାଯାଉ ନ ଥିବା ଅଭିଯୋଗ ହୋଇଛି । ସେମାନଙ୍କୁ ପର୍ଶନାଲ ପ୍ରୋଟେକ୍ସନ ଇକ୍ୟୁପ୍‌ମେଣ୍ଟ (ପିପିଇ), ଆବଶ୍ୟକୀୟ ମାସ୍କ, ଗ୍ଲୋଭ୍‌ସ ଆଦି ପ୍ରଦାନ କରାଯାଉ ନ ଥିବା ବେଳେ କୋଭିଡ ହସ୍ପିଟାଲରେ ପାନୀୟ ଜଳର ବ୍ୟବସ୍ଥା ନ ଥିବା ନର୍ସମାନେ ଅଭିଯୋଗ କରିଛନ୍ତି । ସମସ୍ତ ପ୍ରକାର ସୁବିଧା ପ୍ରଦାନ ଦାବିରେ ସୋମବାର ସକାଳୁ ନର୍ସମାନେ ଏମ୍‌କେସିଜି ମେଡିକାଲ ଅଧିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ ଆତଙ୍କରାଜ ଘଟଣା: ୨ ଗିରଫ

ବାରଙ୍ଗ,୩୦।୪(ଲିଙ୍ଗରାଜ ରାଉତ):ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉନ୍ମତ୍ତ କାଣ୍ଡ ଘଟାଇଥିବା ଘଟଣାରେ ପୋଲିସ ୨ ଜଣଙ୍କୁ ଗିଫ କରିଛି। ସୋମବାର ବିଳମ୍ବିତ ରାତିରେ ପୋଲିସ ଉଭୟଙ୍କୁ ଗିରଫ...

୧୫ ଦିନ ଡରେଇଲାଣି ତାତି, ୪୫ ଡିଗ୍ରୀ ଟପିବ

ଭୁବନେଶ୍ୱର, ୩୦।୪(ଅସମାପିକା ସାହୁ):ରାଜ୍ୟରେ ଗତ ୧୫ ଦିନ ହେଲାଣି ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଚଳିତବର୍ଷର ଏହା ହେଉଛି ଦ୍ୱିତୀୟ ପର୍ଯ୍ୟାୟ ଗ୍ରୀଷ୍ମପ୍ରବାହ।...

ଆଜି ହିଞ୍ଜିଳିରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୪(ଅନିଲ ଦାସ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପାରମ୍ପରିକ ଆସନ ହିଞ୍ଜିଳିରୁ ନାମାଙ୍କନ ପତ୍ର ଦାଖଲ କରିବେ। ଷଷ୍ଠଥର ପାଇଁ ସେ ଏହି...

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri